ରାଜ୍ୟକୁ ପୁଣି ଫେରିଲାଣି କରୋନା ଭୟ, ଫେରିଲା କୋଭିଡ କଟକଣା!

2 new covid cases detected in odisha 5 Active cases
ଓଡ଼ିଶାରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୫କୁ ବୃଦ୍ଧି 
 

ଓଡ଼ିଆ ଗସିପ୍ ବ୍ୟୁରୋ:ରାଜ୍ୟକୁ ପୁଣି ଫେରିଲାଣି କରୋନା ଭୟ। ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ରାଜ୍ୟରେ ମଧ୍ୟ ସପ୍ତାହକରେ ୫ଆକ୍ରାନ୍ତ ଚିହ୍ନଟ ହେବା ଚିନ୍ତା ବଢାଇଦେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୫କୁ ବୃଦ୍ଧି ପାଇଛି।

ଅଧିକ ପଢନ୍ତୁ :ପେଟ କ୍ୟାନ୍ସରରୁ ଦୂରେଇ ରହିବାକୁ ଚାହାଁନ୍ତି କି ? ଏହି ଖାଦ୍ୟ ଖାଇବା ବନ୍ଦ କରନ୍ତୁ, ନଚେତ୍ ଭୋଗିବେ  

ଅନ୍ୟପଟେ ଗଞ୍ଜାମ ଜିଲ୍ଲାକୁ ଫେରିଛି କୋଭିଡ କଟକଣା। କୋଭିଡ ନିୟମାବଳୀ ମାନିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ଗଞ୍ଜାମ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ବାହାର ରାଜ୍ୟର ପର୍ଯ୍ୟଟକଙ୍କ ଉପରେ ପ୍ରଶାସନ ପକ୍ଷରୁ ତୀକ୍ଷଣ ନଜର ରଖାଯାଇଥିବା ସେ କହିଛନ୍ତି। JN.1 ସବ୍ ଭାରିଆଣ୍ଟ ଚିନ୍ତା ବଢାଇ ଥିବାବେଳେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଅଧିକ ପଢନ୍ତୁ :ଶୁକ୍ରଙ୍କ ଚଳନ ଫଳରେ ଏହି ୪ ରାଶିଙ୍କ ପାଇଁ ପାଲଟିବ ବରଦାନ! ନୂଆବର୍ଷ ପୂର୍ବରୁ ମିଳିବ ଧନ..

ସେପଟେ ରାଜ୍ୟ ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ହେବାପରେ ସତର୍କ ରହିବା ଲାଗି ଲୋକଙ୍କୁ ଅପିଲ କରିଛନ୍ତି। ଥଣ୍ଡା ଜ୍ଵର ହେଲେ ତୁରନ୍ତ ଟେଷ୍ଟ କରାଇବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ସ୍ୱାସ୍ଥ୍ୟ ବିଭାଗ ସ୍ଥିତି ଉପରେ ତିକ୍ଷଣ ନଜର ରଖିଛି ଲୋକେ ସତର୍କ ରୁହନ୍ତୁ ବୋଲି କହିଛନ୍ତି ଜନ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ।

ଅଧିକ ପଢନ୍ତୁ :କଣ୍ଡୋମ ବ୍ୟବହାର କରୁଥିଲେ ସାବଧାନ; ଜାଣି ରଖନ୍ତୁ ଏହି ୫ଟି ଜରୁରୀ କାରଣ !
 

Share this story