ଆଜି ଏହି ରାଶି ଲୋକଙ୍କ ପାଇଁ ଦିନଟି ଆଦୌ ଭଲ ନୁହେଁ, ସମସ୍ୟାରେ ପଡ଼ିପାରନ୍ତି! ପଢନ୍ତୁ ଆଜିର ରାଶିଫଳ 
 

Horoscope for Friday 2nd February 2024
ପଢନ୍ତୁ ଆଜିର ରାଶିଫଳ 
 

ଓଡ଼ିଆ ଗସିପ୍ ବ୍ୟୁରୋ:ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ ଆସନ୍ତୁ ଜାଣିବା ....

ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳି ପାରନ୍ତି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ଷମତା ଉପରେ ଭରସା ରଖନ୍ତୁ। ଆର୍ଥିକ ସମସ୍ୟା ଦୂର ହେବ। ବୈବାହିକ ଜୀବନ ସୁଖମୟ ହେବ। ଦୂର ସ୍ଥାନ ଯାତ୍ରା କରିପାରନ୍ତି।

ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ଆର୍ଥିକସ୍ତରରେ ସ୍ବଚ୍ଛଳ ରହିବେ। ବିଦ୍ୟାର୍ଥୀମାନେ ଖେଳକୁଦରେ ଅଧିକ ସମୟ ବିତାଇବେ। ମହିଳାମାନେ ଗୁରୁତ୍ବ ପୂର୍ଣ୍ଣ ଦାୟିତ୍ବ ତୁଲାଇବେ ।

ଅଧିକ ପଢନ୍ତୁ :ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

ମିଥୁନ: ନୂତନ ବ୍ୟବସାୟ ଆରମ୍ଭ କରିବେ। ଅନ୍ୟର ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। ପାରିବାରିକ ସୁଖ ଶାନ୍ତି ମିଳିବ। ଧନପ୍ରାପ୍ତି ଯୋଗ ରହିଛି ।

କର୍କଟ: ନିଜ ପରିଶ୍ରମକୁ ଗୁରୁତ୍ବ ଦିଅନ୍ତୁ। ମନୋରଞ୍ଜନ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଜୀବନସାଥିଙ୍କ ସହଯୋଗ ଲୋଡିବେ। ଦିନଆରମ୍ଭରୁ ଥକ୍କା ଅନୁଭବ କରିପାରନ୍ତି। ବିଦ୍ୟାର୍ଥୀମାନଙ୍କ ପାଇଁ ଭଲ ସମୟ।

ସିଂହ: ଭାବିଚିନ୍ତି କାର୍ଯ୍ୟ କରନ୍ତୁ। ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ପିଲାମାନଙ୍କ ଉନ୍ନତିରେ ଖୁସି ଅନୁଭବ କରିବେ। କିଣା-ବିକାରେ ସମୟ ବିତିବ। ବୈବାହିକ ଜୀବନ ସୁଖମୟ ହେବ।

ଅଧିକ ପଢନ୍ତୁ : ଶୀତଦିନେ ସେକ୍ସ କରିବାକୁ ଅଧିକ ଇଚ୍ଛା ହୁଏ କାହିଁକି? ଜାଣନ୍ତୁ ଏହା ପଛର ବୈଜ୍ଞାନିକ କାରଣ

କନ୍ୟା: ଦିନଟି ବ୍ୟସ୍ତରେ ବିତିବ। ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଆଦୌ ଭଲ ନୁହେଁ । ପିଲାମାନେ ଖେଳକୁଦରେ ସମୟ ବିତାଇବେ।

ତୁଳା: ପୁରୁଣା ରୋଗରୁ ଆରାମ ମିଳିବ। ଅକସ୍ମାତ ଖୁସି ଖବର ପାଇବେ। ଜୀବନସାଥୀଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। ବ୍ୟବସାୟରୁ ଲାଭ ପାଇବେ। କର୍ମକ୍ଷେତ୍ରରେ ନୂତନ ସହଯୋଗୀଙ୍କ ସାହାଯ୍ୟ ମିଳିବ।

ବିଛା: ପାରିବାରିକ ସମସ୍ୟା ଲାଗି ରହିବ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ। ଜୀବନସାଥୀଙ୍କ ସହ ଭ୍ରମଣ ଯୋଗ ରହିଛି। ବିଦ୍ୟାର୍ଥୀମାନେ କ୍ୟାରିୟର କଥା ଚିନ୍ତା କରିବେ।

ଅଧିକ ପଢନ୍ତୁ :ବାଥରୁମରେ ଅଧିକ ହାର୍ଟ ଆଟାକ୍ ହେବାର ପ୍ରକୃତ କାରଣ କଣ? ଜାଣିଲେ ହେବେ ଆଶ୍ଚର୍ଯ୍ୟ 

ଧନୁ: ବନ୍ଧୁମିଳନ ଯୋଗ ରହିଛି। ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଧର୍ମପରାୟାଣା ହେବେ। ପ୍ରେମ ବ୍ୟାପାରରେ ସଫଳ ହେବେ।

ମକର: ସ୍ବାସ୍ଥ୍ୟପ୍ରତି ଧ୍ୟାନ ଦିଅନ୍ତୁ । ଉଧାର ଦେଉଥିଲେ ସାବଧାନ ହୋଇଯାଆନ୍ତୁ। ପରିବାର ସହିତ କିଛି ସମୟ ବିତାନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।

କୁମ୍ଭ: ସମସ୍ୟାରେ ପଡ଼ିପାରନ୍ତି। ଅତିଥିଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାପ୍ରକଟ କରିବେ। ପିଲାମାନଙ୍କ କାର୍ଯ୍ୟକଳାପରେ ଦିନଟି ଭଲରେ ବିତିବ। ଜୀବନସାଥୀଙ୍କ ପାଇଁ କୌଣସି କାର୍ଯ୍ୟ ଗଡ଼ବଡ଼ ହୋଇପାରେ।

ମୀନ: ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ପିଲାମାନେ ପଢ଼ାପଢ଼ିରେ ଅଧିକ ଧ୍ୟାନ ଦେବେ। ଅଫିସ୍‌ କାର୍ଯ୍ୟ ଯୋଗୁଁ ଦୂର ସ୍ଥାନ ଯାତ୍ରା କରିପାରନ୍ତି।

ଅଧିକ ପଢନ୍ତୁ :ସୁସ୍ଥ ଶରୀର ପାଇଁ ସୁସ୍ଥ ଆହାର, ଏହି ୪ଟି ଜିନିଷ ସେବନ କଲେ ଦୂର ହେବ ମଧୁମେହ ସମସ୍ୟା!
 

Share this story