୧୨୯୪ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ , ଜାଣନ୍ତୁ କେଉଁ କେଉଁ ବିଭାଗରେ ମିଳିଲା ନିଯୁକ୍ତି 

1294 Youths Join Different Departments In Odisha Govt Service
୧୨୯୪ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ନବୀନ
 

ଓଡ଼ିଆ ଗସିପ୍ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଭିନ୍ନ ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି ଦେଇଛନ୍ତି। ଏହାସହ ନବ ନିଯୁକ୍ତ କର୍ମଚାରୀଙ୍କୁ ଦିଗଦର୍ଶନ ଦେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ ବିଭାଗରେ ଏହି ନିଯୁକ୍ତି ପ୍ରଦାନ କରାଯାଇଛି । 

ଆଧିକ ପଢନ୍ତୁ: ୧୭ ପ୍ରସ୍ତାବରେ କ୍ୟାବିନେଟ୍‌ ମୋହର, ୩୧୮ ଆମ ବସଷ୍ଟାଣ୍ଡ ପାଇଁ ୬ ହଜାର କୋଟି ମଞ୍ଜୁର

ଏହି ଅବସରରେ ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ନିଯୁକ୍ତି ପର୍ବରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୭୨୫ ଜଣ କନିଷ୍ଠ ସହାୟକ, ଅର୍ଥ ବିଭାଗରେ ୧୭୭ ଜଣ ସ୍ଥାନୀୟ ପାଣ୍ଠି ସମୀକ୍ଷକ, ୯୬ ଜଣ ସହକାରୀ ବାଣିଜ୍ୟ କର ଏବଂ ଦ୍ରବ୍ୟ ଓ ସେବା କର ଅଧିକାରୀ, ୭ ଜଣ ଉପଖଣ୍ଡ ଆର୍ଥିକ ସେବା ଓ ସଞ୍ଚୟ ଅଧିକାର ନିଯୁକ୍ତି ପାଇଛନ୍ତି । 

ଆଧିକ ପଢନ୍ତୁ : ୩୦ ବର୍ଷ ପରେ ହେବାକୁ ଯାଉଛି ଶନି-ଶୁକ୍ରଙ୍କ ମହାମିଳନ, ୩ ରାଶିଙ୍କ ଲାଗି ଆରମ୍ଭ ହେଲା ଶୁଭଦିନ!

ଅର୍ଥ ବିଭାଗରେ ମୋଟ ୨୮୦ ଜଣ ନୂତନ ଭାବେ ନିଯୁକ୍ତି ପାଇଛନ୍ତି । ଗ୍ରାମ୍ୟ ଉନ୍ନୟନ ବିଭାଗରେ ୧୧୬ ଜଣ କନିଷ୍ଠ ସହାୟକ, ୫ ଜଣ କନିଷ୍ଠ କିରାଣୀ ଓ ୮ ଜଣ କନିଷ୍ଠ ଷ୍ଟେନୋଗ୍ରାଫର ନିଯୁକ୍ତି ପାଇଛନ୍ତି । ଗ୍ରାମ୍ୟ ଉନ୍ନୟନ ବିଭାଗରେ ମୋଟ ୧୨୯ ଜଣ ନୂତନ ଭାବେ ନିଯୁକ୍ତି ପାଇଛନ୍ତି । 

କ୍ରୀଡ଼ା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ କ୍ରୀଡା ବିଭାଗରେ ୧୬୦ ଜଣ କୃତୀ କ୍ରୀଡ଼ାବିତଙ୍କୁ ନିଯୁକ୍ତି ଦିଆଯାଇଛି । ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓ ଗୃହ ବିଭାଗର ବିଭିନ୍ନ ପଦବୀରେ ନିଯୁକ୍ତି ପାଇଛନ୍ତି ।

ଆଧିକ ପଢନ୍ତୁ: ଏହି ୫ଟି ସଂକେତ ଦେଖାଦେଲେ ଭୁଲରେ କରନ୍ତୁ ନାହିଁ ଅଣଦେଖା! ହୋଇପାରେ କିଡନୀ ସମସ୍ୟା 
 

Share this story