ଉଜୁଡ଼ିଗଲା ସୁନା ସଂସାର, ଘରର ମୁଖିଆଙ୍କ ମୃତ୍ୟୁ ପରେ ବିଷପିଇ ଦେଲା ପୁରା ପରିବାର

3 family member attempt to end life by consuming poison in Bargarh
ଘରର ମୁଖିଆଙ୍କ ମୃତ୍ୟୁ ପରେ ବିଷପିଇ ଦେଲା ପୁରା ପରିବାର

ଓଡ଼ିଆ ଗସିପ୍ ବ୍ୟୁରୋ: ବାପାଙ୍କ ମୃତ୍ୟୁ ପରେ ପରିବାରକୁ ଖାଇଲା ଚିନ୍ତା, ଆଗ ପଛ ନ ବିଚାରି ବିଷ ପିଇ ଆତ୍ମହତ୍ୟା କରିବେ ବୋଲି ନିଷ୍ପତି ନେଲେ ଘରର ତିନି ଜଣ ସଦସ୍ୟ ମାଆ, ପୁଅ ଏବଂ ଝିଅ, ଏଭଳି ଅଭାବନୀୟ ଘଟଣା ଘଟିଛି ବରଗଡ଼ ଜିଲ୍ଲା ସୋହେଲା ମାଷ୍ଟରପଡାରେ। ଗୋଟିଏ ପରିବାରର ୩ ଜଣଙ୍କ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ବର୍ତ୍ତମାନ ତିନି ଜଣଙ୍କୁ ସୋହେଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ଅଧିକ ପଢ଼ନ୍ତୁ: ଏହି ରାଶି ବ୍ୟକ୍ତିଙ୍କ ପାଇଁ ଆଗାମୀ ୧୧୮ ଦିନ ରହିବ ବରଦାନ ଭଳି, ବୃହସ୍ପତି କରିଦେବେ ମାଲାମାଲ୍

ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଭାଇଭଉଣୀଙ୍କ ମୃତ୍ୟୁ ହୋଇଛି । ଗୁରୁତର ମା’ଙ୍କୁ ଚିକିତ୍ସା କରାଯାଉଛି । ବୁର୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ଭାଇର ମୃତ୍ୟୁ ହୋଇଥିବାବେଳେ ଭଉଣୀଙ୍କୁ ବୁର୍ଲା ନେବାବେଳେ ବାଟରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମା’ଙ୍କ ଅବସ୍ଥା ମଧ୍ୟ ସଂକଟାପନ୍ନ ରହିଛି । ତାଙ୍କୁ ବୁର୍ଲାରେ ଚିକିତ୍ସା କରାଯାଉଛି ।

ଅଧିକ ପଢ଼ନ୍ତୁ: ମଙ୍ଗଳ ଗ୍ରହର ଗୋଚର ଫଳରେ ଏହି ତାରିଖରୁ ୩ ରାଶିଙ୍କ ଜୀବନରେ ଭରିଯିବ ସୁଖ-ଶାନ୍ତି ସହ ଧନ-ସମ୍ପତ୍ତି 

ସୂଚନା ଅନୁସାରେ, ମାଷ୍ଟର୍ ପଡାର ସ୍ୱର୍ଗତ ଅର୍ଜୁନ ସାହୁଙ୍କ ସ୍ତ୍ରୀ କୁମୋଦିନୀ ସାହୁ, ପୁଅ ବଂଶୀଧର ସାହୁ ଓ ଝିଅ ସୁବର୍ଣ୍ଣ ମହାଜନ ଘର କବାଟ ବନ୍ଦ କରି ବିଷ ପିଇ ଘରେ ଶୋଇ ପଡ଼ିଥିଲେ । ଆଜି ଦିନ ୧୧ଟାରେ ସେମାନେ ଏପରି ନିଷ୍ପତ୍ତି ନେଇଥିଲେ, ପରେ ଦୁର୍ଭାଗ୍ୟ ବଶତଃ କୌଣସି ସୂତ୍ରରୁ ପାଖ ପଡୋଶୀ ଏହି ଖବର ଜାଣି ବାକୁ ପାଇଥିଲେ ଏବଂ ତୁରନ୍ତ ଖବର ପାଇବା ପରେ ପୋଲିସକୁ ସୂଚନା ଦେଇଥିଲେ ।

ଅଧିକ ପଢ଼ନ୍ତୁ: ଏମାନଙ୍କ ପାଇଁ ଆଜି ଦିନଟି ଖରାପ; ଜାଣନ୍ତୁ ଆପଣଙ୍କ ରାଶିଫଳ, କେମିତି କଟିବ ଆଜିର ଦିନ 

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି କବାଟ ଭାଙ୍ଗି ସମସ୍ତଙ୍କୁ ଉଦ୍ଧାର କରି ସୋହେଲା ହସ୍ପିଟାଲରେ ଭର୍ତ୍ତି କରିଥିଲା । ତିନି ଜଣଙ୍କ ମଧ୍ୟରୁ ପୁଅ ବଂଶୀଧର ସାହୁଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୁର୍ଲା ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ପରେ ଭାଇ ଓ ଭଉଣୀ ଙ୍କ ମୃତ୍ୟୁ ହୋଇଥିବା ବେଳେ ମା’ଙ୍କ ସ୍ୱାସ୍ଥ୍ୟାବସ୍ଥା ବର୍ତ୍ତମାନ ଗୁରୁତର ରହିଛି ।

ଅଧିକ ପଢ଼ନ୍ତୁ: ମୃତ୍ୟୁ ପୂର୍ବରୁ ମିଳିଥାଏ ଏହି ଲକ୍ଷଣ; ୪୦ ସେକେଣ୍ଡ ପୂର୍ବରୁ ଘଟିଥାଏ ଏହି ଭୟାନକ ଓ କଷ୍ଟଦାୟକ ଘଟଣା!

ମାନସିକ ଚାପ ଗ୍ରସ୍ତ ହୋଇ ସେମାନେ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି । ଗତ ୬ ତାରିଖ ଦିନ ଘରର ମୁଖିଆ ଅର୍ଜୁନ ସାହୁଙ୍କ ଦେହାନ୍ତ ପରେ ପୂରା ପରିବାର ଭାଙ୍ଗି ପଡ଼ିଥିଲା । ଆଉ ସେହି କାରଣରୁ ଏଭଳି କରିଥିବା ଜଣାପଡ଼ିଛି।

ଅଧିକ ପଢ଼ନ୍ତୁ: ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 

Share this story