ରାଜ୍ୟ କ୍ୟାବିନେଟ୍‌‌ର ଜରୁରୀ ବୈଠକରେ ଏହି ୩ଟି ପ୍ରସ୍ତାବ ଉପରେ ବାଜିଲା ମୋହର
 

3 Proposals got Approval in the state Cabinet Meeting
ଏହି ୩ଟି ପ୍ରସ୍ତାବ ଉପରେ ବାଜିଲା ମୋହର
 

ଓଡ଼ିଆ ଗସିପ୍ ବ୍ୟୁରୋ: ମୁଖ୍ୟମନ୍ତ୍ରୀଙ୍କ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିଲା ରାଜ୍ୟ କ୍ୟାବିନେଟ୍‌‌ର ଜରୁରୀ ବୈଠକ । ଏହି ବୈଠକରେ ୩ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି। କୃଷି ଓ କୃଷକ ଶସକ୍ତିକରଣ ବିଭାଗର ଏକ ପ୍ରସ୍ତାବକୁ କ୍ୟାବିନେଟ ମୋହର ବାଜିଛି। ସେହିପରି ଇଲୋକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ଏକ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ବେଳେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଏକ ପ୍ରସ୍ତାବରକୁ ମଧ୍ୟ ମଞ୍ଜୁରୀ ମିଳିଛି। ଏ ନେଇ ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ସୂଚନା ଦେଇଛନ୍ତି।

ଅଧିକ ପଢନ୍ତୁ :ଆସୁଛି ଭଲ ସମୟ, ଆସନ୍ତା ସପ୍ତାହ ଏହି ୫ ରାଶିଙ୍କ ଉପରେ ହେବ ଟଙ୍କା ବର୍ଷା!

କ୍ୟାବିନେଟରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି-

୧. ଓଡିଶା ଷ୍ଟେଟ ୱାର୍କଫ୍ଲୋ ଅଟୋମେସନ୍ ସିଷ୍ଟମ (OSWAS) ର ଉନ୍ନତିକରଣକୁ କ୍ୟାବିନେଟ ଅନୁମୋଦନ ମିଳିଛି। ସମଗ୍ର ଦେଶରେ digital workflow systemର ଅନ୍ୟତମ ଶ୍ରେଷ୍ଠ ବ୍ୟବସ୍ଥା ଭାବରେ ଓସ୍ୱାସ୍‌ର ସ୍ୱତନ୍ତ୍ର ଖ୍ୟାତି ରହିଛି। ଏହି ଉନ୍ନତିକରଣ ପଦକ୍ଷେପ 5T ଢାଞ୍ଚାରେ ଶାସନର ଦକ୍ଷତା ସ୍ତରକୁ ଆହୁରି ଉଚ୍ଚତର ସୋପାନକୁ ନେବା ସହିତ ନାଗରିକ ଅନୁକୂଳ ସ୍ୱଚ୍ଛ ବ୍ୟବସ୍ଥାକୁ ସୁନିଶ୍ଚିତ କରିବ।

ଅଧିକ ପଢନ୍ତୁ : ଶାରୀରିକ ଅସୁସ୍ଥତା ପାଇଁ ଖର୍ଚ୍ଚାନ୍ତରେ ପଡ଼ିବା ସହ ପରିବାରରେ ଅଶାନ୍ତି ଲାଗି ରହିବ, ପଢନ୍ତୁ ଏ ସପ୍ତାହର ରାଶିଫଳ

୨. ଓଡିଶା କୃଷି ଓ ବୈଷୟିକ ବିଶ୍ୱ ବିଦ୍ୟାଳୟ ୧୯୬୨ରେ ପ୍ରତିଷ୍ଠା ହୋଇଥିଲା। ବିଶ୍ୱ ବିଦ୍ୟାଳୟର ଅଧିକାଂଶ ଭିତ୍ତିଭୂମି ୫ ଦଶନ୍ଧିରୁ ଅଧିକ ହୋଇଥିବାରୁ ଏହାର ଜରୁରୀ ମରାମତି, ନବୀକରଣ ଓ ପୁନଃନିର୍ମାଣ ପାଇଁ ୨୦୨୩-୨୪ ରୁ ୨୦୨୭-୨୮, ପାଞ୍ଚ ବର୍ଷ ପାଇଁ ରାଜ୍ୟ କ୍ୟାବିନେଟ ୪୯୧.୪୧ କୋଟି ଟଙ୍କା ମଞ୍ଜୁରୀ ଦେଇଛନ୍ତି।

ଅଧିକ ପଢନ୍ତୁ :ଡିସେମ୍ବରରେ ଏହି ୪ଟି ବଡ଼ ଗ୍ରହର ଚଳନ, ଫଳରେ ଏହି ରାଶି ଲୋକଙ୍କ ଜୀବନରେ ହେବ ବଡ଼ ପରିବର୍ତ୍ତନ

୩. ଆଦିବାସୀ ଉପଦେଷ୍ଟା ପରିଷଦ (TAC) ଦ୍ୱାରା ତା.୧୧.୦୭.୨୦୨୩ ରିଖରେ ଅନୁମୋଦନ କରାଯାଇଥିବା ପ୍ରସ୍ତାବକୁ ଆଧାର କରି ତା. ୧୪.୧୧.୨୦୨୩ ରିଖରେ ଓଡିଶା ଅନୁସୂଚିତ ଅଞ୍ଚଳରେ ସ୍ଥାବର ସମ୍ପତ୍ତି ( ଅନୁସୂଚିତ ଜନଜାତି ଦ୍ୱାରା) ହସ୍ତାନ୍ତର ଆଇନ, ୧୯୫୬ କୁ ସଂଶୋଧନ କରିବା ପାଇଁ ରାଜ୍ୟ କ୍ୟାବିନେଟରେ ପ୍ରସ୍ତାବ ପାରିତ କରିଥିଲେ। ଆଜିର ବୈଠକରେ ଉପରୋକ୍ତ ସଂଶୋଧନର ପୁନର୍ବିଚାର କରି କ୍ୟାବିନେଟ ଏ ବିଷୟରେ ଅଧିକ ତର୍ଜମା କରିବା ପାଇଁ ଆଦିବାସୀ ଉପଦେଷ୍ଟା ପରିଷଦକୁ ସୁପାରିଶ କରିଛନ୍ତି ।

ଅଧିକ ପଢନ୍ତୁ : ନଭେମ୍ବର ୨୭ ରେ ବୁଧ ଗୋଚର ଫଳରେ ବଦଳିଯିବ ଏହି ୨ଟି ରାଶି ଲୋକଙ୍କ ଭାଗ୍ୟ !
 

Share this story