ଅନିର୍ଦ୍ଦିଷ୍ଟକାଳ ପାଇଁ ବନ୍ଦ ହେଲା ସ୍କୁଲ…

School children

ଓଡ଼ିଆ ଗସିପ ବ୍ୟୁରୋ: ରାଜଧାନୀ ଦିଲ୍ଲୀରେ ପ୍ରଦୂଷଣ ସ୍ଥିତି ବିଗିଡ଼ିବାରେ ଲାଗିଛି । ଘରୁ ବାହାରିବା ସହିତ ଶ୍ୱାସକ୍ରିୟାରେ ଅନେକ ଅସୁବିଧାରେ ସମୁଖୀନ ହେଉଛନ୍ତି ଦିଲ୍ଲୀବାସୀ । ଶୀତ ବଢ଼ିବା ସହ ଦିଲ୍ଲୀରେ ପ୍ରଦୂଷଣ ମଧ୍ୟ ବଢ଼ିବାରେ ଲାଗିଛି ।

ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାର ସମସ୍ତ ସ୍କୁଲଗୁଡ଼ିକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟି ଘୋଷଣା କରିଛନ୍ତି । ଏନେଇ ଆଜି ଦିଲ୍ଲୀ ଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି ।

ସୂଚନା ଅନୁସାରେ- ପୂର୍ବରୁ ଦିଲ୍ଲୀ ସରକାର ୭ ଦିନ ପାଇଁ ସ୍କୁଲ ଓ କଲେଜ ବନ୍ଦ କରିଥିଲେ । ଆଜି ଏହି ଅବଧି ଶେଷ ହେଉଥିବା ବେଳେ ଆସନ୍ତାକାଲି ଠାରୁ ସ୍କୁଲ ଖୋଲିବାର ଥିଲା । କିନ୍ତୁ ପ୍ରଦୂଷଣ ସ୍ଥିତି ଅତ୍ୟନ୍ତ ଗମ୍ଭୀର ଥିବାରୁ ସରକାର ଆଜି ସ୍କୁଲ ଗୁଡ଼ିକୁ ପରବର୍ତ୍ତୀ ନୋଟିସ ଯାଏ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି ।

ସ୍କୁଲ ବନ୍ଦ ରହିଥିଲେ ହେଁ ପିଲାମାନେ ଅନଲାଇନରେ ପାଠ ପଢ଼ିପାରିବେ । ଏଥିପାଇଁ ସବୁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ବ୍ୟବସ୍ଥା କରିବାକୁ କୁହାଯାଇଛି । ଅନ୍ୟପକ୍ଷରେ ଦିଲ୍ଲୀର ପ୍ରଦୂଷଣ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ପରିବେଶ ମନ୍ତ୍ରୀ ଗୋପାଲ ରାୟ ଆଜି ବରିଷ୍ଠ ଅଧିକାରୀଙ୍କ ସହ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି ।

ପୂର୍ବରୁ ପ୍ରଦୂଷଣକୁ କମ କରିବାକୁ ଲାଗିଥିବା କଟକଣାର ଅବଧି ରବିବାର ଆସିବ । ତେଣୁ ଆଉ କ’ଣ କଟକଣା ଲାଗିବ ଓ ସ୍ଥିତିକୁ କେମିତି ନିୟନ୍ତ୍ରଣ କରାଯିବ, ସେ ବିଷୟରେ ବୈଠକରେ ଆଲୋଚନା କରାଯାଉଛି ।

Share this story