କାଳ ହେଲା ରାଣୀ ଗଞ୍ଜ ଯିବା, କାର-ଟ୍ରକ ଧକ୍କା, ଘଟଣାସ୍ଥଳରେ ୨ ଜଣ ମୃତ, ୫ଗୁରୁତର
 

2 from Odisha dead 5 others critically injured in West Bengal
କାର-ଟ୍ରକ ଧକ୍କା, ୨ ଜଣ ମୃତ, ୫ଗୁରୁତର
 

ଓଡ଼ିଆ ଗସିପ୍ ବ୍ୟୁରୋ: ପଶ୍ଚିମବଙ୍ଗରେ ଓଡ଼ିଶାର ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ – କାର ଧକ୍କାରେ କାରରେ ଥିବା ୨ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୫ ଜଣ ଯାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଅଧିକ ପଢ଼ନ୍ତୁ: ଦିନକୁ ଦିନ କାହିଁକି ବଢୁଛି ଷ୍ଚ୍ରୋକ୍ ? କ’ଣ କଲେ କମ ରହିବ ଷ୍ଟ୍ରୋକ୍ ରିସ୍କ, ଜାଣନ୍ତୁ ସଂକ୍ଷେପରେ...

ସୂଚନ ଅନୁଯାୟୀ, ଗଞ୍ଜାମ ଜିଲ୍ଲା ଭଞ୍ଜନଗରରୁ ୭ ଜଣ ଲୋକ ଗୋଟିଏ କାର୍‌ରେ ପଶ୍ଚିମବଙ୍ଗର ରାଣୀ ଗଞ୍ଜ ଯାଉଥିଲେ। ୧୬ ନମ୍ବର ଜାତୀୟ ରାଜପଥର ନାରାୟଣଗଡ଼ ଠାରେ  ଟ୍ରକ୍‌ -କାର ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୨ ଜଣ କାର ଆରୋହୀଙ୍କ ମୃତ୍ୟୁ ଘଟିଥିଲା। 

ଅଧିକ ପଢ଼ନ୍ତୁ: ଶନିଙ୍କ ଆର୍ଶିବାଦରୁ ଚମକିବ ୫ ରାଶିଙ୍କ ଭାଗ୍ୟ, ଆସୁଛି ଭଲ ସମୟ, କୋଟିପତି ହେବେ ଏହି ସବୁ ରାଶି!

ଅନ୍ୟ ୫ ଜଣ କାର ଆରୋହୀ ଗୁରୁତର ହୋଇଥିଲେ। ସ୍ଥାନୀୟ ଲୋକଙ୍କର ସହାୟତାରେ ପୁଲିସ ଗୁରୁତରମାନଙ୍କୁ ଉଦ୍ଧାର କରି ପଶ୍ଚିମବଙ୍ଗର ମେଦିନପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଛି। ମୃତକଙ୍କ ମଧ୍ୟରୁ ଜଣେ କ୍ଷୀରୋଦ ପ୍ରଧାନ ବୋଲି ଜଣା ପଡ଼ିଥିବା ବେଳେ ଅନ୍ୟଜଣଙ୍କର ପରିଚୟ ମିଳିପାରି ନାହିଁ। ପଶ୍ଚିମବଙ୍ଗ ପୁଲିସ୍‌ ଘଟଣାରେ ଗୋଟିଏ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ଅଧିକ ପଢ଼ନ୍ତୁ: ସତର୍କ ରୁହନ୍ତୁ ଏହି ରାଶିର ଲୋକ; ଜାଣନ୍ତୁ କେମିତି କଟିବ ଏହି ସପ୍ତାହ, ପଢନ୍ତୁ ଏ ସପ୍ତାହର ରାଶିଫଳ…

Share this story