ପ୍ରଧାନମନ୍ତ୍ରୀ ମୋଦୀଙ୍କ ଘୋଷଣା, ଲାଲକୃଷ୍ଣ ଆଡଭାନୀଙ୍କୁ ମିଳିବ ଭାରତ ରତ୍ନ

ଓଡ଼ିଆ ଗସିପ୍ ବ୍ୟୁରୋ: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ପ୍ରଦାନ କରାଯିବ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ। ଏନେଇ ‘ଏକ୍ସ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୂଚନା ଦେଇଛନ୍ତି। ଆଡଭାନୀଙ୍କ ସହ କଥା ହୋଇ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ଅଧିକ ପଢନ୍ତୁ :ବାଥରୁମରେ ଅଧିକ ହାର୍ଟ ଆଟାକ୍ ହେବାର ପ୍ରକୃତ କାରଣ କଣ? ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଲାଲ କୃଷ୍ଣ ଆଡଭାନୀଙ୍କର ଜନ୍ମ ୧୯୨୭ ମସିହା ଆଠ ନଭେମ୍ବରରେ ହୋଇଥିଲା। ସେ ଦେଶର ଗୃହ ମନ୍ତ୍ରୀ ଓ ଉପ ପ୍ରଧାନମନ୍ତ୍ରୀ ମଧ୍ୟ ରହିସାରିଛନ୍ତି। ଅନେକ ଥର ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଧ୍ୟ ରହିଛନ୍ତି। ତିନି ଦଶନ୍ଦିରୁ ଅଧିକ ସମୟ ଧରି ସାଂସଦ ରହିଛନ୍ତି ଆଡଭାନୀ। ସେ ଲୋକସଭାକୁ ୭ଥର ନିର୍ବାଚିତ ହୋଇଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଏକ୍ସ’ରେ ସୂଚନା ଦେଇ କହିଛନ୍ତି ଯେ, ଆମ ସମୟର ସବୁଠୁ ସମ୍ମାନନୀୟ ରାଷ୍ଟ୍ରନେତା ହେଉଛନ୍ତି ଆଡଭାନୀ।
ଅଧିକ ପଢନ୍ତୁ :କିଡ଼ନୀ ସୁସ୍ଥ ରଖିବା ପାଇଁ ଖାଆନ୍ତୁ ଏହି ୫ଟି ଫଳ, ଗମ୍ଭୀର ରୋଗରୁ ବଞ୍ଚିଯିବେ...
ଭାରତର ପ୍ରଗତି ପାଇଁ ତାଙ୍କର ଯୋଗଦାନ ସ୍ମରଣୀୟ। ତୃଣମୂଳ ସ୍ତରରୁ ଯାତ୍ରା ଆରମ୍ଭ କରି ଉପପ୍ରଧାନମନ୍ତ୍ରୀ ହୋଇଥିଲେ। ସ୍ୱରାଷ୍ଟ୍ର, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଭାବେ ସେ କାର୍ଯ୍ୟ କରିଛନ୍ତି। ସଂସଦୀୟ ଅଭିଜ୍ଞତା ସବୁବେଳେ ଉଦାହରଣ ହୋଇ ରହିବ।
ଅଧିକ ପଢନ୍ତୁ :ଜାଣନ୍ତୁ କ’ଣ ଏହି ସର୍ଭାଇକାଲ କ୍ୟାନ୍ସର? ଯାହା ୩୨ ବର୍ଷ ବୟସରେ ଅଭିନେତ୍ରୀ ପୁନମ ପାଣ୍ଡେଙ୍କ ନେଲା ଜୀବନ