ପୋଲିସ ଷ୍ଟେସନ ଭିତରେ ଆତ୍ମଘାତୀ ବିସ୍ଫୋରଣ, ୨୩ ଜଣଙ୍କ ମୃତ୍ୟୁ, ୨୮ ଗୁରୁତର
 

23 killed several injured in suicide attack at Pakistan
ପୋଲିସ ଷ୍ଟେସନରେ ଆକ୍ରମଣ ୨୩ ଜଣଙ୍କ ମୃତ୍ୟୁ
 

ଓଡ଼ିଆ ଗସିପ୍ ବ୍ୟୁରୋ: ପାକିସ୍ତାନର ସୁରକ୍ଷା ବାହିନୀ ଉପରେ ପୁଣି ଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି । ଖାଇବର ପଖ୍ତୁନଖୱାର ଡେରା ଇସ୍ମାଇଲ ଖାଁ ଅଞ୍ଚଳରେ ଥିବା ସୁରକ୍ଷା ବାହିନୀର ଏକ ପୋଷ୍ଟ ଉପରେ ଆତଙ୍କବାଦୀମାନେ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ୨୩ ଜଣ ଯବାନ ମୃତ୍ୟୁ ବରଣ କରିଛନ୍ତି।

ଅଧିକ ପଢନ୍ତୁ :ଏହି ରାଶି ଲୋକ ସ୍ବାସ୍ଥ୍ୟ ଓ କର୍ମହାନୀ ସାଙ୍ଗକୁ ବିବାଦୀୟ ସ୍ଥିତି ପାଇଁ ଚିନ୍ତିତ ରହିବେ, ପଢନ୍ତୁ ଆଜିର ରାଶିଫଳ 

ଇଣ୍ଟର ସର୍ଭିସେସ୍ ପବ୍ଲିକ୍ ରିଲେସନ୍ସ ଅନୁଯାୟୀ, ଡିସେମ୍ବର ୧୨ ତାରିଖ ସକାଳେ ୬ ଜଣ ଆତଙ୍କବାଦୀ ସୁରକ୍ଷା ପୋଷ୍ଟ ଉପରେ ଆକ୍ରମଣ କରିଥିଲେ। ତେବେ ପାକ ସେନାର ପ୍ରବଳ ପ୍ରତିରୋଧ ଫଳରେ ପୋଷ୍ଟ ଭିତରକୁ ପ୍ରବେଶ ଉଦ୍ୟମକୁ ସଫଳ ଭାବେ ବିଫଳ କରାଯାଇଥିଲା । କିନ୍ତୁ ଏହା ପରେ ଆତଙ୍କବାଦୀମାନେ ଏକ ବିସ୍ଫୋରକ ବୋଝେଇ ଗାଡ଼ିକୁ ପୋଷ୍ଟ ଭିତରକୁ ପ୍ରବେଶ କରାଇ ଆତ୍ମଘାତୀ ବିସ୍ଫୋରଣ କରିଥିଲେ ।

ଅଧିକ ପଢନ୍ତୁ :ବ୍ରେନକୁ ଭିତରୁ ଦୁର୍ବଳ କରୁଛି ଏହି ୫ଟି ଖରାପ ଅଭ୍ୟାସ, ଆଜି ହି ଛାଡ଼ନ୍ତୁ, ନଚେତ୍ ହେବ ଏହି ଗମ୍ଭୀର ରୋଗ

ଏହି ଆକ୍ରମଣ ପାଇଁ ତେହରିକ-ଏ-ତାଲିବାନ ନିଜକୁ ଦାୟୀ କରିଛି। ସୂଚନାଯୋଗ୍ୟ, ଏହି ଆତଙ୍କବାଦୀ ସଂଗଠନ ଆଫଗାନିସ୍ତାନ ଭଳି ପାକିସ୍ତାନରେ ସରକାର ଗଠନ କରିବାକୁ ଚାହୁଁଛି। ସେଥିପାଇଁ ସେ ଲଗାତାର ସରକାରୀ ବିଭାଗ ଓ ଅଧିକାରୀଙ୍କୁ ଟାର୍ଗେଟ କରୁଛନ୍ତି। 

ସ୍ଥାନୀୟ ପୁଲିସର କହିବାନୁସାରେ, ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ସୂଚନା ପାଇବା ମାତ୍ରେ ସ୍ଥାନୀୟ ପୁଲିସକୁ ସଚେତନ କରାଯାଇଥିଲା । ଏହି ଅଞ୍ଚଳର ଲୋକଙ୍କୁ ସଚେତନ କରାଯାଇଥିଲା ଏବଂ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରାଯାଇଥିଲା । ଯେଉଁଥିରେ ଦୁଇଜଣ ଆତଙ୍କବାଦୀ ନିହତ ହୋଇଥିଲେ ।

ଅଧିକ ପଢନ୍ତୁ :କିଡନୀ ରୋଗୀ ସାବଧାନ! ଖାଉଛନ୍ତି କି ଏହି ଖାଦ୍ୟ? କିଡନୀକୁ ସୁସ୍ଥ ରଖିବା ପାଇଁ ଏସବୁ ଖାଦ୍ୟରୁ ଦୂରେଇ ରୁହନ୍ତୁ...

ଖାଇବର ପାଖ୍ଟନଖୱାଠାରେ ସ୍କୁଲ ଏବଂ କଲେଜ ବନ୍ଦଏହି ଆତଙ୍କବାଦୀ ଘଟଣା ପରେ ତୁରନ୍ତ ଏକ ନୂତନ ପୂଲିସ ଦଳକୁ ଘଟଣାସ୍ଥଳକୁ ପଠାଯାଇଥିଲା । ଆତଙ୍କବାଦୀ ଆକ୍ରମଣ ଯୋଗୁଁ ଜିଲ୍ଲା ଡାକ୍ତରଖାନାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରାଯାଇଛି ଏବଂ ସୁରକ୍ଷା ଦୃଷ୍ଟିରୁ ଜିଲ୍ଲାର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିଛି।

ଅଧିକ ପଢନ୍ତୁ :୨୦୨୪ ଆରମ୍ଭରେ ରାଶି ପରିବର୍ତ୍ତନ କରିବେ ମଙ୍ଗଳ, ୩ ରାଶିଙ୍କ ଫିଟିବ ଭାଗ୍ୟ, ହେବ ଆକସ୍ମିକ ଧନ ଲାଭ
 

Share this story