ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮ ଜୀବନ୍ତ ଦଗ୍ଧ, ୧୨ ଗୁରୁତର, ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ
 

8 Killed In Explosion At Fireworks Factory Near Sivakasi In Tamil Nadu
ବାଣ କାରଖାନାରେ ନିଆଁ ଲାଗି ୮ ଜଣ ଜୀବନ୍ତ ଦଗ୍ଧ
 

ଓଡ଼ିଆ ଗସିପ୍ ବ୍ୟୁରୋ:ତାମିଲନାଡୁର ଶିବକାଶୀ ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା। ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟି ୮ ଜଣଙ୍କ ମୃତ୍ଯୁ ଘଟିଥିବା ବେଳେ ୧୨ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି।

ଅଧିକ ପଢନ୍ତୁ : ଏହି ସବୁ କାରଣ ପାଇଁ ହୋଇଥାଏ ହାର୍ଟ ଆଟାକ୍! ବେଳ ଥାଉ ଥାଉ ସତର୍କ ରହନ୍ତୁ ଓ ହାର୍ଟ ଆଟାକକୁ ଚିହ୍ନନ୍ତୁ 

ସୂଚନା ଅନୁଯାୟୀ, ବାଣ କାରଖାନାରେ ବିସ୍ଫୋରଣ ଯୋଗୁ ୮ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ସେହିପରି ୧୨ ଜଣ ଗୁରୁତର ଅଛନ୍ତି। ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସମସ୍ତ ମୃତକ ଏହି ବାଣ କାରଖାନାରେ କାମ କରୁଥିଲେ। ବିସ୍ଫୋରଣ ପରେ ପୂରା କାରଖାନାରେ ନିଆଁ ଲାଗି ଯାଇଥିଲା। 

ଅଧିକ ପଢନ୍ତୁ : ନଖରୁ ଜାଣନ୍ତୁ ଆପଣଙ୍କ ଲିଭର୍ ଠିକ୍‌ ଅଛି କି ନାହିଁ ? ନଖର ରଙ୍ଗ ଏସବୁ ଗମ୍ଭୀର ରୋଗର ଦିଏ ସଙ୍କେତ...

ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛି। ତେବେ କେଉଁ କାରଣ ଯୋଗୁ କାରଖାନାରେ ବିସ୍ଫୋରଣ ହୋଇଛି ସେ ନେଇ ସୂଚନା ମିଳିନାହିଁ।

ଅଧିକ ପଢନ୍ତୁ : ବୃଷ ରାଶିରେ ସୂର୍ଯ୍ୟ -ଶୁକ୍ରଙ୍କ ମିଳନ ଯୋଗୁଁ ସୃଷ୍ଟି ହେବ ଶୁକ୍ରାଦିତ୍ୟ ଯୋଗ, ଏହି ୩ ରାଶିଙ୍କ ବଦଳିବ ଭାଗ୍ୟ!
 

Share this story