ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ୯ ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା, ଏକାଧିକ ଆହତ

ଓଡ଼ିଆ ଗସିପ୍ ବ୍ୟୁରୋ: ତାମିଲନାଡୁର ବିରୁଧୁନଗରରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ୯ ଜଣ ମୃତ୍ୟୁବରଣ କରିଥିବାବେଳେ ଏକାଧିକ ଆହତ ହୋଇଛନ୍ତି । ମୃତକଙ୍କ ସଂଖ୍ୟା ଆଗକୁ ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି ।
ଅଧିକ ପଢନ୍ତୁ :କନ୍ୟା ରାଶିରେ ବର୍ଷେ ରହିବେ କେତୁ ଫଳରେ ଏହି ୩ ରାଶି ହେବେ ମାଲାମାଲ
ସ୍ଥାନୀୟ ଲୋକଙ୍କ ସୂଚନା ଅନୁସାରେ, ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ କାରଖାନା ନିକଟରେ ଥିବା ଚାରୋଟି ବିଲ୍ଡିଂ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରିବା ସହ ନିଆଁକୁ ଆୟତ୍ତ କରିଛନ୍ତି। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଅଧିକ ପଢନ୍ତୁ :ଗଜଲକ୍ଷ୍ମୀ ରାଜଯୋଗ, ଆସୁଛି ଭଲ ସମୟ, ଏହି ୩ ରାଶି ହେବେ ମାଲେମାଲ୍
ପୋଲିସ ଦେଇଥିବା ସୂଚନା ଅନୁସାରେ, କାରଖାନାର ରାସାୟନିକ ମିଶ୍ରଣ ସ୍ଥାନରେ ପ୍ରଥମେ ବିସ୍ଫୋରଣ ଘଟିଥିଲା। ଏହାପରେ ଚାରିଆଡକୁ ନିଆଁ ବ୍ୟାପି ଯାଇଥିଲା। ବିସ୍ଫୋରଣ ବେଳେ ସାତ ଜଣଙ୍କର ମୃତ୍ୟୁ ଘଟିଥିଲା।ଡାକ୍ତରଖାନା ନେବା ବାଟରେ ଦୁଇଜଣଙ୍କର ମୃତ୍ୟୁ ଘଟିଛି। ପ୍ରାଥମିକ ତଦନ୍ତ ମୁତାବକ ଏହି ବିସ୍ଫୋରଣ କାରଖାନାର କେମିକାଲ ମିକ୍ସିଂ ବେଳେ ହୋଇଛି ।
ଅଧିକ ପଢନ୍ତୁ :୫ ବର୍ଷ ପରେ ଧନ ଶକ୍ତି ଯୋଗ, ଏହି ୩ଟି ରାଶିଙ୍କ ଉପରେ ହେବ ଧନ ବର୍ଷା!