ଘନୀଭୂତ ହେଉଛି ଅବପାତ, ଆରବ ସାଗରରେ ବାତ୍ୟା ! ୨୪ ଘଣ୍ଟାରେ ନେବ ସାମୁଦ୍ରିକ ଝଡର ରୂପ

ଓଡ଼ିଆ ଗସିପ୍ ବ୍ୟୁରୋ: ଆରବ ସାଗରରେ ବାତ୍ୟା । ଆରବ ସାଗରରେ ଘନୀଭୂତ ହେଉଛି ଅବପାତ । ଆସନ୍ତା ୨୪ ଘଣ୍ଟାରେ ନେଇପାରେ ସାମୁଦ୍ରିକ ଝଡର ରୂପ । ୨୨ ତାରିଖ ବେଳକୁ ଭୀଷଣ ସାମୁଦ୍ରିକ ରୂପ ନେବାର ସମ୍ଭାବନା ରହିଛି। ହେଲେ ଭାରତ ପାଇଁ ବିପଦ ନଥିବା ଜଣାପଡ଼ିଛି। ଓମାନ ଓ ୟେମେନ ଉପକୂଳକୁ ମୁହାଁ ହେବା ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।
ଅଧିକ ପଢ଼ନ୍ତୁ: ଘରେ ଛାଡିବା ବାହାନାରେ ଶାଳିକୁ ମଦ ପିଆଇ ୪ସାଙ୍ଗ ସହ ମିଶି ଭିଣେଇ କଲା ଦୁଷ୍କର୍ମ, ରାତିସାରା ଚେତାଶୂନ୍ୟ...
ଏହାରି ପ୍ରଭାବରେ ୨୪ ତାରିଖରେ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଞ୍ଜାମ ଏବଂ ଗଜପତିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୨୫ ତାରିଖରେ ବଢିବ ବର୍ଷାର ପରିମାଣ । ଉପକୂଳ ଓଡ଼ିଶା ସମେତ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ଅନୁଗୁଳ, ଢେଙ୍କାନାଳ ଏବଂ ନୟାଗଡ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।
ଅଧିକ ପଢ଼ନ୍ତୁ: ରାହୁ ଗୋଚର ଫଳରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି, ଏହି ରାଶିରେ ଲୋକଙ୍କ ଉପରେ ୨୦୨୫ ପର୍ଯ୍ୟନ୍ତ ପଡିବ ପ୍ରଭାବ
ବିଶେଷ କରି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ଝଟକା ପବନ ଘଣ୍ଟାପ୍ରତି ୭୦ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ । ପ୍ରଭାବରେ ସମୁଦ୍ର ଅଶାନ୍ତ ରହି । ତେଣୁ ମତ୍ସଜୀବୀମାନେ ସତର୍କ ରହିବା ପାଇଁ ପରାମର୍ଶ କରିଛି ପାଣିପାଗ ବିଭାଗ । ତେବେ ଲଘୁଚାପ ସୃଷ୍ଟି ହେବା ପରେ ସ୍ପଷ୍ଟ ଚିତ୍ର ଆସିବ ବୋଲି ପାଣିପାଗ ବିଭାଗ କହିଛି ।
ଅଧିକ ପଢ଼ନ୍ତୁ: ୧୭୮ ବର୍ଷ ପରେ ସୂର୍ଯ୍ୟ ପରାଗରେ ଦୁର୍ଲଭ ଯୋଗ, ୩ ରାଶିଙ୍କ ପାଇଁ ଶୁଭ ସମୟ, ଧନଲାଭ ସହ ବଢି଼ବ ବ୍ୟାଙ୍କ ବାଲାନ୍ସ,!