ବନ୍ଦର ନିକଟରେ ବିମାନ ଦୁର୍ଘଟଣା; ୨ ଭାରତୀୟ ଟ୍ରେନି ପାଇଲଟଙ୍କ ସମେତ ୩ ମୃତ
 

2 Indian Trainee Pilots Dead In Canada Plane Crash
ବନ୍ଦର ନିକଟରେ ବିମାନ ଦୁର୍ଘଟଣା

ଓଡ଼ିଆ ଗସିପ୍ ବ୍ୟୁରୋ: କାନାଡାର ବ୍ରିଟିଶ କଲମ୍ବିଆରେ ବିମାନ ଦୁର୍ଘଟଣା । ଦୁର୍ଘଟଣାରେ ୩ ଜଣ ମୃତ୍ୟୁବରଣ କରିଥିବାବେଳେ ସେମାନଙ୍କ ମଧ୍ୟରେ ୨ ଜଣ ଭାରତୀୟ ଟ୍ରେନି ପାଇଲଟ ଥିବା ଜଣାପଡିଛି । ଦୁଇ ଟ୍ରେନି ପାଇଲଟ ମୁମ୍ବାଇର ଅଭୟ ଗଡରୁ ଏବଂ ୟଶ ବିଜୟ ରାମୁଗଡେ ବୋଲି ସୂଚନା ମିଳିଛି । କାନାଡା ପୋଲିସ ଅଧିକାରୀ ଏହି ଘଟଣା ବିଷୟରେ ସୂଚନା ଦେଇଛନ୍ତି ।

ଅଧିକ ପଢ଼ନ୍ତୁ: ଘରେ ଛାଡିବା ବାହାନାରେ ଶାଳିକୁ ମଦ ପିଆଇ ୪ସାଙ୍ଗ ସହ ମିଶି ଭିଣେଇ କଲା ଦୁଷ୍କର୍ମ, ରାତିସାରା ଚେତାଶୂନ୍ୟ...

ବନ୍ଦର ନିକଟରେ ଏହି ବିମାନଟି ଦୁର୍ଘଟଣାଗ୍ରସ୍ତ ଗାଇଛି । ଭାଙ୍କୋଭରଠାରୁ ୧୦୦ କିଲୋମିଟର ଦୂର ଚିଲିଓ୍ବାକରେ ଏହି ଦୁର୍ଘଟଣା ଘଟିଥିଲା । ସୂଚନା ଅନୁସାରେ, ଦୁଇଟି ଇଂଜିନି ଥିବା ହାଲୁକା ବିମାନ ପାଇପର ପିଏ-୩୪ ସେନେକା ଚିଲିବ୍ୟାକ୍‌ ସହର ନିକଟରେ ଉଡୁଥିବାବେଳେ ଏକ ଗଛ ସହିତ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏବଂ ତଳେ ଜନବସତି ଅଞ୍ଚଳରେ ପଡ଼ିଥିଲା । 

ଅଧିକ ପଢ଼ନ୍ତୁ: ଲିଭର ସୁସ୍ଥ ରହିଲେ ମିଳିବ ଅନେକ ରୋଗରୁ ରକ୍ଷା, ଜାଣନ୍ତୁ ଲିଭରକୁ ସଫା କରିବାର ୭ଟି ଉପାୟ

ଭାରତୀୟ ପାଇଲଟ୍‌ଙ୍କ ସହିତ ଆଉ ଜଣେ ପାଇଲଟ୍‌ ବି ଏହି ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି । ବିମାନଟି ଦୁର୍ଘଟଣାଗ୍ରସ୍ତ ହେବାର କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ । କାନାଡା ଅଧିକାରୀ ଏହାର ତଦନ୍ତ ଆରମ୍ଭ କରିଥିବା ଜଣାଯାଇଛି।

ଅଧିକ ପଢ଼ନ୍ତୁ: ବ୍ରେନକୁ ଭିତରୁ ଦୁର୍ବଳ କରୁଛି ଏହି ୫ଟି ଖରାପ ଅଭ୍ୟାସ, ଆଜି ହି ଛାଡ଼ନ୍ତୁ, ନଚେତ୍ ହେବ ଏହି ଗମ୍ଭୀର ରୋଗ

Share this story