ପାସେଞ୍ଜର ପିକଅପ୍ ଭ୍ୟାନକୁ ଧକ୍କା ଦେଲା ଟ୍ରକ; ୪ ମୃତ, ୯ ଜଣ ଗୁରୁତର
 

4 Killed 9 Injured In Truck-Van Collision Odishas Jharsuguda district
ପିକଅପ୍ ଭ୍ୟାନକୁ ଧକ୍କା ଦେଲା ଟ୍ରକ; ୪ ମୃତ, ୯ ଜଣ ଗୁରୁତର
 

ଓଡ଼ିଆ ଗସିପ୍ ବ୍ୟୁରୋ: ପିକଅପ୍ ଭ୍ୟାନକୁ ଧକ୍କା ଦେଲା ଟ୍ରକ । ଦୁର୍ଘଟଣାରେ ଚାଲିଗଲା ୪ଜଣଙ୍କ ଜୀବନ, ୯ ଜଣ ଗୁରୁତର । ଝାରସୁଗୁଡ଼ା ଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ଜୁନିୟନ୍‌ ଛକରେ ଘଟିଛି ଏପରି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । 

ଅଧିକ ପଢନ୍ତୁ :ବାଥରୁମରେ ଅଧିକ ହାର୍ଟ ଆଟାକ୍ ହେବାର ପ୍ରକୃତ କାରଣ କଣ? ଜାଣିଲେ ହେବେ ଆଶ୍ଚର୍ଯ୍ୟ 

ଆଜି ସକାଳ ପ୍ରାୟ ୧୦ ଟା ୩୦ ମିନିଟରେ ଲଖନପୁର ବେହେରାଗୁଡ଼ା ପଟରୁ ଆସୁଥିବା ଏକ ଯାତ୍ରୀବାହୀ ପିକଅପ୍ ଭ୍ୟାନକୁ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା। ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଗୁରୁତର ଆହତ ହୋଇଛନ୍ତି।

ଅଧିକ ପଢନ୍ତୁ :କିଡ଼ନୀ ସୁସ୍ଥ ରଖିବା ପାଇଁ ଖାଆନ୍ତୁ ଏହି ୫ଟି ଫଳ, ଗମ୍ଭୀର ରୋଗରୁ ବଞ୍ଚିଯିବେ...

ମୃତକଙ୍କ ମଧ୍ୟରେ ଦୁଇ ଜଣ ପୁରୁଷ ଏବଂ ଦୁଇ ଜଣ ମହିଳା ରହିଛନ୍ତି । ଖବର ପାଇ ଲଖନପୁର ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଆହତଙ୍କୁ ଲଖନପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇଛି। ଟ୍ରକ ଡ୍ରାଇଭର ଫେରାର ଥିବା ବେଳେ ଘଟଣା ସ୍ଥଳରେ ଉତ୍ତେଜନା ଦେଖାଦେଇଛି।

ଅଧିକ ପଢନ୍ତୁ :ଆର୍ଥିକ ସ୍ଥିତି ଖରାପ ସହ ମାନସିକ ଅବସାଦରେ ରହିବେ ଏହି ରାଶିର ଲୋକ! ପଢନ୍ତୁ ଏ ସପ୍ତାହର ରାଶିଫଳ
 

Share this story