ରାଶିଫଳ: ଧାର କରଜ କରି କାମ ତୁଲାଇବା ସହ ଏହି ରାଶି ଲୋକଙ୍କ ଧନ ହାନୀ, ପ୍ରାଣ ପିଡା ଓ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ!  
 

Horoscope for Tuesday 14 November 2023
ପଢନ୍ତୁ ଆଜିର ରାଶିଫଳ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି କେଉଁ ରାଶିର ଲୋକଙ୍କ ପାଇଁ ଭଲରେ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ ଜାଣନ୍ତୁ...,

ମେଷ ରାଶି: ଅଭାବ ଲାଗି ରହିଥିଲେ ମଧ୍ୟ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହୋଇପାରନ୍ତି। କାଳେ ଦେବାକୁ ପଡ଼ିବ, ଏହି ବିଷୟ ମନରେ ଚିନ୍ତାକରି ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ । ପରିବାର ଓ ପରିବହନ ତଥା ବ୍ୟବସାୟିକ ଦିଗରୁ ଲାଭବାନ୍‌ ହେବେ। ଯାନବାହାନ ଚଳାଇବା ସମୟରେ ସତର୍କ ରୁହନ୍ତୁ, ଅନ୍ୟଥା ସମସ୍ୟା ଆସିପାରେ। ସନ୍ତାନ୍ତ ସନ୍ତତିଙ୍କଠାରୁ ଖୁସି ଖବର ମିଳିପାରେ।

ବୃଷ ରାଶି: ପାରିବାରିକ କ୍ଷେତ୍ରରେ କାହାର ଛୋଟ କଥାକୁ ଧରି ବସିବା ଠିକ୍‌ ହେବନାହିଁ। ଆଜିର ବନ୍ଧୁମିଳନ ପ୍ରକୃଷ୍ଟ ସମୟ କହିଲେ ଅତ୍ୟୁକ୍ତି ହେବନାହିଁ। ବ୍ୟବସାୟ, କଚେରି ମାମଲା, ପରିବହନ ଦିଗରୁ ଲାଭବାନ୍‌ ହେବେ। ଆଜି କର୍ମକ୍ଷେତ୍ର କିମ୍ବା ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ  ।

adimg

ମିଥୁନ ରାଶି: ଆଜିର ଦିନ ଉତ୍ସହର ସହ କଟିବ । ଆକସ୍ମିକ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଆପଣଙ୍କ ସକାଶେ କିଛି ଅସୁବିଧା ସୃଷ୍ଟି ହୋଇପାରେ। ବହୁ ଦିନରୁ ରହିଯାଇଥିବା ଅର୍ଥ ଆଦାୟ କରିବାକୁ ସକ୍ଷମ ହେବେ।  ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ବ୍ୟବସାୟରେ ଲାଭ ମିଳିବ, ମାତ୍ର ପରିସ୍ଥିତିବଶତଃ ଅନ୍ୟ ବାଟରେ ବ୍ୟୟ ହୋଇଯିବା ସୂଚନା ରହିଛି। ଚାକିରିରେ ପଦୋନ୍ନତି ମିଳିବ ।

ଅଧିକ ପଢନ୍ତୁ : ୨୩୭ ଦିନ ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ! ଶନି ଚଳନ ଫଳରେ ଏହି ୫ ରାଶି ଉପରେ ଶନିଙ୍କ କୋପଦୃଷ୍ଟି...

କର୍କଟ ରାଶି: ଆଜି ବିଭିନ୍ନ ପ୍ରକାର ଘଟଣା ପ୍ରବାହଜନିତ ମାନସିକ ଅସ୍ଥିରତା କାରଣରୁ ଲାଗି ରହିବ।  ପରୋକ୍ଷଭାବେ ଶତ୍ରୁତା କରୁଥିବା ଲୋକ ବିଷୟରେ ବନ୍ଧୁଙ୍କ ସହ ଆଲୋଚନା ଜାରି ରଖିଲେ ଉପକୃତ ହୋଇପାରିବେ। କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବା ସମ୍ଭାବନା ରହିଛି। ପରିବାର ଲୋକକଙ୍କ ସହଯୋଗ ମିଳିବ । ମନ ପ୍ରସନ୍ନ ରହିବ ।

ସିଂହ ରାଶି: ରାଜନୈତିକ କ୍ଷେତ୍ରରେ ଅସଫଳ କାମଗୁଡ଼ିକର ସମୀକ୍ଷା କରିପାରନ୍ତି। ଆଶା କରୁ ଥିବା ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। କୌଣସି ଆତ୍ମୀୟଙ୍କ ଅସହଯୋଗ ଓ ପରୋକ୍ଷ ସମାଲୋଚନାରେ କ୍ଷୁବ୍ଧ ହୋଇପାରନ୍ତି। ଅର୍ଥହାନୀ ନେଇ ଯୋଗ ଥିବାରୁ, ସାବଧାନ ରୁହନ୍ତୁ । ପ୍ରାଣ ପିଡା ବା ସ୍ବାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇପାରେ। 

କନ୍ୟା ରାଶି: ଆଜି ବନ୍ଧୁଙ୍କ ପରାମର୍ଶାନୁଯାୟୀ କିଛି ନୂତନ କାମ ଆରମ୍ଭ କରିବା ସକାଶେ ଚେଷ୍ଟା କରିପାରନ୍ତି। ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ।  ସାଙ୍ଗଠନିକ ସ୍ତରରେ ନେତୃତ୍ୱ ନେଇ କିମ୍ବା ପ୍ରଶାସନିକ ସ୍ତରରେ ଦକ୍ଷତାଭିତ୍ତିକ ପ୍ରଶଂସନୀୟ କାମ କରିବେ। ବ୍ୟବସାୟରେ ଲାଭ ମିଳିବ ।

ଅଧିକ ପଢନ୍ତୁ : ୨୦୨୪ ରେ ଏହି ୫ ରାଶିର ଲୋକଙ୍କ ବଦଳିବ ଭାଗ୍ୟ, ବର୍ଷ ସାରା ଖାଲି ଟଙ୍କା ହିଁ ଟଙ୍କା!

ତୁଳା ରାଶି: ପ୍ରତ୍ୟେକ ସ୍ତରରେ ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ। ବ୍ୟବସାୟ,ପରିବହନ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ, ସଭାସମିତିରେ ସମସ୍ୟା ସମାଧାନ ହେବ। ପିତାମାତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ।

ବିଛା ରାଶି: ଆପଣ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ପାରିବାରିକ ସ୍ଥିରତା ହଠାତ୍‌ ଆସି ନ ପାରେ। ସତର୍କ ନରହିଲେ ବିବାଦ ବଢିପାରେ । ବୁଦ୍ଧିଜୀବୀମାନଙ୍କ ଦ୍ୱାରା ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ନହୋଇ ଭାବିଚିନ୍ତି କାମ କରନ୍ତୁ ।

ଧନୁ ରାଶି: ଆଜି ଆପଣ ଆତ୍ମୀୟସ୍ବଜନ କିମ୍ବା ପାଖ ପଡ଼ୋଶୀଙ୍କ ଠାରୁ ସହଯୋଗ ଲାଭ କରି କାମଟିକୁ ପୂରା କରିପାରିବେ। ଅପରାହ୍ନରେ ଜମିଜମା, ଗୃହ ସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ବିବାଦ ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧି ପାଇପାରେ। ଆକସ୍ମିକ ଅର୍ଥଲାଭ ନେଇ ଯୋଗ ରହିଛି ।  

ଅଧିକ ପଢନ୍ତୁ : ହନ୍ତସନ୍ତ ହେବେ ଏହି ରାଶିର ଲୋକ, ୧୦ ବର୍ଷ ପରେ ପଡିଛି ରାଜଯୋଗ, ୩ ରାଶି ପାଇବେ ଲାଭ! 

ମକର ରାଶି: ଆଜି ଏଣୁତେଣୁ ଗୁଡ଼ାଏ କଥା ମନରେ ସ୍ଥାନ ଦେବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ପିଲାଙ୍କ ଆଚରଣରେ ପରିବର୍ତ୍ତନ ଆସିପାରେ ।  ମନଟା ସାମୟିକ ଭାବରେ ଗୋଳମାଳିଆ ରହିବ।  ପରିବାରରେ ସୁଖଶାନ୍ତି ସାଙ୍ଗକୁ ସ୍ଥଗିତ କାର୍ଯ୍ୟ ତ୍ୱରାନ୍ବିତ ହୋଇପାରିବ। ଅବିବାହିତ ମାନଙ୍କ ବିବାହ ସ୍ଥିର ହେବା ନେଇ ଯୋଗ ରହିଛି ।

କୁମ୍ଭ ରାଶି: ଅନ୍ତର୍ନିହିତ ଉଦ୍ଦେଶ୍ୟକୁ ଗୋପନ ରଖି ମନ ବୁଝିଲା ଭଳି କଥା କହି ବନ୍ଧୁମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ ! ମନୋରଞ୍ଜନ, ବନ୍ଧୁ ମିଳନ, ଆଲୋଚନା, ସମିତି କିମ୍ବା ଯାତ୍ରା ପାଇଁ ଆଗ୍ରହୀ ହୋଇପାରନ୍ତି। କର୍ମକ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ର କରି ଚିନ୍ତିତ ରହିପାରନ୍ତି । ବହୁ ଦିନରୁ ଅଟକି ରହିଥିବା କାମ ପୂରଣ ହେବ ।

ମୀନ ରାଶି: କୌଣସି ଯୋଜନାକୁ କାର୍ଯ୍ୟକାରୀ ପୂର୍ବରୁ ବନ୍ଧୁଙ୍କ ସହ ଖୋଲାଖୋଲି ଭାବେ ଆଲୋଚନା କରନ୍ତୁ । ଯାତ୍ରା ସମୟରେ କଥା ଦେଇଥିବା ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି। ଆଜି ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରନ୍ତୁ । ଦୂର ସ୍ଥାନ ଭ୍ରମଣ କରିପାରନ୍ତି ।

ଅଧିକ ପଢନ୍ତୁ :ଅନ୍ଧ କରିଦେଉଛି ଡାଇବେଟିସ୍‌, ତୁରନ୍ତ ଛାଡନ୍ତୁ ଏହି ୯ ଖାଦ୍ୟ, ଦୃଷ୍ଟିଶକ୍ତି ହ୍ରାସରୁ ବଞ୍ଚିଯିବେ!
 

Share this story