ବସ୍-ଭ୍ୟାନ୍ ମୁହାଁମୁହିଁ ଧକ୍କା, ଚାପି ହୋଇ ଚାଲିଗଲା ୨ ପୁରୁଷ ଓ ଜଣେ ମହିଳାଙ୍କ ଜୀବନ

3 dead as bus collides head-on with pick-up van in Ganjam
ବସ୍- ପିକଅପ୍‌ ଭ୍ୟାନ୍ ମୁହାଁମୁହିଁ ଧକ୍କା, ୩ ମୃତ

ଓଡ଼ିଆ ଗସିପ୍ ବ୍ୟୁରୋ: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ଖଡଭାଗ ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ୍  ଓ ପିକଅପ୍‌ ଭ୍ୟାନ ମଧ୍ୟରେ ମୁହାଁମୁହିଁ ଧକ୍କା ଘଟିଛି । ଫଳରେ ପିକଅପ୍‌ ଭ୍ୟାନ ଗାଡିର ଡ୍ରାଇଭର ସମେତ ତିନି ଜଣଙ୍କର ମୃତ୍ୟୁ ଘଟିଛି। 

ଅଧିକ ପଢନ୍ତୁ : ଶୀତଦିନେ ସେକ୍ସ କରିବାକୁ ଅଧିକ ଇଚ୍ଛା ହୁଏ କାହିଁକି? ଜାଣନ୍ତୁ ଏହା ପଛର ବୈଜ୍ଞାନିକ କାରଣ

ମୃତକଙ୍କ ମଧ୍ୟରେ ୨ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି। ପିକଅପ୍ ଭ୍ୟାନରେ ଚାପି ହୋଇ କିଛି ସମୟ ରହିଥିଲା ମୃତଦେହ। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

ଅଧିକ ପଢନ୍ତୁ : କେଉଁ କାରଣ ପାଇଁ ଗୋଡ଼ ବିନ୍ଧେ? ଜାଣିଲେ ଆଶ୍ଚର୍ଯ୍ୟ ହେବେ...

ଖବର ଅନୁଯାୟୀ, ଯାତ୍ରୀବାହୀ ବସଟି ଆସିକାରୁ ବ୍ରହ୍ମପୁର ଯାଉଥିବା ବେଳେ ବିପରୀତ ଦିଗରୁ ବ୍ରହ୍ମପୁରରୁ ଆସିକା ଅଭିମୁଖେ ଆସୁଥିବା ପିକଅପ୍‌ ଭ୍ୟାନ ସହ ମୁଁହାମୁଁହି ଧକ୍କା ଘଟିଥିଲା।

ଅଧିକ ପଢନ୍ତୁ :ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

Share this story