କିଛି ଦିନ ତଳେ ବାହା ହୋଇଥିଲେ, ଏବେ ଏହି କାରଣ ପାଇଁ ଇଡିର ସମନ ପାଇଛନ୍ତି ୟାମି ଗୌତମ

yami gautam

ଓଡ଼ିଆ ଗସିପ୍ ବ୍ୟୁରୋ:  ବଲିଉଡ ଅଭିନେତ୍ରୀ ୟାମି ଗୌତମଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ର ସମନ । ଫେମା (ବୈଦେଶିକ ବିନିମୟ ପରିଚାଳନା ଅଧିନିୟମ) ଅନୁଯାୟୀ ହୋଇଥିବା ଅନିୟମିତତା ସମ୍ପର୍କରେ ତାଙ୍କ ବିବୃତ୍ତି ରେକର୍ଡ କରିବାକୁ ତାଙ୍କୁ ଆସନ୍ତା ସପ୍ତାହରେ ହାଜର ହେବାକୁ କୁହାଯାଇଛି । ସୂଚନ ଥାଉକି, ୟାମି କିଛି ଦିନ ପୂର୍ବରୁ ଚଳଚ୍ଚିତ୍ର ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ ।


୨୦୧୯ ତାଙ୍କ ଅଭିନୀତ ଚଳଚ୍ଚିତ୍ର ଉରି: ଦି ସର୍ଜିକାଲ୍ ଷ୍ଟ୍ରାଇକ୍ରେ ୟାମି ଏବଂ ଆଦିତ୍ୟ ଏକାଠି କାମ କରିଥିଲେ । ଯାହାକି ବହୁତ ହିଟ୍ ସାବ୍ୟସ୍ତ ହୋଇଥିଲା ।

ହିମାଚଳ ପ୍ରଦେଶର ବିଲାସପୁରରେ ଜନ୍ମଗ୍ରହଣ କରିବା ପରେ ଚଣ୍ଡିଗଡ଼ରେ ବଢୁଥିବା ୟାମି ଗୌତମ ଅଭିଷେକ ବଚ୍ଚନଙ୍କ ବିପକ୍ଷରେ ଆଗାମୀ ଚଳଚ୍ଚିତ୍ର ଦାସଓ୍ୱିରେ ନଜର ଆସିବେ । ଦିଲ୍ଲୀରୁ ଆସିଥିବା ଧର ବର୍ତ୍ତମାନ ଅମର ଅଶ୍ୱତ୍ଥାମାରେ କାମ କରୁଛନ୍ତି । ଏଥିରେଉରିରେ ତାଙ୍କ ସହ କାମ କରିଥିବା ବିକି କୌଶଲ ମଧ୍ୟ ଅଭିନୟ କରିବେ ।

Share this story