ଜାଣନ୍ତୁ ଆଜିର ରାଶିଫଳ:ଆକସ୍ମିକ ଭାବରେ ବକେୟା ଅର୍ଥ ହସ୍ତଗତ ହେବ

ଆଜିର ରାଶିଫଳ: ଜଣାନ୍ତୁ ଶନିଦେବଙ୍କ କୃପା କେଉଁ ରାଶି ଉପରେ ରହିଛି

ଆଜିରଦିନଟି ଆପଣଙ୍କ ପାଇଁ ଫଳଦାୟକ ହେବ 

ଶନିବାର, ରିକ୍ତାତିଥି ଦୋଷ ହେତୁ ଯାତ୍ରା ନିଷେଧ

ଓଡ଼ିଆ ଗସିପ୍ ବ୍ୟୁରୋ: ନମସ୍କାର ପ୍ରିୟ ପାଠକ ବନ୍ଧୁ ସବୁଦିନ ଭଳି ଆଜି ମଧ୍ୟ ଆମେ ଆପଣଙ୍କ ପାଇଁ ନେଇ ଆସିଛୁ ଆଜି ଦିନର ଭଲ ମନ୍ଦ ଓ କଣ କରିବେ ଓ କଣ ନ କରିବେ ସମ୍ବଳିତ ରାଶିଚକ୍ର ।  ମେଷ: ପାରିବାରିକ ଜୀବନ ସୁଖପ୍ରଦ ହେବ। ଅଟକି ରହିଥିବା କାମଗୁଡିକ କରିବାକୁ ଅଗ୍ରସର ହେବେ । ଛାତ୍ରଛାତ୍ରୀ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି, ଦୂରଯାତ୍ରା ଶୁଭପ୍ରଦ ହେବ ।

ବୃଷ: ଆକସ୍ମିକ ଭାବରେ ବକେୟା ଅର୍ଥ ହସ୍ତଗତ ହେବ। ପରିବାର ପାଇଁ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ମନ ଭାରାକ୍ରାନ୍ତ ରହିବ । ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ମିଳିବ । ବ୍ୟବସାୟ ପରିବହନ ପାଇଁ ଦିନଟି ଶୁଭପ୍ରଦ ହେବ ।

ଅଧିକ ପଢ଼ନ୍ତୁ: ଚଉଠି ରାତିରେ କନିଆଁ କଲା ଏମିତି କିଛି, ଯାହା ଦେଖି ଶାଶୂଘର ଲୋକଙ୍କ ଉଡିଗଲା ହୋସ୍, ଜାଣନ୍ତୁ ପୂରା ଘଟଣା

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ। ମାଲି ମକଦ୍ଦମାରେ ବିଜୟୀ ହେବେ । ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ଆୟ ବୃଦ୍ଧି ଘଟିବ, ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ପୁରସ୍କୃତ ହୋଇପାରନ୍ତି। ମନ ପ୍ରଫୁଲ୍ଲିତ ରହିବ, ସୁସ୍ୱାଦୁ ଭୋଜନ ମିଳିବ ।

କର୍କଟ: ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଅଧୁରା କାର୍ଯ୍ୟ ପୂରଣ କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ଓ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।
 

ଅଧିକ ପଢ଼ନ୍ତୁ: ସବୁ ସୀମା ଟପିଗଲେ ନିଶାଡ଼ିଙ୍କ ' ନିଶା ' ; ରିପୋର୍ଟରଙ୍କୁ ଦୋ ଅକ୍ଷରି କହି ସୋଧିଲେ, ଭିଡିଓ ଭାଇରାଲ

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

 

ଅଧିକ ପଢ଼ନ୍ତୁ: ଓଡ଼ିଆ ସିନେମା ଓ କଳାକାରଙ୍କୁ ଗୋଡାଉଛି କି ଶନି ମହାଦଶା? ଗୁଡୁ ମରିଗଲେ ବୋଲି ଚର୍ଚ୍ଚା, ଥାନାକୁ ଗଲା ମାମଲା

ମକର: ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଘଟିବା ସହ ଶତ୍ରୃ ବାଧା ଦୂରେଇ ଯିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ।

କୁମ୍ଭ: ଦିନଟି ଭଲରେ ଅତିବାହିତ ହେବ। କିନ୍ତୁ ଜମିଜମା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ । ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ନଚେତ୍ ଲାଭ ବଦଳରେ କ୍ଷତି ହେବ ।

ମୀନ: ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ, ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ। ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ବାଧା ସୃଷ୍ଟି ହେବାର ଆଶଙ୍କା ରହିଛି ।

 

Share this story