ବାଇକ୍-ଟ୍ରକ୍ ମୁହାଁମୁହିଁ ଧକ୍କାରେ ଗୋଟିଏ ପରିବାରର ସ୍ୱାମୀ, ସ୍ତ୍ରୀ ଓ ୨ଛୁଆ ମୋଟ ୪ ଜଣ ମୃତ
 

4 of family killed in road mishap in Odisha Dhenkanal
ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାରର ୪ ମୃତ
 

ଓଡ଼ିଆ ଗସିପ୍ ବ୍ୟୁରୋ: ଢେଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ପିଙ୍ଗୁଆ ନିକଟରେ ଘଟିଛି ଏହି ଦୁର୍ଘଟଣା । ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗୋଟିଏ ପରିବାରର ସ୍ୱାମୀ, ସ୍ତ୍ରୀ ଓ ୨ଛୁଆ ମୋଟ ୪ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। 

ଅଧିକ ପଢନ୍ତୁ : କର୍ମକ୍ଷେତ୍ରରେ ହତୋତ୍ସାହ ହେବା ସହ ଆର୍ଥିକ କ୍ଷେତ୍ରରେ ଚିନ୍ତିତ ରହିବେ ଏହି ରାଶି ଲୋକ! ପଢନ୍ତୁ ଏ ସପ୍ତାହର ରାଶିଫଳ

ଦୁର୍ଘଟଣାରେ ବାପା, ମାଆ, ପୁଅ ଓ ଝିଅ ପ୍ରାଣ ହରାଇଛନ୍ତି। ସମସ୍ତ ମୃତକ ନିକଟସ୍ଥ ଖଙ୍କିରା ଗାଁର । ଆଜି ଦିନବେଳେ ଖଙ୍କିରା ଗ୍ରାମର ସ୍ୱାମୀ-ସ୍ତ୍ରୀ ତାଙ୍କର ୧୧ ବର୍ଷୀୟ ପୁଅ ଓ ୫ ବର୍ଷୀୟା ଝିଅଙ୍କ ସହ ଏକ ପଲସର ବାଇକ ଯୋଗେ ନିକଟସ୍ଥ ବନ୍ଧୁ ଘରକୁ ଯାଉଥିଲେ।

ଅଧିକ ପଢନ୍ତୁ : ବ୍ରେନ୍‌ ଟ୍ୟୁମର କଣ ଓ କାହିଁକି ହୁଏ ? ଜାଣନ୍ତୁ କାରଣ ଓ ହେବା ପୂର୍ବରୁ ଶରୀରରେ ଲକ୍ଷଣ

ସାମନା ପଟୁ ଆସୁଥିବା ହାଇୱା ଗାଡି ସାଙ୍ଗେ ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ସ୍ୱାମୀ ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିଲା । ନାବାଳକ ଶିଶୁଙ୍କୁ ନିକଟସ୍ଥ ବରପଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହାଇୱା ଡ୍ରାଇଭର ଘଟଣାସ୍ଥଳରୁ ଫେରାର୍ ହୋଇଯାଇଥିବା ବେଳେ ଗାଡିକୁ ପୁଲିସ ଜବତ କରି ତଦନ୍ତ ଚଳାଇଛି।

ଅଧିକ ପଢନ୍ତୁ : ହାର୍ଟ ଷ୍ଟ୍ରୋକ୍ ଭଳି ସମସ୍ୟା ନ ହେବା ପାଇଁ ଏହି ୪ ଟି ଜିନିଷ ପ୍ରତି ଦିଅନ୍ତୁ ଧ୍ୟାନ, ଜାଣନ୍ତୁ ଏବଂ ସତର୍କ ରୁହନ୍ତୁ 
 

Share this story