ଉପକୁଳ ଓଡ଼ିଶାରେ ଘନ ଘନ ଗର୍ଜୁଛି ମୌସୁମୀ ବର୍ଷା: ଆଜି ସଂଧ୍ୟାରେ ଏହି ଅଞ୍ଚଳରେ ହେବ ବର୍ଷା

Heavy Rain Alert in Odisha

ଓଡ଼ିଆ ଗସିପ୍ ବ୍ୟୁରୋ: ବଙ୍ଗୋପ ସାଗରରେ ସୃଷ୍ଟି  ହୋଇଛି ଘୁର୍ଣ୍ଣିବଳୟ । ଏହାରି ପ୍ରଭାବରେ ରାଜ୍ୟରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଓଡ଼ିଶା ଓ ପଶ୍ଚିମବଂଗ ଉପକୂଳକୁ ଲାଗି କେନ୍ଦ୍ରୀଭୂତ ହୋଇଛି ଏହି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।  

ଅଧିକ ପଢ଼ନ୍ତୁ: ଜାଣନ୍ତୁ ଆଜିର ରାଶିଫଳ:ଆକସ୍ମିକ ଭାବରେ ବକେୟା ଅର୍ଥ ହସ୍ତଗତ ହେବ

ସେପଟେ ଆଜି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର । ଏହା ସହ ଅନ୍ୟ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି ।

ଅଧିକ ପଢ଼ନ୍ତୁ: ସବୁ ସୀମା ଟପିଗଲେ ନିଶାଡ଼ିଙ୍କ ' ନିଶା ' ; ରିପୋର୍ଟରଙ୍କୁ ଦୋ ଅକ୍ଷରି କହି ସୋଧିଲେ, ଭିଡିଓ ଭାଇରାଲ

ଅପଡେଟ୍ ଅନୁସାରେ ଘୁର୍ଣ୍ଣିବଳୟ , ମୌସୁମୀ ନିମ୍ନ-ଚାପ ରେଖା ତଥା ବାୟୁମଣ୍ଡଳରେ ସକ୍ରିୟ ତାରତମ୍ୟ ସ୍ତର ପ୍ରଭାବରେ ଉପକୂଳ ଓଡ଼ିଶାର  କିଛି ଜିଲ୍ଲାରେ ଲାଗିରହିଛି ବର୍ଷା । ଆଗକୁ ମଧ୍ୟ ପଶ୍ଚିମ ଓଡ଼ିଶାରୁ ଆରମ୍ଭ କରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।  

ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ପଶ୍ଚିମ ଓଡ଼ିଶାର ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବଲାଙ୍ଗୀର, ବୌଦ୍ଧ, ନୂଆପଡ଼ା, କଳାହାଣ୍ଡି, ଦକ୍ଷିଣ ଓଡ଼ିଶାର କନ୍ଧମାଳ, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ପ୍ରଭୃତି ୨୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । 

 


 ଅଧିକ ପଢ଼ନ୍ତୁ: ଆକ୍ସନ ସିନ୍ ବେଳେ କିଙ୍ଗ ଖାନ୍ ଶାହାରୁଖଙ୍କ ନାକ ଫାଟିଗଲା; ଚିନ୍ତାରେ ପରିବାର

ଏହି ସମୟ ମଧ୍ୟରେ ଟୁଇନ୍‌ ସିଟି କଟକ ଓ ଭୁବନେଶ୍ୱର ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆକାଶ ମେଘାଛନ୍ନ ରହିବା ସହ ଅପରାହ୍ନରୁ ବିଳମ୍ବିତ ସନ୍ଧ୍ୟା ମଧ୍ୟରେ ଅସରାଏ, ଦୁଇଅସରା ହାଲୁକାରୁ ମଧ୍ୟମ ଧରଣର ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।

 

Share this story