ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବା ସହ ଏହି ରାଶି ବ୍ୟକ୍ତିଙ୍କ ଦାମ୍ପତ୍ୟ ଜୀବନରେ ତିକ୍ତତା ଆସିବ! ପଢନ୍ତୁ ଆଜିର ରାଶିଫଳ 
 

Horoscope for friday 1st March 2024
ପଢନ୍ତୁ ଆଜିର ରାଶିଫଳ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି ହେଉଛି ମାର୍ଚ୍ଚ ମାସ ଶୁକ୍ର ବାର। କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବାକୁ ପଡ଼ିବ ଆସନ୍ତୁ ଜାଣିବା ...

ମେଷ: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତାମୂଳକ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ।

ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନୂଆ ବ୍ୟବସାୟ ଆରମ୍ଭ କରିବେ।

ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ନିବେଶରୁ ଲାଭ ପାଇବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ।

ଆଧିକ ପଢନ୍ତୁ : ମଙ୍ଗଳ ଓ ଶୁକ୍ରଙ୍କ ହେବ ମହାସଂଯୋଗ, ଖୁବ ଶୀଘ୍ର ମାଲାମାଲ ହେବେ ଏହି ୩ ରାଶି !

କର୍କଟ: ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଛତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।

ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ।

କନ୍ୟା: ଚିନ୍ତାରେ ରହିବେ ଏବଂ ପେଟଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ। ଛାତ୍ରଛାତ୍ରୀ ପଢ଼ାରେ ମନ ଦେବେ।

ତୁଳା: ମନ ପ୍ରସନ୍ନ ରହିବ। ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।

ଆଧିକ ପଢନ୍ତୁ :ରାଶି ପରିବର୍ତ୍ତନ କରିବେ ଶୁକ୍ର, ଖୁବ୍ ଶୀଘ୍ର ମେଷ ସହ ଧନୀ ହେବାକୁ ଯାଉଛନ୍ତି ଏହି ୪ ରାଶିର ବ୍ୟକ୍ତି!

ବିଛା: ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନରେ ତିକ୍ତତା ଆସିବ।

ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।

ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ନୂଆ ଗାଡ଼ି କିଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ।

କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ ସହକର୍ମୀଙ୍କ ସାହାଯ୍ୟ ମିଳିବ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ। ଛାତ୍ରଛାତ୍ରୀ ମନୋରଞ୍ଜନରେ ସମୟ ଅତିବାହିତ କରିବେ।

ମୀନ: ବ୍ୟବସାୟରେ ବାଧା ଆସିବ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଅସହାୟଙ୍କୁ ସାହାଯ୍ୟ କରିବେ।

ଆଧିକ ପଢନ୍ତୁ : ମନରେ ଦୁଶ୍ଚିନ୍ତା ଓ ଅସ୍ଥିରତା ସହ ଏହି ରାଶିର ବ୍ୟକ୍ତିଙ୍କ କାର୍ଯ୍ୟରେ ପ୍ରତିବନ୍ଧକ ଦେଖାଦେବ! ପଢନ୍ତୁ ଏ ସପ୍ତାହର ରାଶିଫଳ
 

Share this story