୫ରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା  ‘ମିଚାଉଁ’, ଘଣ୍ଟାପ୍ରତି ୧୦୦କିମି ଛୁଇଁବ ପବନ!
 

Cyclone Michaung intensifies landfall likely on this date
୫ରେ ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା  ‘ମିଚାଉଁ’
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଏହା ୩ ତାରିଖରେ ଏକ ବାତ୍ୟାରେ ପରିଣତ ହୋଇ ୫ତାରିଖରେ ଆନ୍ଧ୍ରପ୍ରଦେଶର ନେଲୁର ଓ ମଛିଲିପାଟନମ୍‌ ମଝିରେ ସ୍ଥଳଭାଗ ଅତିକ୍ରମ କରିବ। ହେଲେ ସ୍ଥଳଭାଗ ଛୁଇଁବା ପୂର୍ବରୁ ବାତ୍ୟା ‘ମିଚାଉଁ’ ଦିଗ ପରିବର୍ତ୍ତନ କରିବାର ସମ୍ଭାବନା ଥିବାରୁ ଏହାର ଗତିପଥ ଓଡ଼ିଶା ଆଡ଼କୁ ରହିବ। 

ଫଳରେ ଆନ୍ଧ୍ର ସମେତ ସୀମାନ୍ତ ଓ କେନ୍ଦ୍ରୀୟ ଓଡ଼ିଶା ପର୍ଯ୍ୟନ୍ତ ବାତ୍ୟା ପ୍ରଭାବରେ ବର୍ଷା ହେବ। ପାଣିପାଗ କେନ୍ଦ୍ର ପକ୍ଷରୁ ବାତ୍ୟା ଗତିପଥ ସଂପର୍କରେ ଏହି ସୂଚନା ଦିଆଯାଇଛି। ୫ ତାରିଖରେ ରାଜ୍ୟରେ ବାତ୍ୟାର ସର୍ବାଧିକ ପ୍ରଭାବ ରହିବ ବୋଲି କୁହାଯାଇଛି।

ଅଧିକ ପଢନ୍ତୁ :ବୁଧଙ୍କ ବକ୍ରୀ ଚଳନ: ବର୍ଷର ଶେଷ ମାସରେ ଚମକିବ ଏହି ୪ ରାଶିଙ୍କ ଭାଗ୍ୟ, ଜାଣନ୍ତୁ କେମିତି କଟିବ ଡିସେମ୍ବର ମାସ 

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ବର୍ତ୍ତମାନ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣ-ପୂର୍ବରେ ଅବପାତଟି ସକ୍ରିୟ ରହିଛି। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହୋଇ ଆଜି ସୁଦ୍ଧା ଗଭୀର ଅବପାତରେ ଓ ୩ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେବ। ୪ତାରିଖ ସଂଧ୍ୟାରେ ଏହା ଚେନ୍ନାଇ ଓ ମଛିଲିପଟନମ୍‌ ଉପକୂଳ ନିକଟବର୍ତ୍ତୀ ହୋଇ ଦିଗ ପରିବର୍ତ୍ତନ କରି ଉତ୍ତର ଆଡ଼କୁ ଗତି କରିବ। ୫ ତାରିଖରେ ବାତ୍ୟାଟି ଆନ୍ଧ୍ରପ୍ରଦେଶର ନେଲୁର ଓ ମଛିଲିପଟନମ୍‌ ମଝିରେ ସ୍ଥଳଭାଗ ଅତିକ୍ରମ କରିବ।

ଅଧିକ ପଢନ୍ତୁ :କିଡନୀ ରୋଗୀ ସାବଧାନ! ଖାଉଛନ୍ତି କି ଏହି ଖାଦ୍ୟ? କିଡନୀକୁ ସୁସ୍ଥ ରଖିବା ପାଇଁ ଏସବୁ ଖାଦ୍ୟରୁ ଦୂରେଇ ରୁହନ୍ତୁ...

ବାତ୍ୟା ପ୍ରଭାବରେ ରାଜ୍ୟରେ ୩ ତାରିଖରୁ ପାଗ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ୪ ତାରିଖରେ ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡ଼ିକ ହେଲା, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି। ସେହିପରି ୫ତାରିଖରେ ବର୍ଷାର ପରିମାଣ ବଢ଼଼ିବା ସହ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। 

ଅନ୍ୟପଟେ ୪ ତାରିଖରେ ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ପବନର ବେଗ ବୃଦ୍ଧି ପାଇ ୩୫ରୁ ୫୫ କିମି ବେଗରେ ବହିବ ବୋଲି ପାଣିପାଗ କେନ୍ଦ୍ର କହିଛି। ୧ ତାରିଖରୁ ସମୁଦ୍ର ଅଶାନ୍ତ ରହୁଥିବା କାରଣରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ବାରଣ କରାଯାଇଛି। ଏହାସହ ରାଜ୍ୟର ସମସ୍ତ ବନ୍ଦର ପାଇଁ ୧ ନଂ ବିପଦ ସଙ୍କେତ ଜାରି ହୋଇଛି।

ଅଧିକ ପଢନ୍ତୁ : ଶନି ଗୋଚର: ୨୦୨୪ ରେ ଏହି ୪ ରାଶିର ଲୋକଙ୍କ ବଦଳିବ ଭାଗ୍ୟ, ବର୍ଷ ସାରା ଖାଲି ଟଙ୍କା ହିଁ ଟଙ୍କା!

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ସୂଚନାନୁଯାୟୀ, ବାତ୍ୟା ଆନ୍ଧ୍ର ଉପକୂଳକୁ ଗତି କରିବା ହେତୁ ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ଯେପରିକି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ଡିସେମ୍ୱର ୫ତାରିଖରେ ପବନର ବେଗ ଘଣ୍ଟା ପ୍ରତି ୮୦ରୁ ୯୦ କିମି ଓ ଝଟ୍‌କା ପବନ ଘଣ୍ଟାପ୍ରତି ୧୦୦ କିଲୋମିଟିର ଛୁଇଁବ । 

ଏଥିସହ ଏହି ସବୁ ଜିଲ୍ଲା ସମେତ କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସିଇସି କହିଛି। ଏହି ସବୁ ଜିଲ୍ଲାଗୁଡ଼ିକରେ ଡିସେମ୍ୱର ୫ ଓ ୬ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବା ବେଳେ ଡିସେମ୍ୱର ୫ରୁ ୭ତାରିଖ ମଧ୍ୟରେ ଖୋର୍ଦ୍ଧା, ନୟାଗଡ଼, ପୁରୀ ଓ କଟକ ଜିଲ୍ଲା ସମେତ ଏହାର ନିକଟବର୍ତ୍ତୀ ଅଞ୍ଚଳଗୁଡ଼ିକର ଗୋଟିଏ କିମ୍ୱା ଦୁଇଟି ସ୍ଥାନରେ ମଧ୍ୟମ, ପ୍ରବଳ ଓ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ସିଇସି କହିଛି।

ଅଧିକ ପଢନ୍ତୁ :୨୦୨୪ ଆରମ୍ଭରେ ରାଶି ପରିବର୍ତ୍ତନ କରିବେ ମଙ୍ଗଳ, ୩ ରାଶିଙ୍କ ଫିଟିବ ଭାଗ୍ୟ, ହେବ ଆକସ୍ମିକ ଧନ ଲାଭ
 

Share this story