ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବା ସହ ଧାର କରଜ କରି କାମ ତୁଲାଇବେ! ପଢନ୍ତୁ ଆଜିର ରାଶିଫଳ  
 

Horoscope for Sunday 4 February 2024
ପଢନ୍ତୁ ଆଜିର ରାଶିଫଳ  
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି ଅର୍ଥାତ ଫେବୃଆରୀ ୪ ହେଉଛି ରବିବାର। ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ ଆସନ୍ତୁ ଜାଣିବା...

ମେଷ ରାଶି:  ଆଜି  କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେ କରି ପାଠପଢାରେ ମନଯୋଗ ଦେବେ। ବିଶେଷ କରି, ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ। 

ଅଧିକ ପଢନ୍ତୁ :ବାଥରୁମରେ ଅଧିକ ହାର୍ଟ ଆଟାକ୍ ହେବାର ପ୍ରକୃତ କାରଣ କଣ? ଜାଣିଲେ ହେବେ ଆଶ୍ଚର୍ଯ୍ୟ 

ବୃଷ ରାଶି:  ଆପଣଙ୍କୁ ଆଜି ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ।

ମିଥୁନ ରାଶି: ଦାମ୍ପତ୍ୟ ଜୀବନ ଖୁସିରେ କଟିବ।  ଶିକ୍ଷାକ୍ଷେତ୍ରରେ ସଫଳତା ଅର୍ଜନ କରି ପ୍ରଶଂସା ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ପାଇ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ।

କର୍କଟ ରାଶି: ମୁଣ୍ଡବିନ୍ଧା, ଉଦର ପୀଡା ଭଳି ଅସୁସ୍ଥତା ଦେଖାଦେବ । କୌଣସି ବି କାର୍ଯ୍ୟ ଠିକ୍ ଭାବେ ତୁଳାଇପାରିବେ ନାହିଁ । ଧାର କରଜ କରିପାରନ୍ତି । ଶତ୍ରୁ ବୃଦ୍ଧି ପାଇବେ । ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।  

ଅଧିକ ପଢନ୍ତୁ :କିଡ଼ନୀ ସୁସ୍ଥ ରଖିବା ପାଇଁ ଖାଆନ୍ତୁ ଏହି ୫ଟି ଫଳ, ଗମ୍ଭୀର ରୋଗରୁ ବଞ୍ଚିଯିବେ...

ସିଂହ ରାଶି: ବ୍ୟବସାୟ ଲାଭଜନକ ହେବ । ପରିଶ୍ରମର ମୂଲ୍ୟ ମିଳିବ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । ମଧୁରଭାଷୀ ହେବେ ।  ପ୍ରେମୀ ଓ ସାହସୀ ହୋଇପାରନ୍ତି ।     

କନ୍ୟା ରାଶି: ବ୍ୟକ୍ତି ବ୍ୟବସାୟରେ ଅଧିକ ଅର୍ଥ ବିନିଯୋଗ କରି ପ୍ରଚୁର ଧନ ଅର୍ଜନ କରିବେ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ପାଇବେ । ସର୍ବସୁଖ ଲାଭ କରିପାରନ୍ତି । ପୁନର୍ବସୁ କ୍ଷେତ୍ରରେ ସାମାନ୍ୟ ଶୁଭଫଳ ।

ତୁଳା ରାଶି:  ଜ୍ଞାନ ଗରିମାଯୁକ୍ତ ହେବେ । ସାହସୀ ହେବେ । ଗୁପ୍ତ ବିଦ୍ୟାରେ ରୁଚି ରହିବ । ରାଜନୀତି ଆଡକୁ ମନ ବଳାଇ ପାରନ୍ତି । କାର୍ଯ୍ୟରେ ବାଧା ଉପୁଜି ପାରେ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା ଓ କଫଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ । 

ବିଛା ରାଶି: କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟ ଲାଭଜନକ ହେବ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧମାତ୍ମ, ପ୍ରବାସର୍ପ୍ରି ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ । 

ଅଧିକ ପଢନ୍ତୁ :ଫେବୃଆରୀରେ ଶୁକ୍ର ଚଳନ, ତିନି ରାଶିଙ୍କ ଫିଟିବ ଭାଗ୍ୟ, ହେବ ଟଙ୍କାର ବର୍ଷା!

ଧନୁ ରାଶି: ନୂତନ ଜମି କ୍ରୟ କରିବାର ସୁଯୋଗ ଅଛି । ବେଳେ ବେଳେ ଉଦାସ ମନୋଭାବ ପୋଷଣ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । 

ମକର ରାଶି: ସାମୂହିକ କାର୍ଯ୍ୟରେ ଆଗେଇବେ । ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ମଧୁରଭାଷା ବ୍ୟବହାର କରି ଅନୁସରଣକାରୀଙ୍କୁ ଉତ୍ସାହିତ କରିବେ । ପ୍ରେମୀ ଓ ସାହସୀ ହେବେ । ସାନ ଭାଇଙ୍କଠାରୁ ଆଦର ମିଳିବ । 

କୁମ୍ଭ ରାଶି: ଶାରିରୀକ ସୁସ୍ଥତା ଲାଭ କରିବେ । ଦାନ ଧର୍ମ ପ୍ରତି ମନ ବଳିବ । କାର୍ଯ୍ୟାଳୟରେ କାର୍ଯ୍ୟଚାପ ରହିବ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭ ପ୍ରଦ ହେବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ଅପରାହ୍ନରେ ଶୁଭଖବର ପ୍ରାପ୍ତ ହେବ । 

ମୀନ ରାଶି: ବନ୍ଧୁମିଳନ ହେତୁ ମନଖୁସି ରହିବ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । 

ଅଧିକ ପଢନ୍ତୁ :ଶନି ଦେବଙ୍କ ରାଶି ପରିବର୍ତ୍ତନ ଫଳରେ ଏହି ଦୁଇଟି ରାଶି ହେବେ ଉପକୃତ ଓ ସମସ୍ତ କଷ୍ଟରୁ ପାଇବେ ମୁକ୍ତି! 
 

Share this story