ଆଜିର ରାଶିଫଳ: ଏହି ରାଶିର ଲୋକଙ୍କୁ ଆକସ୍ମିକ ଧନ ଲାଭ ହେବ, ଅନ୍ୟଙ୍କ କଥାରେ ପଡି ନିଜ ଲୋକଙ୍କୁ ଭୁଲ ବୁଝିବେ

Horoscope 7 September 2023
ଆଜିର ରାଶିଫଳ: ଜାଣନ୍ତୁ କେମିତି କଟିବ ଆଜିର ଦିନ...

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି ଆପଣଙ୍କୁ ବନ୍ଧୁମାନଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ ସବୁ ଧୀରେ ଧୀରେ ଠିକ ହୋଇଯିବ। ତେବେ ଆସନ୍ତୁ ନଜର ପକେଇବା ଆଜିର ରାଶିଫଳ ଉପରେ। ଜାଣନ୍ତୁ କେମିତି କଟିବ ଆଜିର ଦିନ...

ଅଧିକ ପଢ଼ନ୍ତୁ: ଏହି ରାଶି ବ୍ୟକ୍ତିଙ୍କ ପାଇଁ ଆଗାମୀ ୧୧୮ ଦିନ ରହିବ ବରଦାନ ଭଳି, ବୃହସ୍ପତି କରିଦେବେ ମାଲାମାଲ୍

ମେଷ– କାର୍ଯ୍ୟଦକ୍ଷତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସୁନାମ ଓ ସଫଳତା ଅର୍ଜନ କରିବେ । କେତେକ ଅସହିଷ୍ଣୁ ମନୋଭାବର ପରଶ୍ରୀକାରତ ବନ୍ଧୁଙ୍କ ଅସମ୍ମାନଜନିତ କଥାରୁ କଳହ ହୋଇପାରେ। ଆଜି କୌଣସି କାରଣରୁ ଆପଣ ଖୁସିରେ ମାତ୍ରାଧିକ ଭାବବିହ୍ବଳ ରହିପରାନ୍ତି। ବିଦ୍ୟାର୍ଥୀ ମାନେ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ। ଘରର ବାତାବରଣରେ ସୁଖ-ଶାନ୍ତି ରହିବ। ବ୍ୟବସାୟରେ ସଫଳତା ପ୍ରାପ୍ତ ହେବ।

ବୃଷ – ପ୍ରତ୍ୟେକ କ୍ଷେତ୍ରରେ ଯାହା କରିବେ ଭଲ ରୂପେ ଭାବି ଚିନ୍ତି କରିବା ଭଲ ହେବ। ପ୍ରସ୍ତୁତି ପଥରେ ଥିବା କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡିବ । ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ। ଧନ ଏବଂ ପ୍ରତିଷ୍ଠାରେ ହାନି ହୋଇପାରେ, ଏହାର ଧ୍ୟାନ ରଖିବେ। ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ। ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ। ବିଦ୍ୟାର୍ଥୀମାନଙ୍କ ପାଇଁ ସମୟ ଅନୁକୂଳ ଅଟେ।

ଅଧିକ ପଢ଼ନ୍ତୁ: ମଙ୍ଗଳ ଗ୍ରହର ଗୋଚର ଫଳରେ ଏହି ତାରିଖରୁ ୩ ରାଶିଙ୍କ ଜୀବନରେ ଭରିଯିବ ସୁଖ-ଶାନ୍ତି ସହ ଧନ-ସମ୍ପତ୍ତି 

ମିଥୁନ– ପାରିବାରିକ ସମସ୍ୟା ଓ ଅର୍ଥର ବୋଝ ମନକୁ ବିଚଳିତ କରିବ। କର୍ମକ୍ଷେତ୍ରରେ ଅନ୍ୟକୁ କୈଫିୟତ୍ ଦେବାକୁ ପଡିପାରେ । ଆଜି ଆପଣଙ୍କୁ ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବ ପ୍ରଥମ ସ୍ଥାନ ଦେବାକୁ ହେବ। ମିତ୍ରମାନଙ୍କ ସହିତ ସାକ୍ଷାତକରିବେ ଏବଂ ଏହି ସାକ୍ଷାତ ଆନନ୍ଦଦାୟୀ ରହିବ। ଛୋଟ ଯାତ୍ରାର ଆୟୋଜନ ହୋଇପାରେ। ଭାଇମାନଙ୍କ ସହିତ ସମ୍ବନ୍ଧରେ ନିକଟତା ଆସିବ।

କର୍କଟ– ଆଜି ଦିନଟି ସାମଗ୍ରିକ ଦୃଷ୍ଟି କୋଣରୁ ବିଶେଷ ଆନନ୍ଦ ପ୍ରଦାନ କରିବ । ଈର୍ଷାପରାୟଣ ବନ୍ଧୁମାନଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। ଆପଣ ବୈଚାରିକ ସ୍ଥିରତା ସହିତ ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ। ରଚନାତ୍ମକ କ୍ଷେତ୍ରରେ ମାନ-ସମ୍ମାନ ପ୍ରାପ୍ତ ହେବ।

ସିଂହ– ଆଜି ଅନ୍ୟମନସ୍କତା କିମ୍ବା ଅସାବଧାନତା ବଶତଃ ଧନହାନୀ ଯୋଗ ମଧ୍ୟ ରହିଛି। କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ। ଆଜି ଦିନଟି ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।

ଅଧିକ ପଢ଼ନ୍ତୁ: ଜନ୍ମାଷ୍ଟମୀ ଅର୍ଦ୍ଧରାତ୍ରିର ଅମୃତ ବେଳାରୁ ଏହି 5ଟି ରାଶିରେ ଧନର ବର୍ଷା, ହେବେ ମାଲାମାଲ୍, ଜାଣନ୍ତୁ ରାଶି ଗୁଡିକର ନାମ ?

କନ୍ୟା– ଆଜି ଦିନଟିରେ ଯାହା ପାଇବେ ତାହା ଠାରୁ ଦୁଇଗୁଣ ଖର୍ଚ୍ଚ କରିବାକୁ ପଡିବ । ଆକସ୍ମିକ ଭାବରେ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଲକ୍ଷ୍ୟ ହାସଲରେ ପ୍ରତିବନ୍ଧକ ସୃଷ୍ଟି କରିବ। କମ ସମୟରେ ଅଧିକ ଲାଭ ପାଇବା ବିଚାରରେ ଆପଣ ଫସି ନ ଯାଆନ୍ତୁ, ଧ୍ୟାନ ରଖିବେ। କୋର୍ଟ-କଚେରୀ ବିଷୟରେ ନ ପଡ଼ିବାପାଇଁ ଉପଦେଶ। ପରିବାରରେ ସୁଖ-ଶାନ୍ତି ବଜାୟରହିବ। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରି ପାରିବେ। ଆକସ୍ମିକ ଧନଲାଭ ହେବ।

ତୁଳା– ପୂର୍ବପରିକଳ୍ପତ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ କୌଣସି ଅସୁବିଧା ହେବ ନାହିଁ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କର ଭେଟରେ ମନ ପ୍ରସନ୍ନ ହେବ। ନୂଆ ମିତ୍ର ମଧ୍ୟ ବନିବାର ସମ୍ଭାବନା ଅଛି। ବ୍ୟବସାୟ ଏବଂ ଆର୍ଥିକ ରୂପରେ ଲାଭ ହେବ। ମଧ୍ୟାହ୍ନ ପରେ ସମ୍ଭାଳିକରି ଚାଲିବାକୁ ଉପଦେଶ।

ବିଛା– ପାରିବାରିକ ସ୍ଥିତିରେ କିଛିଟା ଉନ୍ନତି ପରିଲକ୍ଷିତ ହୋଇପାରେ । ଭୁଲ୍ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଆଜିର ଦିନଟି ଏକ ସ୍ମରଣୀୟ ଦିନ ଅଟେ। ବ୍ୟବସାୟ କ୍ଷେତ୍ରରେ ଅଧିକାରୀଗଣଙ୍କର କୃପାଦୃଷ୍ଟି ଆପଣଙ୍କ ପ୍ରଗତିର ମାର୍ଗ ଖୋଲିବ। ବ୍ୟାପାରରେ ଆୟ ବଢ଼ିବାର ସମ୍ଭାବନା ଅଛି। ପିତା ଏବଂ ବଡ଼ଙ୍କର ଆଶୀର୍ବାଦରେ ଲାଭ ହେବ। ମଧ୍ୟାହ୍ନ ପରେ ମିତ୍ରମାନଙ୍କ ସହ ଭେଟ ହେବ। କୌଣସି ସାମାଜିକ ପ୍ରସଙ୍ଗରେ ଉପସ୍ଥିତ ରହବାକୁ ପଡ଼ିପାରେ।

ଅଧିକ ପଢ଼ନ୍ତୁ: ଶାଶୂ ଘରକୁ ସ୍ବର୍ଗ କରନ୍ତି ଏହି ଝିଅ; ଏମାନଙ୍କ ପାଖରେ ରହିଥାଏ ଏହି ଖାସ୍ ଗୁଣ, ଜାଣନ୍ତୁ ସେହି ବିଶେଷ ଗୁଣଗୁଡ଼ିକ କଣ...

ଧନୁ– ଯେତିକି ପାଉଛନ୍ତି, ସେତିକିରେ ସନ୍ତୁଷ୍ଟ ରହିବା ଭଲ ହେବ କାରଣ ଅଧିକ ଆଶା କରି କିଛି ଲାଭ ହେବନି । ଆଜି ଅଧିକାରୀମାନଙ୍କ ସହିତ ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ। ଆର୍ଥିକ ଦୃଷ୍ଟିରୁ ଲାଭ ହେବ।

ମକର– କର୍ମକ୍ଷେତ୍ରରେ କେତେକ ଅବହେଳିତ କାମ ସକାଶେ ଚିନ୍ତା କରିପାରନ୍ତି । ଯେତେ ପ୍ରକାରର କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ପ୍ରଗତିରେ ଅଗ୍ରଗତି ହୋଇପାରିବ ନାହିଁ । ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ। ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ। ବ୍ୟୟ ବଢିପାରେ । ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ।

ଅଧିକ ପଢ଼ନ୍ତୁ: ଭଗବାନ ଶ୍ରୀକୃଷ୍ଣଙ୍କ କୃପା ପ୍ରାପ୍ତ କରିବା ସହିତ ଶୁଭଫଳ ପ୍ରାପ୍ତି ପାଇଁ ଜନ୍ମାଷ୍ଟମୀ ଦିନ ଘରକୁ ଆଣନ୍ତୁ ଏହି ଜିନିଷ

କୁମ୍ଭ– ପିଲାମାନଙ୍କ ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ, ତଥାପି ସମସ୍ୟା ଅତି ସହଜରେ ସାମାଧାନ ହୋଇଯିବ । ନିଜର ଆତ୍ମୀୟମାନେ ହଠାତ୍ ଶତ୍ରୁତା କରିପାରନ୍ତି। ଆଜି ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ। ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ । ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ। ଆକସ୍ମିକ ଧନଲାଭ ହୋଇପାରେ।

ମୀନ– ପରିଜନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରା ସଫଳତା ଆଣି ଦେବ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି, ଯାହା କି ଆପଣଙ୍କ ପାଇଁ ମହଙ୍ଗା ପଡିପାରେ । ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାର ପ୍ରସ୍ତୁତ କରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ। ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ। ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ଦୂରଯାତ୍ରାର ଯୋଗ ଅଛି।

Share this story