ଆଜିଠୁ ଆରମ୍ଭ ହେଲା ଭୋଟର ତାଲିକା ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପ୍ରକ୍ରିୟା, ଜାଣନ୍ତୁ ଶେଷ ତାରିଖ କେବେ ?
 

Special summary revision of electoral rolls begins from today
ଆରମ୍ଭ ହେଲା ଭୋଟର ତାଲିକା ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ପ୍ରକ୍ରିୟା
 

ଓଡ଼ିଆ ଗସିପ୍ ବ୍ୟୁରୋ: ୨୦୨୪ ନିର୍ବାଚନ ପୂର୍ବରୁ ଶେଷ ଥର ଲାଗି ଭୋଟର ତାଲିକା ସଂଶୋଧନ ପାଇଁ ଆଜିଠାରୁ ଆରମ୍ଭ ହୋଇଛି ପ୍ରକ୍ରିୟା । ସାମ୍ୱାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ । ଆଜିଠାରୁ ଆରମ୍ଭ ହେଲା ସ୍ଵତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ । ୨୦୨୩ ଡ଼ିସେମ୍ବର ୯ ଯାଏଁ ଆବେଦନ କରି ପାରିବେ ଭୋଟର । 

ଅଧିକ ପଢ଼ନ୍ତୁ: ଶନିଙ୍କ ଆର୍ଶିବାଦରୁ ଚମକିବ ୫ ରାଶିଙ୍କ ଭାଗ୍ୟ, ଆସୁଛି ଭଲ ସମୟ, କୋଟିପତି ହେବେ ଏହି ସବୁ ରାଶି!

୨୦୨୪ ଜାନୁଆରୀ ପହିଲା ସୁଦ୍ଧା ଯେଉଁମାନଙ୍କର ବୟସ ୧୮ ବର୍ଷ ହୋଇଥିବ ସେମାନଙ୍କର ନାମ ଭୋଟର ତାଲିକାରେ ରହିପାରିବ । ଅନଲାଇନ୍ ଓ ଅଫ ଲାଇନ ରେ ହୋଇପାରିବ ଆବେଦନ । ଅଧିକ ସହାୟତା ପାଇଁ ୧୯୫୦କୁ କଲ କରିପାରିବେ । ଏଥିପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ଅନଲାଇନ ଓ ଅଲାଇନ୍ ରେ ଆବେଦନର ବ୍ୟବସ୍ଥା ହୋଇଛି ।

ଅଧିକ ପଢ଼ନ୍ତୁ: ରାହୁ ଗୋଚର ଫଳରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି, ଏହି ରାଶିରେ ଲୋକଙ୍କ ଉପରେ ୨୦୨୫ ପର୍ଯ୍ୟନ୍ତ ପଡିବ ପ୍ରଭାବ

ଫର୍ମ -୬ ରେ ନୂଆ ଆବେଦନ, ଫର୍ମ – ୭ ରେ ନାମ ଯୋଗ ଓ ବିଯୋଗ କରିହେବ । ସେହିପରି ଫର୍ମ- ୮ ରେ ତ୍ରୁଟି ସଂଶୋଧନ ହୋଇପାରିବ । ସବୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ବ୍ଲକ, ତହସିଲ ଓ ବୁଥ ସ୍ତରୀୟ ଅଧିକାରୀଙ୍କୁ ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି ।

ଅଧିକ ପଢ଼ନ୍ତୁ: ଦିନକୁ ଦିନ କାହିଁକି ବଢୁଛି ଷ୍ଚ୍ରୋକ୍ ? କ’ଣ କଲେ କମ ରହିବ ଷ୍ଟ୍ରୋକ୍ ରିସ୍କ, ଜାଣନ୍ତୁ ସଂକ୍ଷେପରେ...

୨୦୨୩ ଜାନୁଆରୀ ୫ରେ ପ୍ରକାଶିତ ଚୂଡ଼ାନ୍ତ ଭୋଟର ତାଲିକା ଅନୁଯାୟୀ, ଓଡ଼ିଶାରେ ବୁଥ ସଂଖ୍ୟା ଥିଲା ୩୭ ହଜାର ୬୦୬ । ଜିଲ୍ଲାପାଳମାନଙ୍କ ପ୍ରସ୍ତାବ ଆଧାରରେ ବୁଥ ସଂଖ୍ୟା ବଢ଼ି ୩୭ ହଜାର ୮୦୯ ରେ ପହଞ୍ଚିଛି । ଗତବର୍ଷ ପ୍ରକାଶିତ ଚୂଡ଼ାନ୍ତ ଭୋଟର ତାଲିକା ଅନୁଯାୟୀ, ୨୦୨୩ ଜାନୁଆରୀ ପହିଲା ସୁଦ୍ଧା ରାଜ୍ୟରେ ମୋଟ ଭୋଟର ସଂଖ୍ୟା ଥିଲା ୩ କୋଟି ୨୩ ଲକ୍ଷ ୫୨ ହଜାର ୧୧୯ । ଶେଷ ସଶୋଧନ ସୁଦ୍ଧା ରାଜ୍ୟର ଭୋଟର ସଂଖ୍ୟା ୩ ଲକ୍ଷ ୦୩ ହଜାର ୦୯୪ ବା ୦.୯୪% ବଢି ୩ କୋଟି ୨୬ ଲକ୍ଷ ୫୫ ହଜାର ୨୧୩ ରେ ପହଞ୍ଚିଛି । 

ଅଧିକ ପଢ଼ନ୍ତୁ: ଓଏଏସ୍‌‌ ସ୍ତରରେ ବଡ଼ ଧରଣର ଅଦଳ ବଦଳ କଲେ ରାଜ୍ୟ ସରକାର, ବଦଳିଲେ ୨୨୦ ଓଏଏସ୍‌

ଏବେ ରାଜ୍ୟରେ ପୁରୁଷ-ମହିଳା ଭୋଟର ହାର ବଢ଼ି ପ୍ରତି ହଜାରେ ପୁରୁଷରେ ୯୬୧ରୁ ବଢ଼ି ୯୬୩ ହୋଇଛି । ସୋରଡ଼ା, ହିଞ୍ଜିଳି ଓ ଆସ୍କା ରେ ପୁରୁଷ – ମହିଳା ଭୋଟର ହାର ସର୍ବାଧିକ ବଢ଼ିଛି । ଭୋଟର ତାଲିକା ସଂଶୋଧନରେ ସହାୟତା ଲାଗି ସମସ୍ତ ରାଜନୈତିକ ଦଳକୁ ଜଣେ ଜଣେ ବୁଥ ସ୍ତରୀୟ ଏଜେଣ୍ଟ ଦେବାକୁ ଅନୁରୋଧ କରାଯାଇଛି । ଭୋଟର ତାଲିକା ସଂଶୋଧନକୁ ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ୧୮ ଜଣ IAS ଅଧିକାରୀଙ୍କୁ ନିୟୋଜିତ କରାଯାଇଛି ।

ଅଧିକ ପଢ଼ନ୍ତୁ: ୩୦ ବର୍ଷ ପରେ ଅଦ୍ଭୁତ ସଂଯୋଗ, ଶରଦ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ, ଏହି ୪ ରାଶି ହେବେ ମାଲାମାଲ୍  !

ଚଳିତ ଥର ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ଅନୁଯାୟୀ, ପ୍ରାଚୀନ ଜନଜାତି ଙ୍କ ଶତ ପ୍ରତିଶତ ନାମ ଭୋଟର ତାଲିକାରେ ପଞ୍ଜିକରଣ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନିର୍ବାଚନ କମିଶନ । ମହିଳା ଓ ଯୁବ ଭୋଟର ଙ୍କୁ ତାଲିକାରେ ଯୋଡ଼ିବାକୁ ଅଧିକ ଫୋକସ ଦିଆଯାଇଛି । ଏବର୍ଷର ସଂଶୋଧିତ ତାଲିକା ଅନୁଯାୟୀ ତୃତୀୟ ଲିଙ୍ଗୀ ଭୋଟରଙ୍କ ସଂଖ୍ୟା ୩ ହଜାର ୨୨୪ ରୁ ୩ ହଜାର ୪୦୬ କୁ ବୃଦ୍ଧି ପାଇଛି । 

ଆସନ୍ତା ସାଧାରଣ ନିର୍ବାଚନ ଲାଗି EVM, VVPAT ଆସି ସାରିଛି । ପ୍ରଥମ ପର୍ଯ୍ୟାୟରେ ୧୦ ଟି ଜିଲ୍ଲାରେ EVM, VVPAT ଯାଞ୍ଚ ସରି ଯାଇଛି । ଅନ୍ୟ ୨୦ ଟି ଜିଲ୍ଲାରେ EVM, VVPAT ଯାଞ୍ଚ ନଭେମ୍ବର ପହିଲାରୁ ଆରମ୍ଭ ହୋଇ ନଭେମ୍ବର ୧୫ ଭିତରେ ସରିବ ବୋଲି ରାଜ୍ୟ ନିର୍ବାଚନ ଅଧିକାରୀ – ନିକୁଞ୍ଜ ବିହାରୀ ଧଳ କହିଛନ୍ତି ।

ଅଧିକ ପଢ଼ନ୍ତୁ: ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବା ସହ ଅଧିକ ଖର୍ଚ୍ଚାନ୍ତ ହେବେ, ପଢନ୍ତୁ ଆଜିର ରାଶିଫଳ 

Share this story