ଡିସେମ୍ବର 15 ସୁଦ୍ଧା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ସମ୍ପୂର୍ଣ୍ଣ କରିବାକୁ 5T ସଚିବଙ୍କ ନିର୍ଦ୍ଦେଶ
 

5T Secretary visits Puri to oversee heritage corridor project progress in detail
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମର ସମୀକ୍ଷା କଲେ ୫ଟି ଅଧ୍ୟକ୍ଷ

ଓଡ଼ିଆ ଗସିପ୍ ବ୍ୟୁରୋ: ନବୀନ ଓଡିଶା ଓ  5T ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ୍ ଆଜି ବଡିଭୋରରୁ ପୁରୀ ଯାଇ 4.30 ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ର ଅଗ୍ରଗତି  ସମ୍ପର୍କରେ ସମୀକ୍ଷା କରିଥିଲେ, ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ କରି 2023 ଡିସେମ୍ବର 15 ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ, ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ  ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ 5T ଓ ନବୀନ ଓଡିଶା ଅଧକ୍ଷ ନିର୍ଦ୍ଦେଶ ଦେଇଥିଲେ, ପୁନରୁଦ୍ଧାର ସମୟରେ ମଠ ଗୁଡିକର ଇତିହାସ ଓ ପରମ୍ପରା କୁ ଗୁରୁତ୍ଵ  ଦେଇ ସମସ୍ତ ଭାଗୀଦାର ମାନଙ୍କ ସହଯୋଗ ରେ କାମ କରିବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ।

ଅଧିକ ପଢ଼ନ୍ତୁ : ଦୀପାବଳିରେ ଦୁର୍ଲଭ ସଂଯୋଗ, ଏମାନଙ୍କୁ ଧନୀ ହେବାରୁ କେହି ରୋକିପାରିବେନି! ଜାଣନ୍ତୁ କାହା ପାଇଁ ଶୁଭ ଓ କାହା ପାଇଁ ଅଶୁଭ...

ପରିକ୍ରମା ପ୍ରକଳ୍ପ landscaping କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ .ଏତବ୍ୟତୀତ  ମେଘନାଦ ପାଚେରୀ ନିକଟରେ ମନ୍ଦିରର କ୍ଷୁଦ୍ର ପ୍ରତିକୃତି ନିର୍ମାଣ କରିବା ପାଇଁ ମଧ୍ଯ ସେ ପରାମର୍ଶ ଦେଇଥିଲେ । ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଯାତ୍ରୀ ମାନେ ଯେପରି  ସ୍ବଚ୍ଛନ୍ଦରେ ମନ୍ଦିର ରେ ପହଞ୍ଚି ପାରିବେ ସେଥିପାଇଁ ମନ୍ଦିର ସଂଯୁକ୍ତ ରାସ୍ତା କୁ ଅବରୋଧ ମୁକ୍ତ ରଖିବା ପାଇଁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ।

ଅଧିକ ପଢ଼ନ୍ତୁ :ଆଜିଠୁ ଆରମ୍ଭ ହେଲା ଗୃହ ଲକ୍ଷ୍ମୀ ଯୋଗ, ଏହି ୩ ରାଶିଙ୍କ ବଦଳିବ ଭାଗ୍ୟ, ବର୍ଷିବ ଧନ!

ସ୍ଥାନୀୟ ଲୋକ ତଥା ସେବାୟତ ମାନଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡି ର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ଶ୍ରୀ ପାଣ୍ଡିଆନ୍ ନିର୍ଦ୍ଦେଶ ଦେଇଥିଲେ.ଏତଦବ୍ୟତୀତ   ମେଘନାଦ ପାଚେରୀ ପାଖରୁ ବିଭିନ୍ନ utilities ଗୁଡିକ ର ସ୍ଥାନାନ୍ତର,ପରିକ୍ରମା ପ୍ରକଳ୍ପ ର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ସେ ଗୁରୁତ୍ଵ  ଆରୋପ କରିଥିଲେ।

ଅଧିକ ପଢ଼ନ୍ତୁ : ଚର୍ଚ୍ଚାରେ ୩ ରାଜ୍ୟରେ ୩ଜଣ ପ୍ରଭାବଶାଳୀ ତାମିଲ୍‍ ଅଧିକାରୀ, ଚାକିରି ଛାଡ଼ି ରାଜନୀତିକ ଅଧ୍ୟାୟରେ ରଖିଛନ୍ତି ପାଦ 

ଜଗନ୍ନାଥ ବଲ୍ଳଭ ପାର୍କିଂ କାମ ସହ ଯାତ୍ରୀ ମାନଙ୍କ ପାଇଁ ସେଠାରେ କରାଯାଉଥିବା ବିଭିନ୍ନ ସୁବିଧାର ବିକାଶ, ପ୍ରମୋଦ ଉଦ୍ୟାନ, ଓ ଶ୍ରୀ ସେତୁ କାମ ର ଅଗ୍ରଗତି ମଧ୍ଯ ଶ୍ରୀ ପାଣ୍ଡିଆନ୍ ସମୀକ୍ଷା କରିଥିଲେ ଓ  ନିର୍ଦ୍ଧାରିତ ସମୟରେ କାମ ଶେଷ କରିବାକୁ ନିର୍ଦେଶ ଦେଇଥିଲେ ଏଥି ପାଇଁ ଅଧିକ ଲୋକ ନିୟୋଜିତ କରିବା ପାଇଁ 5T ଓ ନବୀନ  ଓଡିଶା  ଅଧ୍ୟକ୍ଷ ପରାମର୍ଶ ଦେଇଥିଲେ।  

ଏହି ପରିଦର୍ଶନ ସମୟରେ ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ, ପୁରୀ ଜିଲ୍ଲାପାଳ,SP OBCC MD ଏବଂ ବିଭିନ୍ନ executing agencyର ଅଧିକାରୀ ମାନେ ଉପସ୍ଥିତ ଥିଲେ।

ଅଧିକ ପଢ଼ନ୍ତୁ :୨୦୨୪ ରେ ଏହି ୫ ରାଶିର ଲୋକଙ୍କ ବଦଳିବ ଭାଗ୍ୟ, ବର୍ଷ ସାରା ଖାଲି ଟଙ୍କା ହିଁ ଟଙ୍କା!

Share this story