World Odia Language Conferene

ବରମୁଣ୍ଡା ବସଷ୍ଟାଣ୍ଡରେ ଜଳିଗଲା ଯାତ୍ରୀବାହୀ ବସ୍

bus on fire

ଓଡିଆ ଗସିପ୍ ବ୍ୟୁରୋ: ଭୁବନେଶ୍ୱର ବରମୁଣ୍ଡା ବସ୍ ଷ୍ଟାଣ୍ଡରେ ଜଳିଗଲା ଯାତ୍ରୀବାହୀ ବସ୍ । ‘ଖଣ୍ଡାଧାର କୁଇନ୍’ ନାମକ ଏକ ବସରେ ନିଆଁ ଲାଗିଯାଇଥିଲା । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

ସୂଚନା ଅନୁଯାୟୀ, ବରମୁଣ୍ଡା ବସ୍‌ ଷ୍ଟାଣ୍ଡ ଛିଡା ହୋଇଥିଲା ‘ଖଣ୍ଡାଧାର କୁଇନ୍’ ନାମକ ଏକ ଯାତ୍ରୀବାହୀ ବସରେ ହଠାତ୍‌ ବସ୍‌ରେ ନିଆଁ ଲାଗିଯାଇଥିଲା ।

ଏଠି କ୍ଲିକ କରି ଅଧିକ ପଢନ୍ତୁ: ସୁଟ୍‌କେଶ ଭିତରୁ ଯୁବକଙ୍କ ମୃତଦେହ ମିଳିବା ଘଟଣାରେ ଆସିଲା ରୋଚକ ତଥ୍ୟ; ନିର୍ଯାତନା ଅସହ୍ୟ ହେବାରୁ ସ୍ବାମୀକୁ ହତ୍ୟା କରିଥିଲା ସ୍ତ୍ରୀ

ଏହାପରେ ତୁରନ୍ତ ଅଗ୍ନିଶନ ବାହିନୀକୁ ଖବର ଦିଆଯାଇଥିଲା । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ କରିଥିଲେ ।

ଶେଷରେ ନିଆଁକୁ ଆୟତ୍ତ କରିବାରେ ସକ୍ଷମ ହୋଇଥିଲା ଅଗ୍ନିଶମ ବାହିନୀ । ଏହି ଅଗ୍ନିକାଣ୍ଡରେ କେହି ଆହତ ହୋଇ ନ ଥିବା ଜଣାପଡ଼ିଛି ।  ତେବେ ଅଗ୍ନିକାଣ୍ଡର କାରଣ ଜଣାପଡି ନାହିଁ ।

Share this story