ଶାରୀରିକ ଯନ୍ତ୍ରଣା ଭୋଗିବା ସହ ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ! ପଢନ୍ତୁ ଆଜିର ରାଶିଫଳ 
 

Horoscope for Monday 13th May 2024
ପଢନ୍ତୁ ଆଜିର ରାଶିଫଳ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲରେ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ ଆସନ୍ତୁ ଜାଣିବା...

ମେଷ: ସମସ୍ତ କାର୍ଯ୍ୟରୁ ସଫଳତା ମିଳିବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ଅଯଥା ଖର୍ଚ୍ଚ କରନ୍ତୁନି।

ବୃଷ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ପାରିବାରିକ ଜୀବନ ସୁଖମୟ ହେବ। ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିପାରନ୍ତି। ବ୍ୟବସାୟରୁ ଲାଭ ମିଳିବ। ଦୂରସ୍ଥାନ ଯାତ୍ରା ଯୋଗ ରହିଛି।

ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ସାମିଲ ରହିେବ।

କର୍କଟ: ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ନୂତନ ବ୍ୟବସାୟ ଆରମ୍ଭ କରିବାକୁ ବର୍ତ୍ତମାନ ଭଲ ସମୟ। ସାମାଜିକ ପ୍ରତିଷ୍ଠା ବଢ଼ିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।

ଅଧିକ ପଢନ୍ତୁ : ରାହୁଙ୍କ ନକ୍ଷେତ୍ର ପରିବର୍ତ୍ତନ ଯୋଗୁଁ ସତର୍କ ରୁହନ୍ତୁ ଏହି ୬ ରାଶି, ନଚେତ୍ ହେବ ବଡ କ୍ଷତି!

ସିଂହ: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବେ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ପୁରୁଣା ବନ୍ଧୁ ସାକ୍ଷାତ ଯୋଗ ରହିଛି।

ତୁଳା: ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ। ଆୟ ଅନୁସାରେ ବ୍ୟୟ ହେବ। ଧାର ଦେଇଥିବା ଟଙ୍କା ଫେରସ୍ତ ପାଇବେ। ଗୁରୁଜନଙ୍କ ପରାମର୍ଶ ନେଇ ନୂତନ କାର୍ଯ୍ୟ ଆରମ୍ଭ କରିବା ଭଲ।

ବିଛା: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।

ଅଧିକ ପଢନ୍ତୁ : ମେଷ ରାଶିରେ ମଙ୍ଗଳ ଚଳନ ଯୋଗୁଁ ସୃଷ୍ଟି ହେବ ରୁଚକ ରାଜଯୋଗ, ବଦଳିବ ଏହି ୪ ରାଶିର ଆର୍ଥିକ ସ୍ଥିତି!

ଧନୁ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଜୀବନସାଥୀଙ୍କ ସହଯୋଗ ମିଳିବ।

ମକର: ଶାରୀରିକ ଯନ୍ତ୍ରଣା ଭୋଗିପାରନ୍ତି। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଭ୍ରମଣ ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ।

କୁମ୍ଭ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ଘରକୁ ଅତିଥି ଆସିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ଦୂରସ୍ଥାନ ଯାତ୍ରା କରିପାରନ୍ତି।

ଅଧିକ ପଢନ୍ତୁ : କୌଣସି ବିଷୟକୁ ନେଇ ଚିନ୍ତାରେ ରହିବା ସହ ସମସ୍ୟା ଘେରରେ ରହିବେ ଏହି ରାଶି ଲୋକ! ପଢନ୍ତୁ ଏ ସପ୍ତାହର ରାଶିଫଳ
 

Share this story