ଚାକିରିକୁ ନେଇ ସମସ୍ୟା ଦେଖା ଦେବା ସହ ଏହି ରାଶି ଲୋକଙ୍କ ପାଇଁ ବିବାହରେ ସମସ୍ୟା ଆସିବ! ପଢନ୍ତୁ ଆଜିର ରାଶିଫଳ 
 

Horoscope for Saturday 20th April 2024
ପଢନ୍ତୁ ଆଜିର ରାଶିଫଳ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲରେ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ ଆସନ୍ତୁ ଜାଣିବା...

ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ।

ବୃଷ: ଯାତ୍ରାଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ବନ୍ଧୁଙ୍କ ସହ ମନୋମାଳିନ୍ୟ ଦେଖା ଦେବ।

ମିଥୁନ: ଯାନବାହନ କିଣିବେ। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ।

ଅଧିକ ପଢନ୍ତୁ : ମାଡ଼ି ଆସୁଛି କାଳବୈଶାଖୀ, ଦୁଇଦିନ ଛେଚିବ ବର୍ଷା ! କମିବ ତାତି, ପୁଣି ଏହି ଦିନଠୁ ବଢିବ ତାପମାତ୍ରା

କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ବିବାହରେ ସମସ୍ୟା ଆସିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।

ସିଂହ: ଚାକିରିରେ ସଫଳତା ମିଳିବ। ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଆୟର ନୂଆ ଅବସର ପ୍ରାପ୍ତ ହେବ।

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।

ଅଧିକ ପଢନ୍ତୁ : ମେଷ ରାଶିରେ ଶୁକ୍ରଙ୍କ ଚଳନ ଯୋଗୁଁ ଏହି ୩ ରାଶି ପାଇଁ ବଢିବ ସମସ୍ୟା!

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।

କୁମ୍ଭ: ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।

ମୀନ: ରାଜନୀତିେର ଯୋଗଦେବେ। ଜୀବନସାଥୀଙ୍କୁ ମନକଥା କହିବେ। ଇଚ୍ଛା ପୂରଣ ହେବ। ନୂଆ ଚାକିରି ମିଳିବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାମୁକ୍ତ ରହିବେ।

ଅଧିକ ପଢନ୍ତୁ : ଅଚାନକ୍ “ହୃଦଘାତ” ଆସିଲେ କରିବେ କଣ ? ଜାଣିଲେ ଆପଣ ମଧ୍ୟ ବଞ୍ଚାଇପାରିବେ ଜଣଙ୍କ ଜୀବନ

Share this story