୨୦୨୪ ବର୍ଷର ପ୍ରଥମ ଦିନ କେମିତି କଟିବ ଜାଣନ୍ତୁ, ପଢନ୍ତୁ ଆଜିର ରାଶିଫଳ
 

Horoscope for Monday 1 january 2024
ପଢନ୍ତୁ ଆଜିର ରାଶିଫଳ
 

ଓଡ଼ିଆ ଗସିପ୍ ବ୍ୟୁରୋ: ମେଷ: ସମସ୍ତ କାର୍ଯ୍ୟରୁ ସଫଳତା ମିଳିବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଅଯଥା ଖର୍ଚ୍ଚ କରନ୍ତୁନି।

ବୃଷ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପାରିବାରିକ ଜୀବନ ସୁଖମୟ ହେବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ବ୍ୟବସାୟରୁ ଲାଭ ମିଳିବ। ଦୂରସ୍ଥାନ ଯାତ୍ରା ଯୋଗ ରହିଛି।

ଅଧିକ ପଢନ୍ତୁ :୫୦ ବର୍ଷ ପରେ ଏକାସାଙ୍ଗରେ ପଡି଼ଛି ୩ଟି ରାଜଯୋଗ, ନୂଆ ବର୍ଷରୁ ମାଲେମାଲ୍ ହେବେ ଏହି ୪ ରାଶି

ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ସାମିଲ ରହିେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କର୍କଟ: ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ନୂତନ ବ୍ୟବସାୟ ଆରମ୍ଭ କରିବାକୁ ବର୍ତ୍ତମାନ ଭଲ ସମୟ। ସାମାଜିକ ପ୍ରତିଷ୍ଠା ବଢ଼ିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।

ସିଂହ: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ।

ଅଧିକ ପଢନ୍ତୁ :ମଙ୍ଗଳ ଗୋଚର ଫଳରେ ଏହି ୩ ରାଶିଙ୍କ ପାଇଁ ପାଲଟିବ ବରଦାନ, ଦୂର ହେବ ଟାଙ୍କର ଅଭାବ!

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଦେଖାଯିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ପୁରୁଣା ବନ୍ଧୁ ସାକ୍ଷାତ ଯୋଗ ରହିଛି।

ତୁଳା: ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ। ଆୟ ଅନୁସାରେ ବ୍ୟୟ ହେବ। ଧାର ଦେଇଥିବା ଟଙ୍କା ଫେରସ୍ତ ପାଇବେ। ଗୁରୁଜନଙ୍କ ପରାମର୍ଶ ନେଇ ନୂତନ କାର୍ଯ୍ୟ ଆରମ୍ଭ କରିବା ଭଲ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।

ବିଛା: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।

ଧନୁ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଜୀବନସାଥୀଙ୍କ ସହଯୋଗ ମିଳିବ।

ଅଧିକ ପଢନ୍ତୁ :ସ୍ବାସ୍ଥ୍ୟ ପାଇଁ ବେଶ ଉପକାରୀ, ଦିନକୁ ଖାଆନ୍ତୁ ବାସ ଦୁଇ ପାଖୁଡ଼ା, ଦୂର ହେବ ପୁରୁଷଙ୍କ ଯୌନ ସମସ୍ୟା !

ମକର: ଶାରୀରିକ ଯନ୍ତ୍ରଣା ଭୋଗିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ରହିଛି।

କୁମ୍ଭ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଦ୍ୟାର୍ଥୀ ପଢ଼ାରେ ମନ ଦେବେ।

ମୀନ: ଅଭିଭାବକ ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।

ଅଧିକ ପଢନ୍ତୁ :୩୦ ବର୍ଷ ପରେ କୁମ୍ଭ ରାଶିରେ ଶନିଙ୍କ ଚଳନ, ୨୦୨୪ରେ ଏହି ୩ ରାଶି ପାଇବେ ପ୍ରବଳ ଟଙ୍କା !
 

Share this story