ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଗଲା ବସ୍‌, ଅକାଳରେ ଚାଲିଗଲା ଦୁଇ ଯୁବକଙ୍କ ଜୀବନ
 

2 killed in road accident in Balangir Odisha
ବାଇକ୍‌କୁ ଧକ୍କା ଦେଲା ବସ୍‌
 

ଓଡ଼ିଆ ଗସିପ୍ ବ୍ୟୁରୋ: ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌ ଆରୋହୀଙ୍କ ଉପରେ ବସ୍‌ ମାଡିଯାଇଛି । ଦୁର୍ଘଟଣାରେ ୨ଜଣ ବାଇକ୍‌ ଆରୋହୀଙ୍କର ମୃତ୍ୟୁ ଘଟିଛି। ବଲାଙ୍ଗୀର ସୋନପୁର ରାସ୍ତାର ଭଦ୍ରାପାଲି ଛକ ନିକଟରେ ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି।

ଆଧିକ ପଢନ୍ତୁ : ଏହି ୫ଟି ଖାଦ୍ୟ ଥାଇରଏଡ୍ ରୋଗୀଙ୍କ ପାଇଁ ବିଷ, ଜାଣନ୍ତୁ କଣ କଣ ?

ସୂଚନା ଅନୁସାରେ ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥରେ ଗୋଟିଏ ବାଇକ୍‌ରେ ଦୁଇଜଣ ଯାଉଥିବା ବେଳେ ଫୁଲବାଣୀ- ବଲାଙ୍ଗୀର ବସ୍ ସେମାନଙ୍କୁ ଧକ୍କା ଦେଇଥିଲା । ବସଟି ସେମାନଙ୍କ ଉପରେ ଚଢି ଯାଇଥିଲା। ଯାହା ଫଳରେ ଘଟଣାସ୍ଥଳରେ ବାଇକରେ ଥିବା ଦୁଇଜଣଙ୍କର ମୃତ୍ୟୁ ହୋଇଥିଲା।

ଦୁର୍ଘଟଣାରେ ମୃତକ ଦୁଇଜଣ ହେଉଛନ୍ତି  ସୋନପୁର ଜିଲ୍ଲା ସୁବଳୟାର ହିମାଂଶୁ ଶେଖର ମହାପାତ୍ର ଓ ଡୁଙ୍ଗୁରିପାଲିର ନରେଶ ସାହୁ । ମୃତ ଦୁଇ ଯୁବକ ଲାଞ୍ଜିଗଡ଼ ବେଦାନ୍ତ ଆଲୁମିନିୟମ କମ୍ପାନୀରେ କାମ କରୁଥିଲେ ବୋଲି ଜଣାପଡିଛି। 

ଆଧିକ ପଢନ୍ତୁ : କାହିଁକି ଝିଅମାନେ ଅଧାବାଟରୁ ପାର୍ଟନରର ହାତଛାଡ଼ି ଚାଲି ଯାଆନ୍ତି? ଜାଣନ୍ତୁ ଏହାର ଅସଲ କାରଣ

ପୁଇଁତଳା ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏବେ ପୁଇଁତଲା ପୁଲିସ ବସଟିକୁ ତରଭା ଥାନାରେ ରଖିଥିବା ବେଳେ  ତା’ର ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି।

ଆଧିକ ପଢନ୍ତୁ: ଦ୍ବିତୀୟ ସନ୍ତାନ ପାଇଁ କରୁଛନ୍ତି କି ପ୍ଲାନ? ଜାଣନ୍ତୁ ସଠିକ୍ ସମୟ ବ୍ୟବଧାନ କେତେ ରହିବା ଉଚିତ୍

Share this story