ଭାରସାମ୍ୟ ହରାଇ ତଳକୁ ଖସିଲା ଯାତ୍ରୀବାହୀ ବସ୍, ଥିଲେ ୩୦ରୁ ଉର୍ଦ୍ଧ ଯାତ୍ରୀ...
 

30 people injured after private bus veered off in Gajapati
ଭାରସାମ୍ୟ ହରାଇ ତଳକୁ ଖସିଲା ଯାତ୍ରୀବାହୀ ବସ୍
 

ଓଡ଼ିଆ ଗସିପ୍ ବ୍ୟୁରୋ: ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସିଲା ବସ୍, ଅଳ୍ପକେ ବର୍ତ୍ତିଲେ ୩୦ରୁ ଅଧିକ ଯାତ୍ରୀ । ଶୁକ୍ରବାର ବିଳମ୍ବିତ ରାତିରେ ଗଜପତି ଜିଲ୍ଲା ମୋହନା ଥାନା ଏକ୍ରିକୂପା ଗାଁ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । RB କୋଚ୍ ନାମକ ଏକ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଖସି ପଡ଼ିଥିଲା ।

ଅଧିକ ପଢ଼ନ୍ତୁ: ଡାଇବେଟିସ ହେବା ପୂର୍ବରୁ ଶରୀରରେ ଦେଖା ଦିଏ ଏସବୁ ଲକ୍ଷଣ, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ

ସୂଚନା ଅନୁସାରେ, ବ୍ରହ୍ମପୁରରୁ ଇନ୍ଦ୍ରାବତୀ ଯାଉଥିବା ବସଟି ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବୁଲାଣି ରାସ୍ତାରେ କଡ଼କୁ ଖସି ପଡ଼ିଥିବା ଜଣାପଡିଛି । ବସ୍ ରେ ୩୦ରୁ ଉର୍ଦ୍ଧ ଯାତ୍ରୀ ଥିବାବେଳେ ସମସ୍ତେ ସୁରକ୍ଷିତ ଅଛନ୍ତି । ଷ୍ଟିଅରିଂ ଲକ୍ ଯୋଗୁଁ ଏହି ଦୁର୍ଘଟଣା ହୋଇଥିବା ଗାଡିଚାଳକ କହିଛନ୍ତି । 

ଅଧିକ ପଢ଼ନ୍ତୁ: ଆର୍ଥିକ ସମସ୍ୟା ସୃଷ୍ଟି ହେବା ସହ ସ୍ବାସ୍ଥ୍ୟ ସମସ୍ୟା ଉପୁଜିବ ଓ ବିବାହ ବିଳମ୍ବ ହେବ, ଜାଣନ୍ତୁ ଆଜିର ରାଶିଫଳ

ମୋହନା ପୋଲିସ ଏବଂ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଅନ୍ୟ ଏକ ଗାଡିରେ ଯାତ୍ରୀ ମାନଙ୍କୁ ନିଜ ନିଜ ଗନ୍ତବ୍ୟ ସ୍ଥଳ ଅଭିମୁଖେ ପଠାଇଥିଲେ ।

ଅଧିକ ପଢ଼ନ୍ତୁ: ଓଏଏସ୍‌‌ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ଅଧିକାରୀ କେଉଁଠି ପାଇଲେ ନିଯୁକ୍ତି

Share this story