'ମୁଁ କାର୍ଗିଲ ଯୁଦ୍ଧରେ ଦେଶକୁ ବଞ୍ଚାଇଥିଲି, କିନ୍ତୁ ମୋ ସ୍ତ୍ରୀର ଇଜ୍ଜତ ବଞ୍ଚାଇପାରିଲିନି', ମଣିପୁର ଭିଡ଼ିଓ ମାମଲାରେ ପୀଡିତାଙ୍କ ସ୍ୱାମୀଙ୍କ କୋହଭରା ବୟାନ...

I saved my country from kargil war but failed to save my wife

ଓଡ଼ିଆ ଗସିପ ବ୍ୟୁରୋ : ଗତ ମେ ୪ ତାରିଖରେ ମଣିପୁର କାଙ୍ଗପୋକପି ଜିଲ୍ଲାରେ କିଛି ଲୋକ, ଦୁଇଜଣ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇ ଚଲାଇ ନେବା ଏବଂ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି । ଯାହା ପୁରା ଦେଶରେ ହଇଚଇ ସୃଷ୍ଟି କରିଛି । ସବୁ ଦଳର ନେତା ଓ କର୍ମୀ ଏବେ ରାଜରାସ୍ତାକୁ ଓହ୍ଲାଇଛନ୍ତି । ଦାବି ଗୋଟିଏ ଅଭିଯୁକ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ଏବଂ ଦେଶରେ ଶାନ୍ତି ଫେରି ଆସୁ ।

ସେପଟେ ପୀଡିତାଙ୍କ ସ୍ୱାମୀ ବି ଏହି ଘଟଣା ଘଟିବା ପରେ ପୁରାପୁରି ଭାଙ୍ଗି ପଡିଛନ୍ତି । 'ମୁଁ କାର୍ଗିଲ ଯୁଦ୍ଧରେ ଦେଶକୁ ବଞ୍ଚାଇଥିଲି, କିନ୍ତୁ ମୋ ସ୍ତ୍ରୀର ଇଜ୍ଜତ ବଞ୍ଚାଇପାରିଲିନି', ମଣିପୁର ଭିଡ଼ିଓ ମାମଲାରେ ପୀଡିତାଙ୍କ ସ୍ୱାମୀଙ୍କ କୋହଭରା ବୟାନ ସମସ୍ତଙ୍କୁ ସ୍ତବ୍ଦ କରିଛି ।

ଅଧିକ ପଢ଼ନ୍ତୁ : ଏହି ରାଶିର ବ୍ୟକ୍ତି ବିଶେଷ ହିଁ ବୟସଠୁ ସାନ ଝିଅଙ୍କ ଠାରୁ ପାଆନ୍ତି ଅସଲ ମଜା; ଆପଣାଇଥାନ୍ତି ଏହି ଫଣ୍ଡା

ମଣିପୁରରେ ଦୁଇ ମହିଳାଙ୍କୁ ସର୍ବସାଧାରଣରେ ନିର୍ଯାତନା ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କ ସହ ୪ ଜଣଙ୍କୁ ଗିରଫ କରାଯାଇଛି । ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ତିନି ଜଣଙ୍କୁ ଗିରଫ କରାଯାଇଥିବା ନେଇ ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ଏନ.ବିରେନ୍ ସିଂ କହିଛନ୍ତି, ସବୁ ଦୋଷୀଙ୍କୁ ଧରିବାକୁ ପଦକ୍ଷେପ ନିଆଯାଉଛି । କେବଳ ସେତିକି ନୁହେଁ, ଦୋଷୀ ଯେପରି ମୃତ୍ୟୁଦଣ୍ଡ ପାଇବେ ସେଥିପାଇଁ ପଦକ୍ଷେପ ନେଉଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଏହି ଘଟଣା ପାଇଁ ପୁରା ଦେଶର ମୁଣ୍ଡ ନୁଆଁଇଦେଲା ମଣିପୁରର ଜଘନ୍ୟ କାଣ୍ଡ । ଦୁଇ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇବାର ଭିଡିଓ ଭାଇରାଲ୍ ସଭିଙ୍କ ମନରେ ଘୃଣା ଭାବ ଆଣିଦେଇଛି । ମଣିପୁର ହିଂସାକାଣ୍ଡରେ କଳା ଫର୍ଦ୍ଦ ଯୋଡ଼ିଛି ମହିଳାଙ୍କୁ ଯୌନ ନିର୍ଯାତନା ଘଟଣା । ଗତ ମେ ୪ ତାରିଖରେ ମଣିପୁର କାଙ୍ଗପୋକପି ଜିଲ୍ଲାରେ କିଛି ଲୋକ, ଦୁଇଜଣ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇ ଚଲାଇ ନେବା ଏବଂ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି । ମହିଳାଙ୍କୁ ନିର୍ଯାତନା ସମୟର ଭିଡିଓ ଭାଇରାଲ ହେବା ପରେ ସବୁଠି ତୀବ୍ର ହେଉଛି ବିରୋଧର ସ୍ୱର ।

ଅଧିକ ପଢ଼ନ୍ତୁ : ହୋଟେଲ ଭିତରେ ଚାଲିଥିଲା ଦେହ ବେପାର; ଅଚାନକ ପସିଗଲା ପୋଲିସ, ଆପତ୍ତିଜନକ ସାମଗ୍ରୀ ସହ ୧୩ ଯୁବତୀ ଉଦ୍ଧାର

ଇମ୍ଫାଲରେ ଶହ ଶହ ଲୋକ ଏକାଠି ହୋଇ ପ୍ରତିବାଦ କରିଛନ୍ତି । ମଣିପୁର ଲଜ୍ଜାକୁ ନେଇ ସଂସଦ ହୁଲସ୍ତୁଲ । ମୌସୁମୀ ଅଧିବେଶନର ପ୍ରଥମ ଦିନରେ ହିଁ, ମଣିପୁର ପ୍ରସଙ୍ଗକୁ ନେଇ ଉଭୟ ଗୃହରେ ତମ୍ବିତୋଫାନ କରିଛନ୍ତି ବିରୋଧୀ । ଏହି ପ୍ରସଙ୍ଗରେ ଗୃହରେ ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବି କରିଛନ୍ତି । ପ୍ରଧାନମନ୍ତ୍ରୀ ଏହି ପ୍ରସଙ୍ଗରେ ଗୃହ ବାହାରେ ପ୍ରତିକ୍ରିୟା ରଖୁଥିବା ବେଳେ ଗୃହ ଭିତରେ କାହିଁକି ନିରବ ବୋଲି ପ୍ରଶ୍ନ କରିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ । ତେବେ ସରକାର ସଂସଦର ଉଭୟ ଗୃହରେ ଆଲୋଚନା କରିବାକୁ ପ୍ରସ୍ତୁତ ଥିବା ବେଳେ ବିରୋଧୀ ସଂସଦକୁ ଚଳାଇ ନଦେବାକୁ ଉଦ୍ୟମ କରୁଥିବା କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ।

ମଣିପୁର ଘଟଣାରେ ଉଦବେଗ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେ କହିଛନ୍ତି, ମଣିପୁରରେ ଯାହା ଘଟିଛି, ତାହା କୌଣସି ସଭ୍ୟ ସମାଜ ପାଇଁ ଗ୍ରହଣୀୟ ନୁହେଁ । ଏହି ଘଟଣା ୧୪୦ କୋଟି ଭାରତୀୟଙ୍କୁ ଲଜ୍ଜିତ କରିଛି । ତେବେ କୌଣସି ବି ଅଭିଯୁକ୍ତଙ୍କୁ ଛଡ଼ାଯିବନି । ଅନ୍ୟପଟେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ମଣିପୁର ମୁଖ୍ୟମନ୍ତ୍ରୀ ଏନ୍.ବିରେନ ସିଂଙ୍କ ସହ ଆଲୋଚନା କରିଛନ୍ତି ।

ଅଧିକ ପଢ଼ନ୍ତୁ : ବାସ୍ତୁ ଶାସ୍ତ୍ର ଅନୁସାରେ ତୁଳସୀ ବୃକ୍ଷର ସ୍ଥାନ କେଉଁଠି? ଭୁଲ୍ ସ୍ଥାନରେ ତୁଳସୀ  ରହିଲେ କ’ଣ ଆସେ ସମସ୍ୟା?

ସେପଟେ ଘଟଣାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟ । ମଣିପୁରର ଭିଡିଓ ଅତ୍ୟନ୍ତ ବିଚଳିତ କରିଛି । ଏହା ଗ୍ରହଣୀୟ ନୁହେଁ । ଏବେ କାର୍ଯ୍ୟାନୁଷ୍ଠାନ ନେବାର ସମୟ ଆସିଛି । ଯଦି ସରକାର କିଛି କରିବେନି, ତା ହେଲେ ଆମେ ପଦକ୍ଷେପ ନେବୁ ବୋଲି ସଫାସଫା ଶୁଣାଇ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ । ମଣିପୁର ଘଟଣା ସାମ୍ବିଧାନିକ ବ୍ୟବସ୍ଥାର ଚରମ ବିଫଳତା ବୋଲି କହିଛନ୍ତି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼ । ମାମଲାର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେବା ସହିତ, ଏ ସମ୍ପର୍କରେ କୋର୍ଟଙ୍କୁ ଅବଗତ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Share this story