ସ୍ଵାସ୍ଥ୍ୟଗତ ସମସ୍ୟା ଦେଖା ଦେବା ସହ ଏମାନଙ୍କ ଦାମ୍ପତ୍ୟ ଜୀବନ ଚିନ୍ତାଜନକ ରହିବ! ପଢନ୍ତୁ ଆଜିର ରାଶିଫଳ

Horoscope for wednesday 20th March 2024
ପଢନ୍ତୁ ଆଜିର ରାଶିଫଳ
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ ଆସନ୍ତୁ ଜାଣିବା...

ମେଷ: କର୍ମଚଞ୍ଚଳ ରହିବେ। ମନ ଖୁସି ରହିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେଇପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଉତ୍ତମ। ବ୍ୟବସାୟରୁ ଲାଭ ମିଳିବ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।

ବୃଷ: କଳା, ମନୋରଞ୍ଜନ ପ୍ରତି ଆଗ୍ରହ ବଢ଼ିବ। ପରିବାର ସହ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ପ୍ରେମ ମାମଲାରେ କିଛି ନୂଆ ନିଷ୍ପତ୍ତି ନେବେ। ପ୍ରିୟଜନଙ୍କଠାରୁ ଉପହାର ପାଇବେ।

ମିଥୁନ: ବ୍ୟବସାୟ ଓ ଧାର୍ମିକ କାର୍ଯ୍ୟ ପାଇଁ ଅନୁକୂଳ ସମୟ। ବ୍ୟାୟାମ, ଯୋଗ, ଉଚ୍ଚଶିକ୍ଷା, ଧ୍ୟାନ ଆଦି ପ୍ରତି ରୁଚି ବଢ଼ିବ। ଜମି ବିବାଦ ମାମଲା ସମାଧାନ ହେବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ।

ଆଧିକ ପଢନ୍ତୁ: BP ବଢିଗଲେ ଦେଖାଦିଏ ଏହି ସବୁ ଲକ୍ଷଣ, ହୁଅନ୍ତୁ ସାବଧାନ! ନଚେତ୍...

କର୍କଟ: କାର୍ଯ୍ୟ ସ୍ଥିତିରେ ସୁଧାର ଆସିଲେ ମଧ୍ୟ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଦାମ୍ପତ୍ୟ ଜୀବନ ଚିନ୍ତାଜନକ ହେବ। କୌଣସି ସ୍ଥାନକୁ ବୁଲିବାକୁ ଯାଆନ୍ତୁ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।

ସିଂହ: ଦାମ୍ପତ୍ୟ ଜୀବନ ସୁଖମୟ ହେବ। କାଳୀ ମା’ଙ୍କ ପୂଜା କରନ୍ତୁ। ନୂଆ ଯୋଜନା ପାଇଁ ଉପଯୁକ୍ତ ସମୟ। ସ୍ବାସ୍ଥ୍ୟ ପ୍ରତି ସଚେତନ ହେବେ। ଯୋଗ, ଏକ୍ସରସାଇଜ୍ ପ୍ରତି ଆଗ୍ରହ ପ୍ରକାଶ କରିବେ।

କନ୍ୟା: ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଥିବା ଭୁଲ ବୁଝାମଣା ଦୂର ହେବ। ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷାରେ ସଫଳ ହେବେ।

ତୁଳା: ବ୍ୟବସାୟରୁ ଲାଭ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ଦୂର ହେବ। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସନ୍ତାନଙ୍କ ସହଯୋଗ ପ୍ରାପ୍ତ ହେବ। ଧାର୍ମିକ ଯାତ୍ରା କରିପାରନ୍ତି।

ଆଧିକ ପଢନ୍ତୁ :ବଜ୍ରପାତରେ ହୁତୁହୁତୁ ହୋଇ ଜୀଅନ୍ତା ଜଳିଗଲେ ବାପା ମାଆଙ୍କ ଏକମାତ୍ର ବିଟେକ୍ ପଢୁଆ ପୁଅ

ବିଛା: ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖା ଦେବ। ପ୍ରତିଯୋଗୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ। କମ୍ ସମୟରେ ଅଧିକ କାମ କରିବେ। ସନ୍ତାନଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିବ।

ଧନୁ: ପିଲାଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉପରେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଭଲ କାର୍ଯ୍ୟ ଯୋଗୁଁ ସମାଜରେ ପ୍ରତିଷ୍ଠା ବଢ଼ିବ। ମନୋରଞ୍ଜନ କାର୍ଯ୍ୟରେ ନିଜକୁ ସାମିଲ କରିବେ।

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ଧନ ବୃଦ୍ଧି ସହ ଅର୍ଥ ସଞ୍ଚୟ କରିବେ। ବ୍ୟବହାରରେ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିବେ। ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ। ନିବେଶ ପାଇଁ ଅନୁକୂଳ ସମୟ।

କୁମ୍ଭ: ବ୍ୟବସାୟକୁ ମଜଭୁତ କରିବା ପାଇଁ ଅଧିକ ପ୍ରୟାସ କରିବାକୁ ହେବ। ସ୍ବାସ୍ଥ୍ୟ ଭଲ ରହିବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଅଫିସ୍‌ କାମରେ ବିଦେଶ ଯାତ୍ରା ଯୋଗ ରହିବ।

ମୀନ: କାର୍ଯ୍ୟ ଆରମ୍ଭ ପାଇଁ ଅନୁକୂଳ ସମୟ। ମାନସିକ ସ୍ବାସ୍ଥ୍ୟରେ ସୁଧାର ଆସିବ। ପରୀକ୍ଷାର୍ଥୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଅଫିସ୍‌ରେ ନୂଆ କାମ ଆରମ୍ଭ କରିବେ। ବିବାହ ପ୍ରସ୍ତାବ ଆସିବ।

ଆଧିକ ପଢନ୍ତୁ : ଶାରୀରିକ ଅସୁସ୍ଥତା ପାଇଁ ଖର୍ଚ୍ଚାନ୍ତରେ ପଡ଼ିବା ସହ ପରିବାରରେ ଅଶାନ୍ତି ଲାଗି ରହିବ! ପଢନ୍ତୁ ସାପ୍ତାହିକ ରାଶିଫଳ  
 

Share this story