ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବା ସହ ଆର୍ଥିକ ସମସ୍ୟା ଦେଖା ଦେବ! ପଢନ୍ତୁ ଆଜିର ରାଶିଫଳ
 

Horoscope for Friday 22th March 2024
ପଢନ୍ତୁ ଆଜିର ରାଶିଫଳ
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ ଆସନ୍ତୁ ଜାଣିବା....

ମେଷ: ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଉତ୍ତମ ବୁଝାମଣା ରହିବ। ପୁରୁଣା ବନ୍ଧୁଙ୍କ ସହ ଦେଖାସାକ୍ଷାତ ହେବ। ଆର୍ଥିକ ସମସ୍ୟା ଦେଖା ଦେବ।

ବୃଷ: ଘରକୁ ନୂଆ ଜିନିଷ ଆଣିବେ। ଭାବିଚିନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। ଗୁରୁଜନଙ୍କ ଆଶୀର୍ବାଦ ନେବେ। ଆର୍ଥିକ କାରବାରରେ ଲାଭ ମିଳିବ। ଦୀର୍ଘଦିନର ସମସ୍ୟା ସମାଧାନ ହେବ।

ମିଥୁନ: ଆତ୍ମବିଶ୍ବାସର ସହ ସମସ୍ତ କାର୍ଯ୍ୟ କରିବେ। ପରିଶ୍ରମ ଅନୁସାରେ ଫଳ ମିଳିବ। ବାଦବିବାଦରୁ ଦୂରେଇ ରହିବେ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପରିଶ୍ରମ କରିବେ।

ଆଧିକ ପଢନ୍ତୁ: ଡାଇବେଟିସ୍ ହେବା ପୂର୍ବରୁ ଶରୀରରେ ଦେଖାଯାଏ ଏହିସବୁ ଲକ୍ଷଣ! ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

କର୍କଟ: ମାଂସପେଶୀ ଯନ୍ତ୍ରଣା ଅନୁଭବ କରିବେ। ଇଷ୍ଟ ଦେବଙ୍କୁ ସ୍ମରଣ କରିବେ। ସୃଜନାତ୍ମକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳ ହେବେ। ଜମି କିଣିବା ଯୋଗ ଅଛି।

ସିଂହ: ଦିନଟି ହସଖୁସିରେ କଟିବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ପ୍ରେମ ମାମଲାରେ ଦିନଟି ଭଲ। ବନ୍ଧୁଙ୍କ କଥା ଆଘାତ ଦେବ। ଗରିବ ଲୋକଙ୍କୁ ସାମର୍ଥ୍ୟ ମୁତାବକ ସାହାଯ୍ୟ କରିବେ।

କନ୍ୟା: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ରୋଗମୁକ୍ତ ହେବେ। ପରିବାର ସଦସ୍ୟଙ୍କ ମନ ଜିଣିବେ। ନିଯୁକ୍ତିକୁ ନେଇ ଖୁସି ଖବର ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ତୁଳା: ବ୍ୟବସାୟରେ ଲାଭ ହେବ। ପାରିବାରିକ ବିବାଦ ଦେଖା ଦେବ। ଜୀବନସାଥୀଙ୍କ ସହ ନୂଆ ସ୍ଥାନ ବୁଲିବାକୁ ଯିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ଯାତ୍ରା ଶୁଭଦାୟକ ହେବ।

ବିଛା: ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଯୋଜନା କରିବେ। ସନ୍ତାନଙ୍କ ସହ ବୁଲିବାକୁ ଯିବେ। ସ୍ବାଦିଷ୍ଠ ଖାଦ୍ୟ ଖାଇବେ। ବନ୍ଧୁମିଳନ ଯୋଗ ଅଛି। ମାଲିମକଦ୍ଦମା ଲାଗି ସମୟ ଅନୁକୂଳ ନୁହେଁ।

ଆଧିକ ପଢନ୍ତୁ : ଶାରୀରିକ ଅସୁସ୍ଥତା ପାଇଁ ଖର୍ଚ୍ଚାନ୍ତରେ ପଡ଼ିବା ସହ ପରିବାରରେ ଅଶାନ୍ତି ଲାଗି ରହିବ! ପଢନ୍ତୁ ସାପ୍ତାହିକ ରାଶିଫଳ  

ଧନୁ: ଯୋଜନାମୁତାବକ ସମସ୍ତ କାର୍ଯ୍ୟ କରିବେ। ଚିନ୍ତାଗ୍ରସ୍ତ ରହିବେ। ଛାତ୍ରଛାତ୍ରୀ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ତିକ୍ତତା ଦେଖା ଦେବ।

ମକର: ଆଣ୍ଠୁଗଣ୍ଠି ସମସ୍ୟା ଦେଖା ଦେବ। ସମୟର ସଠିକ ଉପଯୋଗ କରିବେ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଉତ୍ତମ। ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରିବେ।

କୁମ୍ଭ: ଭଗବାନ ଶିବଙ୍କୁ ବେଲପତ୍ର ଅର୍ପଣ କରିବେ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଅଫିସ୍‌ରେ କାର୍ଯ୍ୟଭାର କମ୍ ହେବ। ବୈବାହିକ ଜୀବନ ମଜଭୁତ୍‌ ହେବ।

ମୀନ: ଇଞ୍ଜିନିୟରିଂ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁମିଳନ ଯୋଗ ଅଛି। ଭାଇଭଉଣୀଙ୍କ ମଧ୍ୟରେ ଝଗଡ଼ା ହେବ। ଛାତ୍ରଛାତ୍ରୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।

ଆଧିକ ପଢନ୍ତୁ : ବୁଧ ଚଳନ, ଆରମ୍ଭ ହେବ ଭଲ ସମୟ, ଏହି ୩ଟି ରାଶିର ଫିଟିବ ଭାଗ୍ୟ!
 

Share this story