World Odia Language Conferene

ପ୍ରତିଦିନ ସକାଳେ ଖାଆନ୍ତୁ ଗଜା ବୁଟ, ଯୌନ ସକ୍ରିୟ ସ୍ୱାସ୍ଥ୍ୟ ପାଇଁ ହୋଇଥାଏ ବରଦାନ; ଜାଣନ୍ତୁ ଏହାର ଅନ୍ୟାନ୍ୟ ଜବରଦସ୍ତ ଲାଭ...

benefits of Sprouted Gram

ଓଡ଼ିଆ ଗସିପ ବ୍ୟୁରୋ: ସିଝା ହୋଇଥିବା ବୁଟ (Sprouted Gram benefits) ପିତ୍ତ ଓ କଫକୁ ଦୂର କରିଥାଏ । କିନ୍ତୁ ଅଙ୍କୁରିତ ବା ଗଜା ବୁଟ କୋମଳ, କ୍ଷୁଧା ବୃଦ୍ଧିକାରୀ, ବୀର୍ଯ ବୃଦ୍ଧିକାରୀ, ଶକ୍ତି ବୃଦ୍ଧିକାରୀ, ରକ୍ତ ସଫା, ପ୍ରୋଟିନରେ ଭରପୂର ତଥା ଥଣ୍ଡା ହୋଇଥାଏ । ଜାଣନ୍ତୁ ଗଜା ବୁଟ ଖାଇବାର ଫାଇଦା…

ଆଜିକାଲି କୋରୋନା ମହାମାରୀ ବିପର୍ଯ୍ୟସ୍ତ ମଧ୍ୟ ଦେଇ ଜୀବନ ଜିଇବାକୁ ପଡୁଛି । ଏପରି ପରିସ୍ଥିତିରେ ଆଜି ଆମେ ଆପଣଙ୍କୁ ସୁସ୍ଥ ରହିବା ପାଇଁ କିଛି ଉପାୟ କହିବାକୁ ଯାଉଛୁ । ସିଝା ହୋଇଥିବା ବୁଟ (Boiled Gram) ପିତ୍ତ ଓ କଫକୁ ଦୂର କରିଥାଏ । କିନ୍ତୁ ଅଙ୍କୁରିତ ବା ଗଜା ବୁଟ (Sprouted gram) କୋମଳ, କ୍ଷୁଧା ବୃଦ୍ଧିକାରୀ, ବୀର୍ଯ ବୃଦ୍ଧିକାରୀ, ଶକ୍ତି ବୃଦ୍ଧିକାରୀ, ରକ୍ତ ସଫା, ପ୍ରୋଟିନରେ ଭରପୂର ତଥା ଥଣ୍ଡା ହୋଇଥାଏ । ଜାଣନ୍ତୁ ଗଜା ବୁଟ ଖାଇବାର ଫାଇଦା…

ଏଠି କ୍ଲିକ କରି ଅଧିକ ପଢନ୍ତୁ: ଏମିତି ବି ଆସେ ମୃତ୍ୟୁ ! ଏକାଠି ଘରକୁ ଫେରୁଥିଲେ ୩ ସାଙ୍ଗ, ଏକାସଙ୍ଗେ ଚାଲିଗଲେ...

୧- ଶାରୀରିକ ଦୁର୍ବଳତାକୁ ଦୂର କରିବା ପାଇଁ, ଶରୀରକୁ ମଜବୁତ କରିବା ପାଇଁ ତଥା ଓଜନ ବଢ଼ାଇବା ପାଇଁ ସନ୍ଧ୍ୟାରେ ଦୁଇ ମୁଠାଏ ବୁଟକୁ ବିଶୁଦ୍ଧ ପାଣିରେ ଭିଜାଇ ଦିଅନ୍ତୁ । ଏହାପରେ ଏହି ଅଙ୍କୁରିତ ହେବା ପରେ ଏହାକୁ ଚୋବାଇ ଚୋବାଇ ଖାଆନ୍ତୁ ।

୨- ଲୁଣ ନ ମିଶାଇ ଗଜା ବୁଟ ଚୋବାଇ  ଖାଇଲେ ତ୍ୱଚା ସୁସ୍ଥ ରହେ ଓ ଏହା ଚିକ୍କଣ ଦିଶେ । କାଛୁ କୁଣ୍ଡିଆ ଭଳି ରୋଗ ମଧ୍ୟ ହୋଇ ନ ଥାଏ ।

୩- ଦୁର୍ବଳ ହୃଦୟ ଥିବା ବ୍ୟକ୍ତିମାନେ ପ୍ରତିଦିନ ଗଜା ବୁଟ ଖାଇବା ଉଚିତ । ଏହି ଚନାରେ ପ୍ରଚୁର ମାତ୍ରାରେ ମ୍ୟାଗ୍ନେସିୟମ୍ ଓ ଫୋଲେଟ୍ ଥାଏ । ଯାହା କୋଲେଷ୍ଟ୍ରଲ୍ ହ୍ରାସ କରିବାରେ ସହାୟକ ହୋଇଥାଏ ।

୪- ପ୍ରତିଦିନ ସକାଳେ ଗଜା ବୁଟ ଖାଇଲେ ପାଚନ ତନ୍ତ୍ର ସୁସ୍ଥ ହୋଇଯାଏ । କାରଣ ଏଥିରେ ପ୍ରଚୁର ମାତ୍ରାରେ ଫାଇବର୍‌ ଥାଏ ।

ଏଠି କ୍ଲିକ କରି ଅଧିକ ପଢନ୍ତୁ: ସେକ୍ସ କାରବାର ଠୁ Bangkok ତେଲର ରହସ୍ୟ ଖୋଲିବ ପ୍ରତି ପୃଷ୍ଠା: ସେକ୍ସ ଲେଡି ଅର୍ଚ୍ଚନା ନାଗ ମାମଲାରେ ୨୨୪୭ ପୃଷ୍ଠାର ଚାର୍ଜସିଟ୍ ଦାଖଲ

୫- ଗଜା ବୁଟ ଖାଇଲେ ଶରୀରରେ ପ୍ରଜନନ କ୍ଷମତା ବୃଦ୍ଧି ପାଇଥାଏ ।

୬- ରକ୍ତହୀନତା ରୋଗ ମହିଳାମାନଙ୍କଠାରେ ଅଧିକ ଦେଖାଯାଏ । ସେମାନେ ଅଙ୍କୁରିତ ବୁଟ (Sprouted Gram), ଗହମର ବେସନ ମିଶାଇ ରୁଟି କିମ୍ବା ଅନ୍ୟ ଉପାୟ ସେବନ କରିବା ଆବଶ୍ୟକ । ଏଥିରୁ ଲାଭ ମିଳିଥାଏ ।

୭- ଯଦି ରକ୍ତଚାପ ଥାଏ । ତେବେ ଗଜା ବୁଟ (Sprouted Gram) ଖାଇବା ଉଚିତ । କାରଣ ଏହା ରକ୍ତବାହୀକୁ ସ୍ୱାଭାବିକ କରିଥାଏ । ଯାହା ଉଚ୍ଚ ରକ୍ତଚାପର ଆଶଙ୍କା ହ୍ରାସ କରିଥାଏ ।

୮- ଯଦି ଆପଣଙ୍କର ମୂତ୍ରଜନିତ ସମସ୍ୟା ଥାଏ । ତେବେ ଗଜା ବୁଟ (Sprouted Gram) ଖାଇବା ଦ୍ୱାରା  ସେହି ସମସ୍ୟା ରହିବ ନାହିଁ । ଏହା ପାଇଲ୍ସ ପାଇଁ ମଧ୍ୟ ଉପକାରୀ ହୋଇଥାଏ ।

Share this story