ଦୁଇଟି ଟ୍ରେନ୍ ମଧ୍ୟରେ ମୁହାଁମୁହିଁ ଧକ୍କା, ୧୫ ମୃତ, ୧୦୦ରୁ ଅଧିକ ଆହତ

ଓଡ଼ିଆ ଗସିପ୍ ବ୍ୟୁରୋ: ବାଂଲାଦେଶରେ ଘଟିଛି ଭୟଙ୍କର ରେଳ ଦୁର୍ଘଟଣା । ଦୁଇଟି ଟ୍ରେନ୍ ମଧ୍ୟରେ ମୁହାଁମୁହିଁ ଧକ୍କା ଯୋଗୁଁ ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦୦ରୁ ଊର୍ଦ୍ଧ୍ବ ଲୋକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ବହୁ ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ପୁଲିସ କହିଛି।
ଅଧିକ ପଢ଼ନ୍ତୁ: ରାହୁ ଗୋଚର ଫଳରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି, ଏହି ରାଶିରେ ଲୋକଙ୍କ ଉପରେ ୨୦୨୫ ପର୍ଯ୍ୟନ୍ତ ପଡିବ ପ୍ରଭାବ
ରାଜଧାନୀ ଢାକା ଠାରୁ ପ୍ରାୟ ୮୦ କିଲୋମିଟର ଦୂର ଭୈରବରେ ଏହି ଦୁର୍ଘଟଣା ଘଟିଛି । ଗୋଟିଏ ଟ୍ରାକରେ ବିପରୀତ ଦିଗରୁ ଆସୁଥିବା ଏକ ପାସେଞ୍ଜର ଓ ଏକ ମାଲ୍ ଟ୍ରେନ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା ।
ଅଧିକ ପଢ଼ନ୍ତୁ: ଶନିଙ୍କ ଆର୍ଶିବାଦରୁ ଚମକିବ ୫ ରାଶିଙ୍କ ଭାଗ୍ୟ, ଆସୁଛି ଭଲ ସମୟ, କୋଟିପତି ହେବେ ଏହି ସବୁ ରାଶି!
ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ଲାଇନଚ୍ୟୁତ ସହ ଛିନଛତ୍ର ହୋଇ ଯାଇଥିବା ବଗି ମଧ୍ୟରେ ଅନେକ ଲୋକ ଫସି ରହିଛନ୍ତି। ସେମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରୟାସ ଚାଲିଛି। ତେଣୁ ଆଗକୁ ମୃତ୍ୟୁସଂଖ୍ୟା ବଢ଼ିବାର ଆଶଙ୍କା ପ୍ରକାଶ ପାଇଛି। ଭୈରବ ରେଳ ପୁଲିସ ଷ୍ଟେସନ ଦାୟିତ୍ୱରେ ଥିବା ମହମ୍ମଦ ଆଲିମ ହୁସେନ୍ ଶିକଦାର କହିଛନ୍ତି ଯେ ଢାକା ଯାଉଥିବା ପାସେଞ୍ଜର ଟ୍ରେନ୍ ‘ଇଗାରୋସିନ୍ଦୁର ଏକ୍ସପ୍ରେସ ଗୋଧୂଳି’ ଏବଂ କିଶୋରଗଞ୍ଜ ଅଭିମୁଖେ ଯାଉଥିବା ମାଲବାହୀ ଟ୍ରେନ୍ ମଧ୍ୟରେ ଦୁର୍ଘଟଣା ଘଟିଛି।
ଅଧିକ ପଢ଼ନ୍ତୁ: ଦିନକୁ ଦିନ କାହିଁକି ବଢୁଛି ଷ୍ଚ୍ରୋକ୍ ? କ’ଣ କଲେ କମ ରହିବ ଷ୍ଟ୍ରୋକ୍ ରିସ୍କ, ଜାଣନ୍ତୁ ସଂକ୍ଷେପରେ...
ମାଲ ଗାଡ଼ି ସାମ୍ନା ପଟୁ ଆସୁଥିବା ଯାତ୍ରୀବାହୀ ଟ୍ରେନକୁ ଧକ୍କା ଦେଇଛି। ଏଥିଯୋଗୁ ଯାତ୍ରୀବାହୀ ଟ୍ରେନର ଏକାଧିକ ବଗି ଲାଇନଚ୍ୟୁତ ହୋଇଯାଇଛି। ଖବର ପାଇ ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚିଥିଲେ।
ଏବେ ଲାଇନଚ୍ୟୁତ ବଗି ମଧ୍ୟରେ ଫସି ରହିଥିବା ଲୋକଙ୍କୁ ସେମାନେ ଉଦ୍ଧାର କରିବାରେ ଲାଗିଛନ୍ତି। ବଗି ତଳେ ଅନେକ ଲୋକ ପଡ଼ି ରହିଥିବା ଉଦ୍ଧାରକାରୀ ଦଳ ଦେଖିବାକୁ ପାଇଛନ୍ତି। ଲାଇନଚ୍ୟୁତ ବିଗ ଗୁଡ଼ିକୁ କଟା ଯାଇ ଲୋକଙ୍କୁ ବାହାରକୁ ଆଣିବା ପାଇଁ ପ୍ରୟାସ କରାଯାଉଥିବା ଜଣାପଡିଛି।
ଅଧିକ ପଢ଼ନ୍ତୁ: ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳ ବଦଳ କଲେ ରାଜ୍ୟ ସରକାର, ବଦଳିଲେ ୨୨୦ ଓଏଏସ୍