ନବୀନ ଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ ବୈଠକରେ ୭ ବିଭାଗର ୧୬ଟି ପ୍ରସ୍ତାବ ଉପରେ ବାଜିଲା ମୋହର
 

16 Proposals Approved in the odisha State Cabinet Meeting
ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ପ୍ରସ୍ତାବ ଉପରେ ବାଜିଲା ମୋହର
 

ଓଡ଼ିଆ ଗସିପ୍ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିଲା ରାଜ୍ୟ କ୍ୟାବିନେଟ ବୈଠକ । ଏହି ବୈଠକରେ ୭ ବିଭାଗର ୧୬ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ମୁଣ୍ଡାରୀ ଭାଷାକୁ ଅଷ୍ଟମ ଅନୁଚ୍ଛେଦରେ ସାମିଲ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। 

ସେହିପରି ସଂଗ୍ରହାଳୟର ସୁପରିଚାଳନା, ପ୍ରତ୍ନତତ୍ବ ଓ ଗ୍ରନ୍ଥାଳୟ ପାଇଁ ଗଠନ ହେବ ୩ଟି ସ୍ବତନ୍ତ୍ର ନିର୍ଦ୍ଦେଶାଳୟ । ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗ ଅଧିନରେ ଏହି ନିର୍ଦ୍ଦେଶାଳୟ କାର୍ଯ୍ୟ କରିବ । କଟକ ଚାରବାଟିଆ ପ୍ରତିରକ୍ଷା ପ୍ରତିଷ୍ଠାନ ପାଇଁ ବିସ୍ଥାପିତ ହୋଇଥିବା ବିସ୍ଥାପିତଙ୍କ ପାଇଁ ସ୍ବତନ୍ତ୍ର ରିହାତି ଗୃହ ଯୋଜନା ଆରମ୍ଭ କରିଛନ୍ତି ସରକାର ।

ଅଧିକ ପଢ଼ନ୍ତୁ: ଘରେ ଛାଡିବା ବାହାନାରେ ଶାଳିକୁ ମଦ ପିଆଇ ୪ସାଙ୍ଗ ସହ ମିଶି ଭିଣେଇ କଲା ଦୁଷ୍କର୍ମ, ରାତିସାରା ଚେତାଶୂନ୍ୟ...

ସେହିପରି ରାଜ୍ୟ ସମବାୟ ବିପଣନ ଫେଡେରେସନ ପାଇଁ ସ୍ବତନ୍ତ୍ର କର୍ପସ ପାଣ୍ଠି ଗଠନ କରାଯାଇଛି । ବ୍ଲକ ସ୍ତରରେ ଥିବା ୫୫ଟି ବସଷ୍ଟାଣ୍ଡର ହେବ ଉନ୍ନତିକରଣ । ଏହାସହ ବଲାଙ୍ଗୀର, ଜୟପୁର, ମୋଟୁ ଓ ଆଠଗଡ଼ରେ ପ୍ରସ୍ତାବିତ ୪ଟି ନୂଆ ବସଷ୍ଟାଣ୍ଡ ନିର୍ମାଣ ପାଇଁ କ୍ୟାବିନେଟ୍ ଅନୁମୋଦନ ମିଳିଛି । 

ଅଧିକ ପଢ଼ନ୍ତୁ: ରାହୁ ଗୋଚର ଫଳରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି, ଏହି ରାଶିରେ ଲୋକଙ୍କ ଉପରେ ୨୦୨୫ ପର୍ଯ୍ୟନ୍ତ ପଡିବ ପ୍ରଭାବ

ଭୁବନେଶ୍ବରରେ ପ୍ରତିଷ୍ଠା ହେବ ଭିଲେପାର୍ଲେ କେଲାଭଣି ମଣ୍ଡଳ ବିଶ୍ବବିଦ୍ୟାଳୟ । ସେହିପରି ଚାଷ ହେଉନଥିବା ବିରଳ ପାରମ୍ପରିକ ଫସଲକୁ ନୂଆ କୃଷିନୀତି ଜରିଆରେ ବହୁବିଧ ଫସଲ କାର୍ଯ୍ୟକ୍ରମରେ ସାମିଲ କରାଯିବ । ଏଥିପାଇଁ ରାଜ୍ୟ କାର୍ୟ୍ୟକ୍ରମ ବଜେଟରେ ଅର୍ଥ ବ୍ୟୟ ବରାଦ କରାଯିବ । ଏହାସହିତ ଇନ୍ଦ୍ରାବତୀ, ବ୍ରାହ୍ମଣୀ ଓ ଖଇରୀ ନଦୀରେ ଉଠା ଜଳସେଚନ ପ୍ରକଳ୍ପ ପାଇଁ ଆହୁତ ଟେଣ୍ଡରକୁ କ୍ୟାବିନେଟ୍ ଅନୁମୋଦନ କରିଛି । ସେହିପରି ମୌସୁମୀ ଅଧିବେଶନ ସତ୍ରାବସାନକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରି ।

ଅଧିକ ପଢ଼ନ୍ତୁ: ୧୭୮ ବର୍ଷ ପରେ ସୂର୍ଯ୍ୟ ପରାଗରେ ଦୁର୍ଲଭ ଯୋଗ, ୩ ରାଶିଙ୍କ ପାଇଁ ଶୁଭ ସମୟ, ଧନଲାଭ ସହ ବଢି଼ବ ବ୍ୟାଙ୍କ ବାଲାନ୍ସ,!

Share this story

News Hub