ଆଜିର ରାଶିଫଳ: ଏହି ରାଶି ଥିବା ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ, ଭାଲେନଟାଇନ ଡେ'ରେ ପୁଳେ ଉପହାର ପାଇବେ...

Woman with these zodiac signs will receive lots of gifts on this day

ଓଡ଼ିଆ ଗସିପ ବ୍ୟୁରୋ: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ :

ଅଦ୍ୟ ପ୍ରେବୃଆରୀ ମାସ ୧୦ ତାରିଖ ୨୦୨୩ ମସିହା (ଶୁକ୍ରବାର) । ବୃଷ ରାଶିର ଘାତଚନ୍ଦ୍ର ଏବଂ ତୁଳା ଓ କୁମ୍ଭ ରାଶିର ଘାତବାର ।

ଆଜିର ରାଶିଫଳ:

ମେଷ: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ । କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ । ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ । ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ ।

ଅଧିକ ପଢ଼ନ୍ତୁ : ଏହି ରାଶି ଥିବା ବ୍ୟକ୍ତି ଯାତାୟାତ କରୁଥିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ, ନହେଲେ ଅଘଟଣ ଘଟିପାରେ...

ବୃଷ: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି । ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ । ଆର୍ଥିକ ରୂପେ ଆପଣ ମଜଭୁତ ରହିବେ । ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ । ପାରିବାରିକ ଜୀବନ ଶାନ୍ତିମୟ ହେବ ।

ମିଥୁନ: ଧ୍ୟାନ ଓ ଯୋଗ ମାଧ୍ୟମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ । ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ । ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ ।

କର୍କଟ: ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ । ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ । ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ । ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ ।

ସିଂହ: ଆପଣଙ୍କ ମନ ପ୍ରସନ୍ନ ରହିବ । ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ । ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ । ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ ।

ଅଧିକ ପଢ଼ନ୍ତୁ : ରୋଷଣୀ କରି ଯାଉଥିଲା ବର ଆଉ ବରଯାତ୍ରୀଙ୍କ ଭିତରକୁ ମାଡିଆସିଲା ଦ୍ରୁତ କାର; ୩ ମୃତ, ୧୨ରୁ ଅଧିକ ଗୁରୁତର...

କନ୍ୟା: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ । ନୂଆ ପରିଯୋଜନାରେ କାମ କରିବେ । ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ । ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ । ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ ।

ତୁଳା: କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ । ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ । ଖେଳାଳିମାନେ ସୁନାମ ଅର୍ଜନ କରିବେ । ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ ।

ବିଛା: ନିଜକୁ ଊର୍ଜାବାନ ଅନୁଭବ କରିବେ । କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ । ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ । ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ ।

ଧନୁ: କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ । ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ । ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ । ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ ।

ମକର: ଆପଣଙ୍କ ମନୋବଳ ଦୃଢ଼ ରହିବ । ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ । ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।

ଅଧିକ ପଢ଼ନ୍ତୁ : ୨୦୨୪ ରୁ ନବୀନ ନେବେ ବିଶ୍ରାମ, ସୁଜାତା ଧରିବେ ଓଡିଶା ମଙ୍ଗ, ଦେଖନ୍ତୁ ଏହି ଭିଡିଓ...

କୁମ୍ଭ: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ । କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ । ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା । ପ୍ରିୟତମଙ୍କଠାରୁ ଉପହାର ପାଇବେ ।

ମୀନ: ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ । ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ । ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ । ବୈବାହିକ ଜୀବନ ଖୁସିରେ ଭରା ରହିବ ।

Share this story