ମୋହରାତ୍ରି କାହାକୁ କୁହାଯାଏ ? ଶ୍ରୀକୃଷ୍ଣଙ୍କ ମାନବଲୀଳାର ପର୍ବ ଜନ୍ମାଷ୍ଟମୀ ବିଷୟରେ ଜାଣନ୍ତୁ ସଂକ୍ଷେପରେ... 

Significance of Janmashtami Festival
ମୋହରାତ୍ରି କାହାକୁ କୁହାଯାଏ ? 

ଓଡ଼ିଆ ଗସିପ୍ ବ୍ୟୁରୋ: ଯେତେବେଳେ ଧରାପୃଷ୍ଠରେ ପାପୀମାନଙ୍କର ପ୍ରାଦୁର୍ଭାବ ବଢ଼ିଯାଏ, ଠିକ୍‌ ସେହି ସମୟରେ ଭଗବାନ ସ୍ବୟଂ ଧରାପୃଷ୍ଠକୁ ଅବତାର ନେଇ ଆସନ୍ତି। ଭଗବାନଙ୍କ ଲୀଳା ସମ୍ପର୍କରେ ଅନାଦି କାଳରୁ ଜଗତବାସୀ ଶୁଣି ଆସୁଛନ୍ତି। ଯେତେ ଶୁଣିଲେ ବି ଏ ଲୀଳା ସର୍ବଦା ନିତ୍ୟ ନବୀନ ଲାଗେ। ସକଳ ମାଧୁର୍ଯ୍ୟ ଆଉ ଜ୍ଞାନର ଯେ ଉତ୍ସ, ଭଗବାନ କୃଷ୍ଣଙ୍କ ଲୀଳାଠାରୁ ଆଉ ଅଧିକ ମଧୁର କ’ଣ ହୋଇପାରେ? ଧରାପୃଷ୍ଠକୁ କଳାକାହ୍ନୁଙ୍କ ଆଗମନ ହୋଇଥିଲା ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ । ଦ୍ବାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ଶ୍ରୀକୃଷ୍ଣଙ୍କ ରୂପରେ ଭାଦ୍ରବ କୃଷ୍ଣ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ ଭଗବାନ ବିଷ୍ଣୁ। ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ଭାବେ ପାଳନ କରନ୍ତି। ସମଗ୍ର ଭାରତ ସହିତ ଓଡ଼ିଶାର ପୁରପଲ୍ଲୀରେ ଏହା ମହାସମାରୋହରେ ପାଳିତ ହୁଏ।

ଅଧିକ ପଢ଼ନ୍ତୁ: ଏହି ରାଶି ବ୍ୟକ୍ତିଙ୍କ ପାଇଁ ଆଗାମୀ ୧୧୮ ଦିନ ରହିବ ବରଦାନ ଭଳି, ବୃହସ୍ପତି କରିଦେବେ ମାଲାମାଲ୍

ମଥୁରା ନଗରୀର ରାଜା କଂସର ଅତ୍ୟାଚାର ଦିନକୁ ଦିନ ବଢ଼ିବାରେ ଲାଗିଥିଲା। ଯେତେବେଳେ ଦେବକୀ ଓ ବସୁଦେବଙ୍କୁ ରଥରେ ବସାଇ କଂସ ଯାଉଥିଲା, ସେହି ସମୟରେ ଆକାଶବାଣୀ ହେଲା ଯେ, ଭଉଣୀ ଦେବକୀର ଅଷ୍ଟମ ସନ୍ତାନ କଂସର ବଧ କରିବ । ଏହାପରେ ଭଉଣୀ ଦେବକୀ ଓ ଭିଣୋଇ ବସୁଦେବଙ୍କୁ କଂସ କାରାଗାରରେ ବନ୍ଦୀ କରି ରଖିଲା। କଂସ ଦେବକୀଙ୍କର ପ୍ରଥମ ଛଅଟି ସନ୍ତାନଙ୍କ ହତ୍ୟା କରିଥିଲା । ଅନ୍ୟ ସନ୍ତାନ ଜଣକ ଉଭେଇ ଯାଇ ରୋହିଣୀଙ୍କ ଗର୍ଭରୁ ଭଗବାନ ଶଙ୍କର୍ଷଣ ରୂପରେ ଜନ୍ମ ନେଲେ, ଯାହାକୁ ନନ୍ଦରାଜା ବଳରାମ ନାମ େଦଇଥିେଲ। ଧର୍ମର ରକ୍ଷା ପାଇଁ ଅଧର୍ମର ବିନାଶ ପାଇଁ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିର ମଧ୍ୟ ରାତ୍ରିରେ ଦେବକୀଙ୍କ ଗର୍ଭରୁ ଜନ୍ମ ନେଇଥିଲେ ଗୋଲକବିହାରୀ ।

ଅଧିକ ପଢ଼ନ୍ତୁ: ଏହି ୩ଟି ରାଶି ଉପରେ ସୂର୍ଯ୍ୟ-ଶନି-ରାହୁଙ୍କ ରହିବ ଘାତକ ଦୃଷ୍ଟି; ଖରାପ ହେବ ସ୍ବାସ୍ଥ୍ୟ, ଜାଣନ୍ତୁ ଏବଂ ସତର୍କ ରୁହନ୍ତୁ 

ଅତ୍ୟାଚାରୀ କଂସର ଭୟରେ ବସୁଦେବ ନବଜାତ ଶିଶୁକୁ ନଦୀ ପାର ହୋଇ ନିଜ ବନ୍ଧୁ ଗୋପପୁରର ନନ୍ଦ-ଯଶୋଦାଙ୍କ ପାଖରେ ଛାଡ଼ି ଦେଇ ଆସିଥିଲେ । ଗୋପପୁରର ରାଜା ନନ୍ଦବାବା ଓ ରାଣୀ ଯଶୋଦା ମାତା ଶ୍ରୀକୃଷ୍ଣଙ୍କୁ ପାଇ ଖୁସିରେ ବିଭୋର ହୋଇଯାଇଥିଲେ । ଆଉ ସେହି ଦିନରୁ ଜନ୍ମାଷ୍ଟମୀ ପର୍ବ ମହାଉଲ୍ଲାସ ମଧ୍ୟରେ ପାଳନ କରାଯାଉଛି। ଏହି ତିଥିର ରାତ୍ରିରେ କୃଷ୍ଣଙ୍କୁ ଧ୍ୟାନ କଲେ, ତାଙ୍କ ନାମ ନେଇ ମନ୍ତ୍ର ଜପ କଲେ, ସାଂସାରିକ ମୋହମାୟା ଜନିତ ଆସକ୍ତି ଦୂର ହୋଇଥାଏ । ତେଣୁ ଏହାକୁ ମୋହରାତ୍ରି ମଧ୍ୟ କୁହାଯାଏ । ସାରା ବିଶ୍ୱର ହିନ୍ଦୁ ସଂପ୍ରଦାୟ ପାଇଁ ଏହା ଏକ ପବିତ୍ର ଦିନ । ଶ୍ରୀମନ୍ଦିରରେ ମଧ୍ୟ ପାରମ୍ପରିକ ରୀତିନୀତି ଅନୁଯାୟୀ, ପାଳନ ହୋଇଥାଏ ଶ୍ରୀକୃଷ୍ଣଙ୍କ ଜନ୍ମନୀତି। ପରମ୍ପରା ଅନୁଯାୟୀ, ଜନ୍ମାଷ୍ଟମୀର ପୂର୍ବଦିନ ସଂଧ୍ୟାଧୂପ ଓ ପ୍ରସାଦଲାଗି ପରେ, ତିନିଠାକୁରଙ୍କୁ ବନ୍ଦାପନା କରାଯାଏ।

ଅଧିକ ପଢ଼ନ୍ତୁ: ମଙ୍ଗଳ ଗ୍ରହର ଗୋଚର ଫଳରେ ଏହି ତାରିଖରୁ ୩ ରାଶିଙ୍କ ଜୀବନରେ ଭରିଯିବ ସୁଖ-ଶାନ୍ତି ସହ ଧନ-ସମ୍ପତ୍ତି 

ଏହି ସମୟରେ ଶ୍ରୀଜଗନ୍ନାଥଙ୍କୁ ଗୋଟିଏ ଅଧିକ ବନ୍ଦାପନା କରାଯାଏ। ଶ୍ରୀମନ୍ଦିର ପରିଭାଷାରେ ଏହା ହେଉଛି ‘ଗର୍ଭୋଦକ ବନ୍ଦାପନା’। ଏହା ପୂର୍ବରୁ ‘ଜେଉଟ’ (ଜେଉଡ଼) ଭୋଗ ନାମରେ ଏକ ସ୍ୱତନ୍ତ୍ର ଭୋଗ ମଧ୍ୟ ତାଙ୍କୁ ଲାଗି କରାଯାଇଥାଏ। ଶ୍ରୀଜଗନ୍ନାଥଙ୍କୁ ଦେବକୀ ଭାବରେ ଜ୍ଞାନ କରି, ସୁଖପ୍ରସବ ପାଇଁ ଏହା କରାଯାଇଥାଏ। ଏହାର ତାତ୍ପର୍ଯ୍ୟ ହେଉଛି, ଶ୍ରୀଜଗନ୍ନାଥ ଦେବକୀ ରୂପେ ଭୋଗ ଓ ବନ୍ଦାପନା ପାଆନ୍ତି ଏବଂ ପରଦିନ ସେ ଶ୍ରୀକୃଷ୍ଣ ରୂପେ ନିଜକୁ ଜନ୍ମ ଦିଅନ୍ତି। ଏହି ନୀତିର ଅନ୍ୟ ଏକ ତାତ୍ପର୍ଯ୍ୟ ହେଉଛି- ଶ୍ରୀଜଗନ୍ନାଥଙ୍କ ବିଜେ ପ୍ରତିମା ଶ୍ରୀମଦନମୋହନ ମଧ୍ୟ ଏଥିରେ ଭାଗ ନେଇଥାଆନ୍ତି। ସେ ହିଁ କୃଷ୍ଣ ରୂପେ ଜନ୍ମ ନିଅନ୍ତି। ଏଥିପାଇଁ ଶ୍ରୀମଦନମୋହନଙ୍କୁ ଶ୍ରୀଜଗନ୍ନାଥଙ୍କଠାରୁ ଆଜ୍ଞାମାଳ ଦିଆଯାଇଥାଏ। କୃଷ୍ଣ ଜନ୍ମ ପରେ ସର, ଲବଣି ଭୋଗ କରାଯାଇଥାଏ। ତା’ ସହ ରାମକୃଷ୍ଣ ଓ ମଦନମୋହନଙ୍କୁ ଜଗମୋହନରେ ଥିବା ଦୋଳିରେ ଝୁଲାଯାଏ।

ଅଧିକ ପଢ଼ନ୍ତୁ: ଜନ୍ମାଷ୍ଟମୀ ଅର୍ଦ୍ଧରାତ୍ରିର ଅମୃତ ବେଳାରୁ ଏହି 5ଟି ରାଶିରେ ଧନର ବର୍ଷା, ହେବେ ମାଲାମାଲ୍, ଜାଣନ୍ତୁ ରାଶି ଗୁଡିକର ନାମ ?

ଉତ୍ତର ଭାରତର ବ୍ରଜ ମଣ୍ଡଳର ଏହା ସବୁଠାରୁ ମହତ୍ତ୍ବପୂର୍ଣ୍ଣ ଧାର୍ମିକ ଉତ୍ସବ। କୃଷ୍ଣଙ୍କ ଜନ୍ମସ୍ଥାନ ମଥୁରା ଏବଂ ସେ ବଢ଼ିଥିବା ସ୍ଥାନ ବୃନ୍ଦାବନରେ ଏହି ଦିନରେ ପ୍ରବଳ ଜନସମାଗମ ହୁଏ। ଏହି ଉପଲକ୍ଷେ କୃଷ୍ଣଲୀଳା ଅନୁଷ୍ଠିତ ହୁଏ। ମହାରାଷ୍ଟ୍ରରେ ଏହି ପର୍ବ ଅବସରରେ ‘ଦହି ହାଣ୍ଡି’ ଭଙ୍ଗାଯାଏ। ଓଡ଼ିଶାରେ ପୁରପଲ୍ଲୀରେ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ପାଳନ କରାଯାଏ । ଓଡ଼ିଶାରେ ବୈଷ୍ଣବ ମତବାଦର ବହୁଳ ପ୍ରଭାବ ରହିଥିବାରୁ ଏହି ପର୍ବ ଓଡ଼ିଆ ଜନମାନସରେ ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛି । ଏହିଦିନ ଲୋକେ ଉପବାସ ରଖିଥାନ୍ତି ଓ ମଧ୍ୟ ରାତ୍ରୀରେ କୃଷ୍ଣଜନ୍ମ ଉତ୍ସବ ପାଳନ ପରେ ଉପବାସ ଭଙ୍ଗ କରିଥାନ୍ତି ।

ଅଧିକ ପଢ଼ନ୍ତୁ: ଶାଶୂ ଘରକୁ ସ୍ବର୍ଗ କରନ୍ତି ଏହି ଝିଅ; ଏମାନଙ୍କ ପାଖରେ ରହିଥାଏ ଏହି ଖାସ୍ ଗୁଣ, ଜାଣନ୍ତୁ ସେହି ବିଶେଷ ଗୁଣଗୁଡ଼ିକ କଣ...

ଏହିଦିନ ଗାଁର ଭାଗବତ ଟୁଙ୍ଗିମାନଙ୍କରେ ଅଥବା ମଠ ମନ୍ଦିରରେ ହରିବଂଶ ପୁରାଣ ପାଠ କରାଯାଏ। ଜନ୍ମାଷ୍ଟମୀର ପରବର୍ତ୍ତୀ ଦିନ ନନ୍ଦୋତ୍ସବ ପାଳନ କରାଯାଏ। ନନ୍ଦରାଜା ଓ ଯଶୋଦା ରାଣୀଙ୍କ ଆନନ୍ଦକୁ ମନେ ପକାଇବା ପାଇଁ ଏହି ଦିନ ଲୋକେ ଗାୟନ କୀର୍ତ୍ତନ କରି ବହୁବିଧ ଭୋଗ ଅର୍ପଣ କରିଥାନ୍ତି। ଭଗବାନ ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି। ତେଣୁ ଜନ୍ମାଷ୍ଟମୀ ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବା ପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖ଄ ବିଶ୍ବର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ।

Share this story