ଅଧିକ ଖର୍ଚ୍ଚାନ୍ତ ହେବା ସହ ଗୁରୁଜନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିେବ! ପଢନ୍ତୁ ଆଜିର ରାଶିଫଳ 
 

Horoscope for Wednesday 14 February 2024
ପଢନ୍ତୁ ଆଜିର ରାଶିଫଳ 
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି ଅର୍ଥାତ ଫେବୃଆରୀ ୧୪ ହେଉଛି ବୁଧ ବାର। ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି  ସାବଧାନତା ସହ ଚଳିବ ପଡ଼ିବ ଆସନ୍ତୁ ଜାଣିବା...

ମେଷ: ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ନିବେଶରୁ ଦୂରେଇ ରହିବେ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ନୂଆ ଯୋଜନା ପାଇଁ ଗୁରୁଜନଙ୍କ ପରାମର୍ଶ ନେଇପାରନ୍ତି।

ବୃଷ: ଅଧିକ ଖର୍ଚ୍ଚାନ୍ତ ହେବେ। ବ୍ୟବସାୟରୁ ଲାଭ ମିଳିବ। ପ୍ରେମ ସମ୍ପର୍କ ମଜଭୁତ ହେବ। ଉଧାର ଧନ ଫେରିପାଇବେ। ବିଦ୍ୟାର୍ଥୀ ଖେଳକୁଦରେ ସମୟ ଅତିବାହିତ କରିବେ।

ମିଥୁନ: ଧନପ୍ରାପ୍ତି ଯୋଗ ରହିଛି। ପରିବାର ସଦସ୍ୟଙ୍କ ସହିତ ସମୟ ବିତାଇବେ। ବ୍ୟବସାୟୀ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ମନ ପ୍ରସନ୍ନ ରହିବ।

ଅଧିକ ପଢନ୍ତୁ :ଏହି ଖାଦ୍ୟ ଖାଇବା ଶୀଘ୍ର ବନ୍ଦ କରନ୍ତୁ ; ନଚେତ୍ ଭୋଗିବେ ପେଟ କ୍ୟାନ୍ସର, ଜାଣନ୍ତୁ ଏହାର ଲକ୍ଷଣ

କର୍କଟ: ଅଫିସରେ ଅତିରିକ୍ତ ଦାୟିତ୍ବ ତୁଲାଇବାକୁ ପଡ଼ିପାରେ। ଧାର୍ମିକ କାର୍ଯ୍ୟ ପାଇଁ ଆଗ୍ରହୀ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ମାନସମ୍ମାନ ବୃଦ୍ଧି ପାଇବ।

ସିଂହ: କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ବନ୍ଧୁଙ୍କ ସହ ବୁଲିବା ପାଇଁ ନୂଆ ଯୋଜନା କରିବେ। ଧାର କରଜରୁ ଦୂରେଇ ରହିବେ। ସମାଜରେ ପ୍ରତିଷ୍ଠା ବଢ଼ିବ। ଆୟ ଅନୁସାରେ ବ୍ୟୟ ହେବ।

କନ୍ୟା: ଯାତ୍ରାରୁ ଲାଭ ମିଳିବ। ଦିନଟିରେ କର୍ମଚଞ୍ଚଳ ରହିବେ। ପାରିବାରିକ ଜୀବନରେ ତିକ୍ତତା ଦେଖା ଦେବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ଜୀବନସାଥୀଙ୍କଠାରୁ ଉପହାର ମିଳିବ।

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ। ଅଫିସ୍ ରେ ସହକର୍ମୀଙ୍କ ସହ ବ୍ୟକ୍ତିଗତ କଥା ଆଲୋଚନା କରିବେ ନାହିଁ। ଘରକୁ ଅତିଥିଙ୍କ ଆଗମନ ହେବ।

ବିଛା: ଦିନଟି ଶୁଭଫଳ ପ୍ରଦାନ କରିବ। ଉତ୍ଫୁଲ୍ଲିତ ରହିବେ। ସରକାରୀ କାମ ସମସ୍ୟା ସମାଧାନ ହେବ। ଅଫିସ୍ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ପାରିବାରିକ ବିବାଦରୁ ଦୂରେଇ ରହିବେ।

ଅଧିକ ପଢନ୍ତୁ :ଆର୍ଥିକ ସ୍ଥିତି ଖରାପ ସହ ମାନସିକ ଅବସାଦରେ ରହିବେ ଏହି ରାଶିର ଲୋକ! ପଢନ୍ତୁ ଏ ସପ୍ତାହର ରାଶିଫଳ

ଧନୁ: କାର୍ଯ୍ୟରେ ଉନ୍ନତି ଘଟିବ। ଦାମ୍ପତ୍ୟ ଜୀବନ ହସଖୁସିରେ ଅତିବାହିତ କରିବେ। ଇଚ୍ଛା ପୂରଣ ହେବ। ଗରିବ, ଅସହାୟଙ୍କୁ ସାହାଯ୍ୟ କରିବେ। ସନ୍ତାନଙ୍କ ସଫଳତା ପାଇଁ ଖୁସି ହେବେ।

ମକର: ଦାନଧର୍ମ କରନ୍ତୁ। ଗୁରୁଜନଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିେବ। ଆୟ ଅନୁସାରେ ବ୍ୟୟ ହେବ। ମହିଳା ପୂଜାର୍ଚ୍ଚନାରେ ସମୟ ବିତାଇବେ ।

କୁମ୍ଭ: ଦୀର୍ଘ ଦିନ ସମସ୍ୟାର ସମାଧାନ ହେବ। ଅଫିସ୍ କାମ ସୂଚାରୁରୂପେ ତୁଲାଇବେ। ଲେଖାଲେଖୀ ପ୍ରତି ରୁଚି ବଢ଼ିବ। ବଡ଼ ଭାଇ ଓ ଭଉଣୀଙ୍କ ସହଯୋଗ ମିଳିବ। ଦୂର ସ୍ଥାନ ଯାତ୍ରା କରିପାରନ୍ତି।

ମୀନ: ବନ୍ଧୁଙ୍କ ସାହାଯ୍ୟ ମିଳିବ। ଆର୍ଥିକ ମାମଲାରେ ସୁଧାର ଆସିବ। ମାଆଙ୍କ ସ୍ବାସ୍ଥ୍ୟାବସ୍ଥା ପାଇଁ ଚିନ୍ତାରେ ରହିବେ। ସାମାଜିକ ଓ ଧାର୍ମିକ ସମାବେଶରେ ସମୟ ଅତିବାହିତ ହେବ।

ଅଧିକ ପଢନ୍ତୁ :କନ୍ୟା ରାଶିରେ ବର୍ଷେ ରହିବେ କେତୁ ଫଳରେ ଏହି ୩ ରାଶି ହେବେ ମାଲାମାଲ  

 

Share this story