ବିଧାୟକ ଓ ସାଂସଦଙ୍କ ନାଁରେ ଥିବା ଅପରାଧିକ ମାମଲାର ଶୀଘ୍ର ସମାଧାନ ପାଇଁ ସୁପ୍ରିମକୋର୍ଟର ନିର୍ଦ୍ଦେଶ
ଓଡ଼ିଆ ଗସିପ୍ ବ୍ୟୁରୋ: ସୁପ୍ରିମକୋର୍ଟ ଜାରି କଲେ ଗାଇଡ଼ଲାଇନ, ବିଧାୟକ ଓ ସାଂସଦଙ୍କ ଅପରାଧିକ ମାମଲାର ତ୍ୱରିତ ଶୁଣାଣି ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ। ପ୍ରଧାନ ବିଚରପତି ଜଷ୍ଟିସ ଡି. ୱାଇ ଚନ୍ଦ୍ରଚୁଡ, ଜଷ୍ଟିସ ଜେ. ବି. ପରଡିୱାଲା ଓ ଜଷ୍ଟିସ ମନୋଜ ମିଶ୍ରଙ୍କ ଖଣ୍ଡପୀଠ ନିର୍ଦ୍ଦେଶାନାମା ଜାରି କରିଛନ୍ତି।
ଅଧିକ ପଢନ୍ତୁ : ସୂର୍ଯ୍ୟ -ମଙ୍ଗଳ ଗୋଚର, ଏହି ସବୁ ରାଶିଙ୍କ ବଦଳିବ ଭାଗ୍ୟ, ଆର୍ଥିକ ସ୍ଥିତି ମଜବୁତ ହେବା ସହ ଆକସ୍ମିକ ଧନଲାଭର ଯୋଗ
ସୁପ୍ରିମକୋର୍ଟ କହିଛନ୍ତି, ସାଂସଦ ଓ ବିଧାୟକଙ୍କ ବିରୋଧରେ ଚାଲିଥିବା ମାମଲାର ତଦାରଖ ପାଇଁ ହାଇକୋର୍ଟ ସ୍ୱତନ୍ତ୍ର ଖଣ୍ଡପୀଠ ଗଠନ କରନ୍ତୁ। ମୃତ୍ୟୁ ଦଣ୍ଡାଦେଶ ହୋଇଥିବା ମାମଲାକୁ ପ୍ରାଥମିକତା ଦିଆଯିବା ଉଚିତ । ସାଂସଦ ଓ ବିଧାୟକଙ୍କ ବିରୋଧରେ ଅପରାଧିକ ମାମଲାକୁ ଶୀଘ୍ର ସମାଧାନ କରିବା ପ୍ରସଙ୍ଗରେ ସୁପ୍ରିମକୋର୍ଟ କହିଛନ୍ତି, ୟୁନିଫର୍ମ ଗାଇଡଲାଇନ ଦେବା କଷ୍ଟସାଧ୍ୟ ହେବ । ମାମଲାଗୁଡ଼ିକର ମନିଟରିଂ ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ହାଇକୋର୍ଟ ଉପରେ ଛାଡିଛନ୍ତି ।
ଅଧିକ ପଢନ୍ତୁ : ୨୦୨୪ ରେ ଏହି ୫ ରାଶିର ଲୋକଙ୍କ ବଦଳିବ ଭାଗ୍ୟ, ବର୍ଷ ସାରା ଖାଲି ଟଙ୍କା ହିଁ ଟଙ୍କା!
ହାଇକୋର୍ଟର ମୁଖ୍ୟ ବିଚାରପତି ଏବେ ଏହି ମାମଲା ଉପରେ ନଜର ରଖିବେ । ସାଂସଦ ଓ ବିଧାୟକଙ୍କ ବିରୋଧରେ ବିଚାରଧୀନ ଅପରାଧିକ ମାମଲାର ଶୀଘ୍ର ସମାଧାନ ଉପରେ ନଜର ରଖିବାକୁ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ନିଜ ଆଡୁ ମାମଲା ରୁଜୁ କରିବାକୁ ପଡ଼ିବ । ବିଚାରାଧୀନ ମାମଲାଗୁଡ଼ିକର ଶୀଘ୍ର ସମାଧାନ ଉପରେ ନଜର ରଖିବା ପାଇଁ ମୁଖ୍ୟ ବିଚାରପତିଙ୍କ ନେତୃତ୍ୱରେ ଗଠିତ ସ୍ୱତନ୍ତ୍ର ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିବେ।
ଅଧିକ ପଢନ୍ତୁ :ଦୀପାବଳିରେ ଦୁର୍ଲଭ ସଂଯୋଗ, ସୃଷ୍ଟି ହେଉଛି ରାଜଯୋଗ, ଏହି ତିନି ରାଶି ଉପରେ ବର୍ଷିବ ଧନ
ଆବଶ୍ୟକତା ଅନୁସାରେ ନିୟମିତ ବ୍ୟବଧାନରେ ମାମଲାର ଶୁଣାଣି କରିପାରିବେ ସ୍ବତନ୍ତ୍ର ଖଣ୍ଡପୀଠ । ମାମଲାଗୁଡ଼ିକର ତ୍ୱରିତ ଓ ପ୍ରଭାବୀ ସମାଧାନ ପାଇଁ ହାଇକୋର୍ଟ ଆବଶ୍ୟକ ଅନୁଯାୟୀ ନିର୍ଦ୍ଦେଶନାମା ଜାରି କରିପାରିବେ ।
ଅଧିକ ପଢନ୍ତୁ :ଅନ୍ଧ କରିଦେଉଛି ଡାଇବେଟିସ୍, ତୁରନ୍ତ ଛାଡନ୍ତୁ ଏହି ୯ ଖାଦ୍ୟ, ଦୃଷ୍ଟିଶକ୍ତି ହ୍ରାସରୁ ବଞ୍ଚିଯିବେ!