ମହାଶିବରାତ୍ରୀ ଜାଗର ପାଇଁ ସଜବାଜ ବାବା ଲିଙ୍ଗରାଜଙ୍କ ମନ୍ଦିର, ଜାଣନ୍ତୁ ମନ୍ଦିରର ନୀତିକାନ୍ତି ସମୟ
 

Special arrangements will be in place at Lingaraj Temple For Maha Shivratri
ଜାଣନ୍ତୁ ବାବା ଲିଙ୍ଗରାଜ ମନ୍ଦିରର ନୀତିକାନ୍ତି ସମୟ
 

ଓଡ଼ିଆ ଗସିପ୍ ବ୍ୟୁରୋ: ରାତି ପାହିଲେ ମହାଶିବରାତ୍ରି। ଚଳଚଞ୍ଚଳ ହୋଇଛି ଏକାମ୍ର କ୍ଷେତ୍ର। ଜାଗର ପାଇଁ ସଜେଇ ହୋଇଛି ବାବା ଲିଙ୍ଗରାଜଙ୍କ ମନ୍ଦିର । ଶୃଙ୍ଖଳିତ ଦର୍ଶନ ଉପରେ ଗୁରୁତ୍ବ ଦେଇଛି ମନ୍ଦିର ପ୍ରଶାସନ। ଆସନ୍ତାକାଲି ଭୋର ୩ଟାରୁ ୩ଟା ୩୦ ମଧ୍ୟରେ ମଙ୍ଗଳ ଆଳତୀ ଓ ଅବକାଶ ଅନୁଷ୍ଠିତ ହେବ। 

ଭୋର ୩ଟା ୩୦ରୁ ଦିନ ୧୧ଟା ଯାଏଁ ସାହାଣମେଲା ଦର୍ଶନ। ଏହାପରେ ଅନ୍ୟାନ୍ୟ ନୀତି କରାଯାଇ ଶେଷରେ ରାତି ରାତି ୧୦ରୁ ୧୧ଟା ଭିତରେ ମହାଦୀପ ଉଠିବା ନେଇ ନୀତି ନିର୍ଘଣ୍ଟ ହୋଇଛି ।ଶ୍ରୀଲିଙ୍ଗରାଜ ଓ କପିଳେଶ୍ଵରଙ୍କ ଶୃଙ୍ଖଳିତ ଜାଗରଯାତ୍ରା ଲାଗି ବିଏମସି ମାର୍ଗଦର୍ଶିକା ଜାରିକରିଛି। ଅତିରିକ୍ତ କମିସନରଙ୍କୁ ପରିଚାଳନା ଦାୟିତ୍ବ ଦିଆଯାଇଛି । 

ଆଧିକ ପଢନ୍ତୁ: ଏହି ୫ଟି ସଂକେତ ଦେଖାଦେଲେ ଭୁଲରେ କରନ୍ତୁ ନାହିଁ ଅଣଦେଖା! ହୋଇପାରେ କିଡନୀ ସମସ୍ୟା 

ସେହିପରି ବିଏମସି ସ୍ବାସ୍ଥ୍ୟ ଅଧିକାରୀଙ୍କୁ ୨ ମନ୍ଦିରର ନୋଡାଲ୍ ଅଫିସର ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି। ୩ଟି ସିଫ୍ଟରେ ପୂରା ଏକାମ୍ର କ୍ଷେତ୍ରରେ ସଫେଇ କରାଯିବ । ଏଥିଲାଗି ଶ୍ରୀଲିଙ୍ଗରାଜ ମନ୍ଦିର ଓ କପିଳେଶ୍ଵର ମନ୍ଦିର ଅଞ୍ଚଳରେ ଅତିରିକ୍ତ ସଫେଇକର୍ମୀ ନିୟୋଜିତ କରିବାକୁ ବିଏମ୍ସି ଘରୋଇ ସଫେଇ ସଂସ୍ଥାକୁ ନିର୍ଦ୍ଦେଶ ଦେଇଛି ।

ଆଧିକ ପଢନ୍ତୁ :ଏହି ରାଶି ଲୋକଙ୍କ ଆୟଠୁ ବ୍ୟୟ ଅଧିକ ହେବା ସହ ଶତ୍ରୁ ସାଜିବେ ନିଜ ଲୋକ! ପଢନ୍ତୁ ଆଜିର ରାଶିଫଳ  

ସେହିପରି ବିନ୍ଦୁସାଗର ଘାଟ ସଫା କରିବାକୁ ସଫେଇ ସଂସ୍ଥାକୁ କୁହାଯାଇଥିବାବେଳେ ଆଜି ସୁଦ୍ଧା ସଫେଇ ଶେଷ କରିବାକୁ କୁହାଯାଇଛି। ବିନ୍ଦୁସାଗରର ଆଲୋକୀକରଣ କରିବାକୁ ମୁଖ୍ୟ କାର୍ୟ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମନ୍ଦିର ଚାରିପଟେ ଲିଚୁ ମାଳ ପକାଯାଇ ସୌନ୍ଦର୍ୟ୍ୟକରଣ କରାଯାଉଛି।

ଆଧିକ ପଢନ୍ତୁ : ଭବିଷ୍ୟତ ପାଇଁ ଚିନ୍ତାରେ ରହିବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବେ! ପଢନ୍ତୁ ଏ ସପ୍ତାହର ରାଶିଫଳ

ଏଥିଲାଗି ବିଏମସିର ଇଲେକ୍ଟ୍ରିକାଲ ଯନ୍ତ୍ରୀଙ୍କୁ ଦାୟିତ୍ବ ଦିଆଯାଇଛି। ଏହାସହ ମେୟରଙ୍କ ନିର୍ଦ୍ଦେଶ ମୁତାବକ ୪୦ ହଜାର ଟଙ୍କା ବ୍ୟୟରେ ମନ୍ଦିର ମୁଖଶାଳାର ସୌନ୍ଦର୍ୟ୍ୟକରଣ କରାଯିବ ବୋଲି ନିର୍ଦ୍ଦେଶ ଦିଆଯାଇଛି । ଖାଲି ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ନୁହେଁ ବରଂ ସିଂହଦ୍ଵାର, ଭୋଗ ମଣ୍ଡପ, ଜଗମୋହନ, ଚାହାଣି ମଣ୍ଡପ, ଉତ୍ତର ଦ୍ବାର, ଦକ୍ଷିଣ ଦ୍ବାର, ମନ୍ଦିର ପଚେରି, କେଦାରଗୌରୀ ମନ୍ଦିର ଓ ମୁକ୍ତେଶ୍ଵର ମନ୍ଦିର ସୌନ୍ଦର୍ୟ୍ୟକରଣ କରାଯିବ। 

ଆଧିକ ପଢନ୍ତୁ : ମହାଶିବତ୍ରୀରେ ରାତିରେ ଉଜାଗର ହୋଇ ଶିବଙ୍କୁ ପୂଜା କରିବାର ମହତ୍ତ୍ବ କ’ଣ? ଜାଣନ୍ତୁ...

ମେକାନିକାଲ ବିଭାଗର ଆସିଷ୍ଟାଣ୍ଟ ଇଞ୍ଜିନିୟରଙ୍କୁ ୨ଟି ପାଣି ଟ୍ୟାଙ୍କର ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହ ଏକ ଭ୍ରାମ୍ୟମାଣ ଶୌଚାଳୟ ପ୍ରସ୍ତୁତ ରଖିବାକୁ କୁହାଯାଇଛି । ୯ ତାରିଖ ସକାଳ ଯାଏଁ ୩ ସିଫ୍ଟରେ ସ୍ବଚ୍ଛତା କର୍ମୀଙ୍କୁ ନିୟୋଜିତ କରାଯିବ, ଯେଉଁମାନେ କି ନିୟମିତ ଭ୍ରାମ୍ୟମାଣ ଶୌଚାଳୟକୁ ସଫା ରଖିବେ । ମେଡିସିନ୍, ଆମ୍ବୁଲାନ୍ସ ଓ ଫାଷ୍ଟଏଡ କିଟ୍ ମହଜୁଦ ରଖିବାକୁ ବିଏମସି ହସ୍ପିଟାଲକୁ ନିର୍ଦ୍ଦେଶ ମିଳିଛି । ଜୋନାଲ ଡେପୁଟି କମିସନର ନିୟମିତ କ୍ଷେତ୍ରସ୍ତରୀୟ ଯାଞ୍ଚ କରିବେ।

ଆଧିକ ପଢନ୍ତୁ : ୩୦ ବର୍ଷ ପରେ ହେବାକୁ ଯାଉଛି ଶନି-ଶୁକ୍ରଙ୍କ ମହାମିଳନ, ୩ ରାଶିଙ୍କ ଲାଗି ଆରମ୍ଭ ହେଲା ଶୁଭଦିନ!
 

Share this story

World Odia Language Conferene