ସାବଧାନ ! ଏହି ରାଶି ଲୋକ! ପରିବାରରେ ଅଶାନ୍ତି ସହ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ, ପଢନ୍ତୁ ଆଜିର ରାଶିଫଳ 
 

Horoscope for Tuesday 5 december 2023

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି କେଉଁ ରାଶିର ଲୋକଙ୍କ ପାଇଁ ଭଲରେ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ ଜାଣନ୍ତୁ...,

ମେଷ- ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ । ଅକସ୍ମାତ୍ ଧନପ୍ରାପ୍ତିର ଯୋଗ ରହୁଛି । ଛାତ୍ରଛାତ୍ରୀମାନେ ଲିଖନ ପଠନରେ ମନନିବେଶ କରିବେ ।

ଅଧିକ ପଢନ୍ତୁ :କିଡନୀ ରୋଗୀ ସାବଧାନ! ଖାଉଛନ୍ତି କି ଏହି ଖାଦ୍ୟ? କିଡନୀକୁ ସୁସ୍ଥ ରଖିବା ପାଇଁ ଏସବୁ ଖାଦ୍ୟରୁ ଦୂରେଇ ରୁହନ୍ତୁ...

ବୃଷ- ଦେହ ଓ ମନ ସୁସ୍ଥ ରହିବ । ସୁଖ ସମ୍ମାନ ପ୍ରାପ୍ତ ହେବ । ବ୍ୟବସାୟ ଆଶାନୁରୂପକ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପାରିବାରିକ ଜୀବନ ସୁଖମୟ ହେବ ।

ମିଥୁନ - ଈଶ୍ୱର ବିଶ୍ୱାସୀ ହେବେ । ସ୍ୱାସ୍ଥ୍ୟ ସଚେତନ ହେବେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । ଗୃହକୁ ବିବାହ ଆଦି ପ୍ରସ୍ତାବ ଆସିବ ।

କର୍କଟ- ଶରୀର ସୁସ୍ଥ ରହିବ । ପୂର୍ବ ଯୋଜନା ଅନୁଯାୟୀ ସମସ୍ତ କାର୍ଯ୍ୟ ସମ୍ପନ୍ନ କରିବେ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଦାମ୍ପତ୍ୟ ଜୀବନରେ ବୁଝାମଣାର ଅଭାବ ପରିଲକ୍ଷିତ ହେବ । ବ୍ୟବସାୟରେ ଅଧିକ ପୁଞ୍ଜିର ଆବଶ୍ୟକତା ପଡିବ ।

ଅଧିକ ପଢନ୍ତୁ : ଶନି ଗୋଚର: ୨୦୨୪ ରେ ଏହି ୪ ରାଶିର ଲୋକଙ୍କ ବଦଳିବ ଭାଗ୍ୟ, ବର୍ଷ ସାରା ଖାଲି ଟଙ୍କା ହିଁ ଟଙ୍କା!

ସିଂହ- ପ୍ରତ୍ୟେକ କ୍ଷେତ୍ରରେ ନିଜର ପ୍ରାଧାନ୍ୟ ଜାହିର୍ କରିବେ । ମନ ପ୍ରଫୁଲ୍ଲିତ ରହିବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ଦ୍ୱାରା ପ୍ରଶଂସିତ ହେବେ । ପରିବାରରେ ଉତ୍ତମ ବୁଝାମଣା ପରିଲକ୍ଷିତ ହେବ ।

କନ୍ୟା- ପୂଜା ଅର୍ଚ୍ଚନାକୁ ମନ ବଳିବ । ତୀର୍ଥ ସ୍ଥାନ ପରିଦର୍ଶନ କରିବେ । ଦୟାଳୁ ସ୍ୱଭାବର ହେବେ । ପାରିବାରିକ ସୁଖଶାନ୍ତି ପ୍ରାପ୍ତ ହେବ । ସୁଖପୂର୍ଣ୍ଣ ଭ୍ରମଣ ହେବ ।

ତୁଳା- ବିଳାସ ବ୍ୟସନରେ ଦୀନଚର୍ଯ୍ୟା କରିବେ । ବେପରୁଆ ଭାବେ ଖର୍ଚ୍ଚ କରିବେ । କର୍ମ କ୍ଷେତ୍ରରେ ପାରଦର୍ଶିତା ଦେଖାଇବେ । ବିବାଦୀୟ ଘଟଣାରେ ଜୟଯୁକ୍ତ ହେବେ । ସୁବର୍ଣ୍ଣ ସଂପଦ ପ୍ରାପ୍ତିର ଯୋଗ ରହିଛି ।

ବିଛା- ଅନାବଶ୍ୟକ ଖର୍ଚ୍ଚ ବଢିବ । ଧାର କରଜ କରିପାରନ୍ତି । ଧୈର୍ଯ୍ୟଚ୍ୟୁତ ହେବେ । ପାଖଲୋକ ବିଶ୍ୱାସଘାତକତା କରିବେ । ପଡୋଶୀଙ୍କ ସମ୍ପର୍କରେ ତିକ୍ତତା ଆସିବ । ଦୂର ଯାତ୍ରା କରିବାରୁ ନିବୃତ୍ତ ରୁହନ୍ତୁ। 

ଅଧିକ ପଢନ୍ତୁ :ଏହି ରାଶି ଲୋକଙ୍କ କର୍ମ କ୍ଷେତ୍ରରେ ବିଫଳତା ଦେଖାଦେବ,ପଢନ୍ତୁ ଏ ସପ୍ତାହର ସପ୍ତାହିକ ରାଶିଫଳ

ଧନୁ- ଦିନଟି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତିରେ ବିଳମ୍ବ ହେବ । ଅବସର ସମୟର ସଦ୍‌ଉପଯୋଗ କରିବେ । ପାରିବାରିକ ବିଶୃଙ୍ଖଳା ଦେଖାଦେବ ।

ମକର- ମନ ପ୍ରଫୁଲ୍ଲ ରହିବ । କର୍ମ ତତ୍ପରତା ବୃଦ୍ଧି ପାଇବ । ହର୍ଷ ଉଲ୍ଲାସରେ ଦିନ କାଟିବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । ନୂତନ ଦ୍ରବ୍ୟ କ୍ରୟ କରିବେ ।

କୁମ୍ଭ- ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମ କ୍ଷେତ୍ରରେ ଉତ୍ସାହର ସହ କର୍ମ କରି ସଫଳ ହେବେ । ମୂଲ୍ୟବାନ ଦ୍ରବ୍ୟ ପ୍ରାପ୍ତି ହେବ । ଅପରାହ୍ନରେ ଦୂରଯାତ୍ରା କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ମୀନ- ଆଳସ୍ୟ ପରାୟଣ ହେବେ । ସ୍ୱାସ୍ଥ୍ୟଗତ ସମସ୍ୟା ଉପୁଜିବ । ବିରକ୍ତିଭାବ ପ୍ରକାଶ ପାଇବ । ଦୂର ଯାତ୍ରା ସମୟରେ ସତର୍କ ରୁହନ୍ତୁ। ନଚତ୍ ଦୁର୍ଘଟଣାର ସାମ୍ନା କରିବାକୁ ପଡିପାର।  ବ୍ୟୟ ଭାର ବୃଦ୍ଧି ପାଇବ । ପରିବାରରେ ଅଶାନ୍ତି ଉପୁଜିବ ।  

ଅଧିକ ପଢନ୍ତୁ :୨୦୨୪ ଆରମ୍ଭରେ ରାଶି ପରିବର୍ତ୍ତନ କରିବେ ମଙ୍ଗଳ, ୩ ରାଶିଙ୍କ ଫିଟିବ ଭାଗ୍ୟ, ହେବ ଆକସ୍ମିକ ଧନ ଲାଭ
 

Share this story