ଅଟୋକୁ ଧକ୍କା ଦେଲା ବସ୍, ଅଟୋରେ ଥିବା ୫ ଜଣଙ୍କର ଘଟଣା ସ୍ଥଳରେ ହିଁ ମୃତ୍ୟୁ, ୩ ଗୁରୁତର
ଓଡ଼ିଆ ଗସିପ୍ ବ୍ୟୁରୋ: କେରଳ ମାଲାପୁରମ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସାବରୀମାଳା ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ ବସ୍ ଅଟୋକୁ ଧକ୍କା ଦେଇଛି। ଅଟୋରେ ଥିବା ୫ ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି।
ଅଧିକ ପଢନ୍ତୁ :ଧନୁ ସଂକ୍ରାନ୍ତିରେ ରାଜଯୋଗ, ଏହି ୪ଟି ରାଶିର ଲୋକଙ୍କ ଫିଟିବ ଭାଗ୍ୟ, ଜୀବନରେ ଆସିବ ବଡ଼ ପରିବର୍ତ୍ତନ
ଏଥିସହ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତରଙ୍କୁ ଉଦ୍ଧାର କରାଯାଇ କୋଝିକୋଡ ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ୨ ଶିଶୁ ଥିବା ଜଣା ପଡ଼ିିଛି। ସୂଚନା ଅନୁଯାୟୀ, ଗତକାଲି ସନ୍ଧ୍ୟାରେ କର୍ଣ୍ଣାଟକରୁ ଶ୍ରଦ୍ଧାଳୁଙ୍କୁ ଧରି ଏକ ବସ୍ କେରଳର ସାବରୀମାଳା ଅଭିମୁଖେ ଯାଉଥିଲା। ମାତ୍ର ବସ୍ଟି ମାଲାପୁରମ୍ ନିକଟରେ ଏକ ବୁଲାଣି ଅତିକ୍ରମ କରୁଥିବା ବେଳେ ସାମନା ପଟୁ ଏକ ଅଟୋକୁ ଧକ୍କା ଦେଇଥିଲା ।
ଅଧିକ ପଢନ୍ତୁ :ଡିସେମ୍ବର ୩୧ରେ ମାର୍ଗି ଦେବଗୁରୁ ବୃହସ୍ପତି ଚଳନ, ଏହି ୩ଟି ରାଶି ପାଇଁ ପାଲଟିବ ବରଦାନ
ଏହି ଦୁର୍ଘଟଣାର ଅଟୋଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହେବା ସହ ୫ ଜଣଙ୍କ ମୃତ୍ୟୁ ଘଟିଛି। ପୁଲିସ ପହଞ୍ଚି ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଗାଡ଼ି ଦୁଇଟିକୁ ଜବତ କରିଛି।
ଅଧିକ ପଢନ୍ତୁ :ସାଥୀଙ୍କୁ ଖୁସି କରିବାକୁ ଚାହୁଁ ଥିଲେ ପ୍ରତିଦିନ ରାତିରେ ଖାଆନ୍ତୁ...,ବୃଦ୍ଧି ପାଇବ ଯୌନ ଶକ୍ତି !