୨୬ରେ ସ୍ଥଳଭାଗ ଛୁଇଁବ ସିଭିୟର ସାଇକ୍ଳୋନିକ ଷ୍ଟର୍ମ, ଜାଣନ୍ତୁ କେଉଁଠି କରିବ ଲ୍ୟାଣ୍ଡଫଲ୍?
 

Severe cyclonic storm to hit Bengal and Kolkata by May 26 evening
ବଙ୍ଗୋପସାଗରେ ଭୀଷଣ ବାତ୍ୟା ସମ୍ଭାବନା!
 

ଓଡ଼ିଆ ଗସିପ୍ ବ୍ୟୁରୋ: ବଙ୍ଗୋପସାଗରେ ବାତ୍ୟା ସମ୍ଭାବନା । ୨୫ ସକାଳ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା ରହିଛି। ୨୬ ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେଇପାରେ । ପରେ ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ପାଖାପାଖି ଲ୍ୟାଣ୍ଡଫଲ୍ କରିବା ନେଇ ସୂଚନା ମିଳିଛି, କିନ୍ତୁ ଏହି ସମୟରେ ପବନର ବେଗ କେତେ ରହିବ ଏହା ଆଗକୁ ଜଣାପଡିବ।

ଅଧିକ ପଢନ୍ତୁ : କର୍ମକ୍ଷେତ୍ରରେ ହତୋତ୍ସାହ ହେବା ସହ ଆର୍ଥିକ କ୍ଷେତ୍ରରେ ଚିନ୍ତିତ ରହିବେ ଏହି ରାଶି ଲୋକ! ପଢନ୍ତୁ ଏ ସପ୍ତାହର ରାଶିଫଳ

ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ପରିଣତ ହେବ। କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାରି ପ୍ରଭାବରେ ମୁଖ୍ୟତଃ ଉତ୍ତର ଉପକୂଳ ଓ ସଲଗ୍ନ ଜିଲ୍ଲା ମାନଙ୍କରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୁରଭଞ୍ଜ, ଯାଜପୁର,କଟକ, କେନ୍ଦୁଝର, ଢେଙ୍କାନାଳ, ଗଞ୍ଜାମ, ପୁରୀର ଅଧିକାଂଶ ଅଞ୍ଚଳରେ ସାମନ୍ୟରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

ଅଧିକ ପଢନ୍ତୁ : ବ୍ଲଡ୍ ପ୍ରେସର ଭଳି ଗମ୍ଭୀର ରୋଗ ଥିବା ଲୋକମାନେ ଭୁଲରେ ବି ଖାଆନ୍ତୁନି ଏହି ସବୁ ଖାଦ୍ୟ, ନଚେତ୍...

୨୬-୨୭ ତାରିଖ ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡାର ଗୋଟିଏ  ଦୁଇଟି ଜାଗାରେ ଭାରି ବର୍ଷା ସମ୍ଭାବନା ରହିଛି। ବର୍ଷା ସମୟରେ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଥିବା ବେଳେ ଅଶାନ୍ତ ହେବ ସମୁଦ୍ର।  ମତ୍ସ୍ୟଜୀବୀଙ୍କୁ ସମୁଦ୍ର ନ ଯିବାକୁ ପରାମର୍ଶ ଦିଆଯାଇଛି।

ଅଧିକ ପଢନ୍ତୁ : ଜୁନ୍ ମାସରେ ବଦଳିବ ୩ ରାଶିର ଭାଗ୍ୟ, ଏମାନଙ୍କ ଉପରେ ପଡିବ ବଡ଼ ପ୍ରଭାବ!
 

Share this story