ଏହି ରାଶିରେ ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବା ସହ ପାରିବାରିକ ଜୀବନରେ ତିକ୍ତତା ଦେଖା ଦେବ, ପଢନ୍ତୁ ରାଶିଫଳ 
 

Horoscope for Friday 12 january 2024
ପଢନ୍ତୁ ରାଶିଫଳ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି ଅର୍ଥାତ ଜାନୁଆରୀ ୧୧ ହେଉଛି ଗୁରୁବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ...

ମେଷ: ବ୍ୟକ୍ତିଗତ ମାମଲାରେ ବ୍ୟସ୍ତ ରହିେବ। ସକାରାତ୍ମକ ଦୃଷ୍ଟିକୋଣ ବନାନ୍ତୁ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ନୂଆ ଯୋଜନା ପାଇଁ ଗୁରୁଜନଙ୍କ ପରାମର୍ଶ ନେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ।

ବୃଷ: ନିଜ ପାଇଁ ସମୟ କାଢ଼ନ୍ତୁ। ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ବ୍ୟବସାୟରୁ ଲାଭ ମିଳିବ। ପ୍ରେମ ବ୍ୟାପାରରେ ସଫଳ ହେବେ। ଉଧାର ଧନ ଫେରିପାଇବେ। କୋର୍ଟକଚେରୀ ମାମଲାର ସମାଧାନ ହେବ।

ଅଧିକ ପଢନ୍ତୁ :୨୦୨୪ରେ ଶନି ଓ ଶୁକ୍ରଙ୍କ ରାଜଯୋଗ, ଏହି ୩ ରାଶିଙ୍କ ବଦଳିଯିବ ଭାଗ୍ୟ!

ମିଥୁନ: ପରିଶ୍ରମର ଫଳ ମିଳିବ। ନୂତନ ଦାୟିତ୍ବ ମିଳିପାରେ। ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ହେବ। ମନ ପ୍ରସନ୍ନ ରହିବ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ବିତାଇବେ।

କର୍କଟ: ଅଫିସ୍‌ କାମ ପାଇଁ ଦୂରସ୍ଥାନ ଯାତ୍ରା କରିପାରନ୍ତି। ବ୍ୟବସାୟ ପାଇଁ ଯୋଜନା କରିବେ। ଧାର୍ମିକ ସମାବେଶରେ ସମୟ ବିତିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଆୟ ଅନୁସାରେ ବ୍ୟୟ ହେବ।

ସିଂହ: କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ନୂତନ ବ୍ୟବସାୟ ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରହିବେ। ସମାଜରେ ପ୍ରତିଷ୍ଠା ବଢ଼ିବ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ ଉପୁଜିପାରେ।

ଅଧିକ ପଢନ୍ତୁ :ଶୁକ୍ର ଗୋଚର, ଏହି ୩ ରାଶିଙ୍କ ବଦଳିଯିବ ଭାଗ୍ୟ, ଏମାନଙ୍କ ଉପରେ ହେବ ଧନ ବର୍ଷା!

କନ୍ୟା: ଯାତ୍ରାରୁ ଲାଭ ମିଳିବ। ଦିନଟିରେ କର୍ମଚଞ୍ଚଳ ରହିବେ। ପାରିବାରିକ ଜୀବନରେ ତିକ୍ତତା ଦେଖା ଦେବ। ବ୍ୟବସାୟରେ ସଫଳତା ମିଳିବ। ଜୀବନସାଥୀଙ୍କଠାରୁ ଉପହାର ମିଳିବ।

ତୁଳା: ସାମାଜିକ କାର୍ଯ୍ୟରେ ସାମିଲ ହେବେ। ଅଫିସ୍‌ରେ ଭଲ କାମ କରି ପ୍ରଶଂସିତ ହେବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆୟ ଅନୁସାରେ ବ୍ୟୟ କରିବା ଭଲ। ପୁରୁଣା ରୋଗ ସମସ୍ୟା ଚିନ୍ତା ବଢ଼ାଇପାରେ।

ବିଛା: ଦିନଟି ଶୁଭଫଳ ପ୍ରଦାନ କରିବ। ପରିବାରରେ ହସଖୁସି ଲାଗି ରହିବ। ସରକାରୀ ଚାକିରିଆଙ୍କ ପାଇଁ ଦିନଟି ଭଲ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ।

ଅଧିକ ପଢନ୍ତୁ :ବୃହସ୍ପତି ଓ ଶୁକ୍ରଙ୍କ ମହାସଂଯୋଗ, ରୁହନ୍ତୁ ସତର୍କ, ଏହି ୩ ରାଶିଙ୍କୁ ପକାଇବ ବିପଦରେ! 

ଧନୁ: କାର୍ଯ୍ୟରେ ଉନ୍ନତି ଘଟିବ। ଦାମ୍ପତ୍ୟ ଜୀବନ ମଧୁମୟ ହେବ। ବହୁ ଦିନର ଇଚ୍ଛା ପୂରଣ ହେବ। ଗରିବ, ଅସହାୟଙ୍କୁ ସାହାଯ୍ୟ କରିବେ। ସନ୍ତାନଙ୍କ ସଫଳତାରେ ଅଭିଭାବକ ଖୁସି ହେବେ।

ମକର: ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ବଦଭ୍ୟାସ ପରିତ୍ୟାଗ କରିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବିଦ୍ୟାର୍ଥୀ ପ୍ରବେଶିକା ପରୀକ୍ଷା ଲାଗି ପ୍ରସ୍ତୁତି ଜାରି ରଖିବେ। ଗୃହିଣୀଙ୍କୁ ଗୁରୁ ଦାୟିତ୍ବ ମିଳିବ।

କୁମ୍ଭ: ଦୀର୍ଘ ଦିନ ସମସ୍ୟାର ସମାଧାନ ହେବ। ଅଫିସ୍‌ କାମ ସୁଚାରୁରୂପେ ତୁଲାଇବେ। ଲେଖାଲେଖି ପ୍ରତି ରୁଚି ବଢ଼ିବ। ବଡ଼ ଭାଇ ଓ ଭଉଣୀଙ୍କ ସହଯୋଗ ମିଳିବ। ଅଚାନକ ଖୁସି ଖବର ପାଇପାରନ୍ତି।

ମୀନ: ବନ୍ଧୁଙ୍କ ସାହାଯ୍ୟ ମିଳିବ। ଆର୍ଥିକ ମାମଲାରେ ସୁଧାର ଆସିବ। ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥା ପାଇଁ ଚିନ୍ତିତ ରହିବେ। ଆଜି ଦିନଟି ଦାନ ଧର୍ମରେ ବିତିବ। ରାଜନୀତିରେ ସକ୍ରିୟ ହୋଇପାରନ୍ତି।

ଅଧିକ ପଢନ୍ତୁ :ବୁଧଙ୍କ ନକ୍ଷେତ୍ର ପରିବର୍ତ୍ତନ, ଜାନୁଆରୀ ୨୦ରୁ ଫିଟିବ ଏହି ୩ ରାଶିଙ୍କ ଭାଗ୍ୟ!
 

Share this story