ସବୁଠାରୁ ବଡ଼ ଭୂକମ୍ପ ଝଟକା ପରେ ମୃତ୍ୟୁର ତାଣ୍ଡବ, ଚାଲିଛି ଜୋରଦାର ରେସ୍କ୍ୟୁ ଅପରେସନ

Morocco Earthquake 820 died and 329 were injured after a powerful quake
ସବୁଠାରୁ ବଡ଼ ଭୂକମ୍ପ ଝଟକା ପରେ ମୃତ୍ୟୁର ତାଣ୍ଡବ

ଓଡ଼ିଆ ଗସିପ୍ ବ୍ୟୁରୋ: ମରକ୍କୋରେ ଶକ୍ତିଶାଳୀ ଭୂମିକମ୍ପର ତାଣ୍ଡବ । ଶୁକ୍ରବାର ରାତି ୧୧.୧୧ରେ ଉତ୍ତର ଆଫ୍ରିକୀୟ ରାଷ୍ଟ୍ର ମୋରକୋ ଅନ୍ତର୍ଗତ ମାରକେସ୍‌ର ଦକ୍ଷିଣପଶ୍ଚିମକୁ ୭୧ କିଲୋମିଟର୍‌ ଦୂରବର୍ତ୍ତୀ ଭୂଗର୍ଭର ୧୮.୫ କିଲୋମିଟର୍‌ ଅଭ୍ୟନ୍ତରରେ ୬.୮ ତୀବ୍ରତାସମ୍ପନ୍ନ ଭୂମିକମ୍ପ ହୋଇଥିଲା ।

ଅଧିକ ପଢ଼ନ୍ତୁ: ଏହି ରାଶି ବ୍ୟକ୍ତିଙ୍କ ପାଇଁ ଆଗାମୀ ୧୧୮ ଦିନ ରହିବ ବରଦାନ ଭଳି, ବୃହସ୍ପତି କରିଦେବେ ମାଲାମାଲ୍

ଭୂମିକମ୍ପ ଝଟକାରେ ମୃତ୍ୟୁସଂଖ୍ୟା ୮୨୦ ପାର ହୋଇଥିବା ବେଳେ ୩୨୯ ଆହତ ହୋଇଥିବା ଜଣା ପଡିଛି। ଭୂମିକମ୍ପ ଯୋଗୁଁ ଭୁଶୁଡ଼ି ଯାଇଛି ବଡ଼ ବଡ଼ କୋଠା । କୋଠାତଳେ ଅନେକ ଜୀବନ ଚାପି ହୋଇ ରହିଥିବାର ଅନୁମାନ କରାଯାଉଛି । ଯେଉଁଥିପାଇଁ ଆହୁରି ବଢ଼ିପାରେ ମୃତ୍ୟୁସଂଖ୍ୟା। ଶହ ଶହ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଚାଲିଛି ଜୋରଦାର ରେସ୍କ୍ୟୁ ଅପରେସନ।

ଅଧିକ ପଢ଼ନ୍ତୁ: ମଙ୍ଗଳ ଗ୍ରହର ଗୋଚର ଫଳରେ ଏହି ତାରିଖରୁ ୩ ରାଶିଙ୍କ ଜୀବନରେ ଭରିଯିବ ସୁଖ-ଶାନ୍ତି ସହ ଧନ-ସମ୍ପତ୍ତି 

ସକାଳୁ ସକାଳୁ ଭୀଷଣ ଭୂକମ୍ପ ଅନୁଭୂତ ହୋଇଥିବା ବେଳେ ଏହାର ଉତ୍ପତ୍ତି ସ୍ଥଳ ମରକ୍କୋରୁ ୭୦ କିଲୋମିଟର ଦୂରରେ ଥିବା ସୂଚନା ମିଲିଛି । ଭୂକମ୍ପ ଏତେ ତୀବ୍ର ଥିଲା ଯେ ପ୍ରାୟ ୩୫୦ କିଲୋମିଟର ଦୂର ମରକ୍କୋର ରାଜଧାନୀ ରବାତ୍‌ରେ ଏହା ଅନୁଭୂତ ହୋଇଛି । ଭାରତୀୟ ସମୟ ଅନୁସାରେ ଭୋର ୩ଟା ୪୧ରେ ଭୂମିକମ୍ପ ହୋଇଥିଲା । ୧୨୦ ବର୍ଷରେ ଉତ୍ତର ଆଫ୍ରିକାରେ ଏହା ସବୁଠାରୁ ବଡ଼ ଭୂକମ୍ପ ।

ଅଧିକ ପଢ଼ନ୍ତୁ: ଏମାନଙ୍କ ପାଇଁ ଆଜି ଦିନଟି ଖରାପ; ଜାଣନ୍ତୁ ଆପଣଙ୍କ ରାଶିଫଳ, କେମିତି କଟିବ ଆଜିର ଦିନ 

ୟୁଏସଜିଏସଏ ଅନୁସାରେ ୧୯୦୦ ମସିହାରେ ଏହି ଅଞ୍ଚଳ ୫ଶହ କିଲୋମିଟର କ୍ଷେତ୍ରରେ ବଡ଼ଧରଣର ଭୂକମ୍ପ ଆସିନଥିଲା। ଏହା ଏମ-5 ଲେବଲର ୯ ଭୂକମ୍ପ ହୋଇଛି। ଦ୍ବିତୀୟ ଭୂକମ୍ପ ଆଶଙ୍କା ଥିବାରୁ ଭୟଭୀତ ଅଛନ୍ତି ଲୋକ। ଭୂକମ୍ପ ପରେ ଲୋକ ଆଉ ଘରେ ନାହାନ୍ତି, ରାସ୍ତା ଉପରେ ବସିଥିବା ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି। 

ଅଧିକ ପଢ଼ନ୍ତୁ: ମୃତ୍ୟୁ ପୂର୍ବରୁ ମିଳିଥାଏ ଏହି ଲକ୍ଷଣ; ୪୦ ସେକେଣ୍ଡ ପୂର୍ବରୁ ଘଟିଥାଏ ଏହି ଭୟାନକ ଓ କଷ୍ଟଦାୟକ ଘଟଣା!

ତେବେ ଏପରି ଏକ ବିନାଶକାରୀ ଭୂକମ୍ପ ଚଳିତ ବର୍ଷ ଫେବ୍ରୁଆରୀ ୬ରେ ତୁର୍କୀରେ ହୋଇଥିଲା। ଯେଉଁଥିରେ ୪୫ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିଲା। ୭.୮ ଥିଲା ଭୂକମ୍ପର ତୀବ୍ରତା । ଚାରି ଥର ଭୂମିକମ୍ପ ତୁର୍କୀକୁ ବିଧ୍ବଂସ କରିଦେଇଥିଲା।

ଅଧିକ ପଢ଼ନ୍ତୁ: ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

Share this story