୭୫ତମ ସାଧାରଣତନ୍ତ୍ର ଦିବସରେ ପତାକା ଉତ୍ତୋଳନ କଲେ ରାଜ୍ୟପାଳ, ସମ୍ମାନିତ ଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
 

75th state level Republic Day parade held in Bhubaneswar
୭୫ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଓଡ଼ିଆ ଗସିପ୍ ବ୍ୟୁରୋ: ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ୭୫ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ରଘୁବର ଦାସ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ରାଜ୍ୟପାଳ ରଘୁବର ଦାସ ଚିତ୍ତାକର୍ଷକ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। 

ଅଧିକ ପଢନ୍ତୁ : କେଉଁ କାରଣ ପାଇଁ ଗୋଡ଼ ବିନ୍ଧେ? ଜାଣିଲେ ଆଶ୍ଚର୍ଯ୍ୟ ହେବେ...

ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଛନ୍ତି। ଏହି ଅବସରରେ ଆୟୋଜିତ ରଙ୍ଗାରଙ୍ଗ ପରେଡର ନେତୃତ୍ୱ ନେଉଛନ୍ତି ଆଇପିଏସ୍‌ ଅଫିସର ଏ.ବି ଶିଳ୍ପା। ଏହି ପରେଡରେ ଆଇଟିବିପି, ସିଆରପିଏଫ୍ ଏବଂ ଓଏସଏପି ଯବାନମାନଙ୍କ ସମେତ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଛନ୍ତି। 

ଅଧିକ ପଢନ୍ତୁ :ପରିବାର ସଦସ୍ୟଙ୍କ ମଧ୍ୟରେ ତିକ୍ତତା ଦୂର ହେବା ସହ ଚାକିରି ନିଷ୍ପତ୍ତି ପାଇଁ ଦ୍ବନ୍ଦ୍ବରେ ରହିବେ! ପଢନ୍ତୁ ରାଶିଫଳ 

ଏଥର ଗଡ଼ିଛି ପ୍ରଜ୍ଞାପନ ମେଢ଼। ‘ରୂପାନ୍ତରଣ ପଥେ ଓଡ଼ିଶା’ ଥିମକୁ ନେଇ ଆୟୋଜନ ହୋଇଛି ମେଢ଼। ରାଜ୍ୟ ସରକାରଙ୍କ ୧୨ଟି ବିଭାଗ ଏବଂ ଗୋଟିଏ ନିଗମ ପକ୍ଷରୁ ମୋଟ ୧୩ଟି ମେଢ଼ ଗଡ଼ିଛି। ଏହାଛଡ଼ା ବିଭିନ୍ନ ଲୋକନୃତ୍ୟ ଓ କଳା ମଧ୍ୟ ପ୍ରଦର୍ଶିତ ହୋଇଛି।

ଅଧିକ ପଢନ୍ତୁ :ସକାଳ ବା ପାହାନ୍ତିଆ ସେକ୍ସ ଶରୀରକୁ ଦେଇଥାଏ ଏହି ସବୁ ଫାଇଦା, ଜାଣି ନାହାନ୍ତି ଯଦି ଏବେ ହିଁ ଜାଣି ରଖନ୍ତୁ 
 

Share this story