ଦୁଃଖଦ ଖବର, ଆଉ ନାହାନ୍ତି ସୁନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ, ସଙ୍ଗୀତ ଜଗତରେ ଶୋକର ଛାୟା
 

Popular Odia Bhajan singer Santilata Barik passes away in Bhubaneswar
ପରଲୋକରେ ବିଶିଷ୍ଠ ଓଡିଆ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ
 

ଓଡ଼ିଆ ଗସିପ୍ ବ୍ୟୁରୋ: ବିଶିଷ୍ଠ ଓଡିଆ ଭଜନ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ ହୋଇଛି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ଏନେଇ ତାଙ୍କ ସ୍ୱାମୀ ବସନ୍ତ ଛୋଟରାୟ ସୂଚନା ଦେଇଛନ୍ତି । 

ଦୀର୍ଘଦିନ ହେଲା ଅସୁସ୍ଥତା କାରଣରୁ ସେ ଚିକିତ୍ସିତ ହୋଉଥିଲେ। ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ହେବ ବୋଲି ଜଣାପଡିଛି। ତାଙ୍କ ବିୟୋଗ ଖବର ସମଗ୍ର ସଙ୍ଗୀତ ଜଗତରେ ଶୋକର ଛାୟା ଖେଳାଇ ଦେଇଛି ।

ଆଧିକ ପଢନ୍ତୁ : ଏହି ଦିନ ଲାଗୁଛି ବର୍ଷର ପ୍ରଥମ ସୂର୍ଯ୍ୟ ପରାଗ, ଏହି ୫ ରାଶି ରୁହନ୍ତୁ ସାବଧାନ! ନଚେତ୍...

ଅସୁସ୍ଥତା କାରଣରୁ ଦୀର୍ଘଦିନ ଧରି ସେ ଚିକିତ୍ସିତ ହେଉଥିଲେ । ଓଡିଆ ସଙ୍ଗୀତ ଜଗତରେ ବେଶ ଲୋକପ୍ରିୟ ଥିଲେ ଶାନ୍ତିଲତା । ତାଙ୍କର ଅନେକ ଭଜନ ଲୋକଙ୍କ ହୃଦୟକୁ ଛୁଇଁଥିଲା । ହେଲେ ଦୀର୍ଘ ଦିନ ହେଲା ସେ ଗଳା କର୍କଟରେ ଆକ୍ରାନ୍ତ ହେଇ ଚିକିତ୍ସିତ ହେଉଥିଲେ । ତାଙ୍କ ବିୟୋଗରେ ଓଡ଼ିଆ ସଂଗୀତ ଜଗତରେ ଅପୂରଣୀୟ କ୍ଷତି ହୋଇଛି। ଶାନ୍ତିଲତାଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

ଆଧିକ ପଢନ୍ତୁ : କେମିତି ଜାଣିବେ ହୋଇଛି କି ପେଟ କ୍ୟାନସର ? ହେବା ପୂର୍ବରୁ ଦେଖାଦିଏ ଏସବୁ ଲକ୍ଷଣ 
 

Share this story